ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ସୁବାସ ବାୟକ ରବୀନ୍ଦ୍ର ସାହୁ ଓରଫ ଅଧିକାରୀ ଏବଂ ପ୍ରତିପକ୍ଷ ଗୋବିନ୍ଦ ସାହୁଙ୍କୁ ଗିରଫ କରିଛନ୍ତି। ୨ ଭାଇଙ୍କୁ ସୋମବାର ଅପରାହ୍ନରେ କୋର୍ଟ ଚାଲାଣ କରାଯାଇଛି। ଥାନା ମାମଲା ନଂ.୯୦/୨୬ ଏବଂ ୯୧/୨୬ ଭାରତୀୟ ଆଇନ ସଂହିତାର ଧାରା-୨୯୬/୧୨୬(୨)/୧୧୫(୨)/୭୪/୭୬/୩୨୪(୨)/୧୦୯(୧)/୩୦୩(୨)/୩୫୨(୨)/୩(୫) ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ ୨ ଭାଇଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି। ଶନିବାର ପୈତୃକ ଘର ଓ ଚାଷ ଜମି ବଣ୍ଟନକୁ କେନ୍ଦ୍ର କରି ଘର ସମ୍ମୁଖରେ ବିନୋଦ ସାହୁ ଏବଂ ରବୀନ୍ଦ୍ର ସାହୁ ଓରଫ ଅଧିକାରୀଙ୍କ ମଧ୍ୟରେ ଯୁକ୍ତିତର୍କ କଥା କଟାକଟି ହୋଇଥିଲା। ବଡ଼ ଭାଇ ଗୋବିନ୍ଦ ସାହୁ ସେଠାରେ ପହଞ୍ଚି ଛଡ଼ାଛଡ଼ି କରିବାବେଳେ ରବୀନ୍ଦ୍ର ଉତ୍ତେଜିତ ହୋଇ ଏକ ଠେଙ୍ଗାରେ ଗୋବିନ୍ଦଙ୍କ ମୁଣ୍ଡ ଓ ଡାହାଣ ଆଣ୍ଠୁକୁ ଶକ୍ତ ପ୍ରହାର କରିଥିଲେ। ପରେ ବିନୋଦ ଏବଂ ରବୀନ୍ଦ୍ରଙ୍କୁ ଗୋବିନ୍ଦ ଆକ୍ରମଣ କରିଥିଲେ। ରବୀନ୍ଦ୍ରଙ୍କ ସ୍ତ୍ରୀ ଡଲି ସାହୁଙ୍କୁ ଗୋବିନ୍ଦ ଅସଦାଚରଣ କରିବା ସହ ଆକ୍ରମଣ କରିଥିଲେ। ଆହାତମାନଙ୍କୁ ବୋମକେଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସା ହୋଇ ଫେରିବା ପରେ ଗୋବିନ୍ଦ କେ.ନୂଆଗାଁ ଥାନାରେ ଏତଲା ଦେଇଥିଲେ। ପରେ ରବୀନ୍ଦ୍ର ପାଲଟା ଏତଲା ଦେଇଥିଲେ। ଉଭୟଙ୍କ ଏତଲାକୁ ଭିତ୍ତିକରି ଆଇଆଇସି ବିଶ୍ୱଜିତ୍‌ ନାୟକ ଅଭିଯୁକ୍ତମାନଙ୍କ ନାଁରେ ମକଦ୍ଦମା ରୁଜୁ କରି ନୂଆପଡ଼ା ଫାଣ୍ଡି ଅଧିକାରୀଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ ନେଇ ଗତ ପ୍ରାୟ ୧ ବର୍ଷ ହେଲା ଗ୍ରାମ ଭଦ୍ରଲୋକ ବୃନ୍ଦ ଚେଷ୍ଟା କରୁଥିଲେ ମଧ୍ୟ ସମାଧାନ ହୋଇପାରିନଥିଲା ବୋଲି ତଦନ୍ତକାରୀ ଅଧିକାରୀ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

କାଶ୍ମୀର ଓ ଉତ୍ତରାଖଣ୍ଡକୁ ପଛରେ ପକାଇଲେ ଓଡ଼ିଆ ପୁଅ ଶିବପ୍ରସାଦ, ଓଡ଼ିଶା ପାଇଁ ଆଣିଲେ ସୁନାମ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲlଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲଡ଼ ମେଡାଲ ଜିତି…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?