ଘରେ ପଶି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ପୁରୀ ଅଫିସ,୧୮।୪: କିଛି ଦିନର ବ୍ୟବଧାନ ପରେ ଶ୍ରୀକ୍ଷେତ୍ରରେ ପୁଣି ରକ୍ତ ଛିଟା ପଡ଼ିଛି। ରବିବାର ଭୋର ସମୟରେ ପୁରୀ ଦଇତାପଡ଼ା ସାହିର ଜଣେ ଯୁବକ ଟିକନ ଶତପଥୀ(୪୬)ଙ୍କ ଘରେ ପଶି କେତେଜଣ ଦୁର୍ବୃତ୍ତ ତାଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି। ଟିକନ ଘରେ ଏକାକୀ ରହୁଥିଲେ। ଆକ୍ରମଣ ପରେ ଟିକନ ଘୋଷାରି ହୋଇ ଚୁଡ଼ାପଟ୍ଟି ରାସ୍ତା ପର୍ଯ୍ୟନ୍ତ ଆସିଥିଲେ। ସେଠାରେ ସ୍ଥାନୀୟ ଲୋକେ ତାଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଦେଖିବା ପରେ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକସ୍ଥିତ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଟିକନଙ୍କ ପଡ଼ୋଶୀ ଘର ଲୋକଙ୍କ ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା ରୁଜୁ କରି ଦୁର୍ବୃତ୍ତଙ୍କୁ ଖୋଜୁଛି। ଟିକନଙ୍କ ଶରୀରର ଅନେକ କ୍ଷତ ହୋଇଥିବା ବେଳେ ମୁଣ୍ଡ, ବାମ ଗୋଡ଼ ଓ ବାମ ହାତରେ ଗଭୀର ଆଘାତ ଲାଗିଛି। କୌଣସି ଧାରୁଆ ଅସ୍ତ୍ର ସହାୟତାରେ ତାଙ୍କୁ ଆକ୍ରମଣ କରାଯାଇଥିବା ପୋଲିସ ଅନୁମାନ କରୁଛି।
ତେବେ ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ଟିକନ ଜଣେ ନିିଶା ବେପାରୀ। ତାଙ୍କ ଘରକୁ ଅନେକ ନିଶାସେବନକାରୀ ଆସିଥାନ୍ତି। ନିଶା ବେପାରକୁ କେନ୍ଦ୍ର କରି ତାଙ୍କ ଉପରେ ଆକ୍ରମଣ ହୋଇଥିବା ସ୍ଥାନୀୟ ଲୋକେ ଅନୁମାନ କରୁଛନ୍ତି। ଟିକନଙ୍କ ପରିବାର ଲୋକେ ଦିଲ୍ଲୀରେ ରହୁଛନ୍ତି। ତାଙ୍କର ମା’ ଓ ଦୁଇ ଭଉଣୀ ଥିବାବେଳେ କେହି ତାଙ୍କ ପାଖରେ ରହୁନାହାନ୍ତି। ସେ ଏକାକୀ ଏଠାରେ ରୁହନ୍ତି। ପୋଲିସ ଟିକନଙ୍କ ପରିବାର ଲୋକଙ୍କ ସହ ଯୋଗାଯୋଗ କରି ଏତଲା ଦେଇଥିବା ବେଳେ ଏକାଧିକ ଦୁର୍ବୃତ୍ତ ଏହି ଆକ୍ରମଣ ଘଟଣାରେ ସମ୍ପୃକ୍ତ ଥିବା ଅନୁମାନ କରୁଛି। ସେହିଭଳି ଚିକିତ୍ସା ପରେ ଟିକନଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସୁଥିବା ଆଇଆଇସି ଗୋକୁଳ ରଞ୍ଜନ ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri