ହଠାତ୍‌ ଶ୍ରେଣୀ ଭିତରକୁ ପଶି ଆସିଲେ ପାଚିକାଙ୍କ ସ୍ବାମୀ: କେହି କିଛି ଭାବିବା ପୂର୍ବରୁ ହାଣିଲେ ଶିକ୍ଷକଙ୍କୁ

ଭବାନୀପାଟଣା,୧୬।୧(ଉତ୍ତମ କୁମାର ଦାଶ): ଶିକ୍ଷକଙ୍କୁ ହାଣିଲେ ପାଚିକାଙ୍କ ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବେହେରା ପଞ୍ଚାୟତ ପିପଳପଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟରେ। ବିଦ୍ୟାଳୟର ସହକାରୀ ଶିକ୍ଷକ ଋଷିରାଜ ମେହେରଙ୍କୁ ପିପଳପଡ଼ା ଗ୍ରାମର ଭାସ୍କର ବାଗ ନାମକ ଜଣେ ଯୁବକ ସ୍କୁଲ ମଧ୍ୟାହ୍ନ ଭୋଜନ ସମୟରେ ହଠାତ ଶ୍ରେଣୀରେ ପଶି ଟାଙ୍ଗିଆରେ ମରଣାନ୍ତକ ଆକ୍ରମଣ କରିଥିବା ଜଣାପଡ଼ିଛି । ତେବେ ଏହି ଆକ୍ରମଣରେ ଶିକ୍ଷକ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ତାଙ୍କର ହାତରେ ଆଘାତ ଲାଗିଛି । ଏହି ଘଟଣା ପରେ ସ୍କୁଲରେ ଭୟର ବାତାବରଣ ଦେଖିବାକୁ ମିଳିଥିବା ବେଳେ ଛାତ୍ରୀଛାତ୍ର ମାନେ ଭୟଭୀତ ହୋଇ ପଡ଼ିଥିଲେ । ଘଟଣା ପରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲଳିତ ନାଏକ କୋକସରା ପୋଲିସକୁ ସୂଚନା ଦେବାପରେ ପୋଲିସ ଟିମ ସଦଲବଳେ ପହଞ୍ଚି ଆକ୍ରମଣ କରିଥିବା ଯୁବକ ଭାସ୍କର ବାଗକୁ କାବୁ କରିବା ସହ ତାଙ୍କ ଠାରୁ ଟାଙ୍ଗିଆ ଜବତ କରିବା ସହ ପୋଲିସ ତାଙ୍କୁ ଥାନାରେ ଆଣି ଅଟକ ରଛିି । ତେବେ ଆକ୍ରମଣର କାରଣ ଅସ୍ପଷ୍ଟ ରହିଥିବା ବେଳେ ଆକ୍ରମଣ କରିଥିବା ଯୁବକ ଭାସ୍କର ବାଗର ସ୍ତ୍ରୀ ମାଧୁରୀ ବାଗ ପିପଳପଡ଼ା ବିଦ୍ୟାଳୟରେ ପାଚିକା ଭାବେ ନିୟୋଜିତ ରହିଛନ୍ତି । ତେବେ ଏହି ଘଟଣା ସମ୍ପର୍କରେ ପ୍ରଧାନ ଶିକ୍ଷକ ନାଏକ ବିଇଓଙ୍କୁ ସୂଚନା ଦେବାସହ ପୋଲିସ ନିକଟରେ ଲିଖିତ ଅଭିଯୋଗ କରିଥିବା ସୂଚନା ମିଳିଛି । ପୋଲିସ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଅଟକ ରଖିବା ସହ କାହିଁକି ଆକ୍ରମଣ କରିଛନ୍ତି କାରଣ ସମ୍ପର୍କରେ ତଦନ୍ତ ଜାରି ରଖିଥିବା ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

କଟକ,୧୭।୧: ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ । ଜଣେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କର ଦ୍ୱିତୀୟ ସ୍ତ୍ରୀ ପରିବାର ପେନସନ ବା ‘ଫ୍ୟାମିଲି...

ଓଡ଼ିଶାରେ ବଢୁଛି ମଟନ୍‌ର ଚାହିଦା: ବର୍ଷକୁ ଏତିକି ଟଙ୍କାର ମାଂସ ଖାଇଯାଉଛନ୍ତି ରାଜ୍ୟବାସୀ

ଭୁବନେଶ୍ୱର,୧୭।୧: ଓଡ଼ିଶାରେ ଛେଳି ମାଂସ ଅର୍ଥାତ୍‌ ମଟନ୍‌ର ଚାହିଦା ବଢ଼ି ବଢି ଚାଲିଛି। ରାଜ୍ୟରେ ଛେଳି ମାଂସର ଆବଶ୍ୟକତା ଉତ୍ପାଦନଠାରୁ ଅଧିକ। ସେଥିପାଇଁ ମାଛ, ଅଣ୍ଡା...

ମୃତବ୍ୟକ୍ତିଙ୍କ ନାଁରେ ଉଠାଯାଉଛି ଟଙ୍କା: ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୭ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ରତାଖଣ୍ଡି ପଞ୍ଚାୟତ ଅଧୀନ ରତାଖଣ୍ଡି ଗ୍ରାମର ରାଉତ ବରିହାଙ୍କ ଗତ ଜୁଲାଇରେ ମୃତ୍ୟୁ ଘଟିଛି। କିନ୍ତୁ ପଞ୍ଚାୟତ ପକ୍ଷରୁ...

ଗୋ ମାଫିଆଙ୍କ ପାଖରେ ଏତେ ଟଙ୍କା! ୮ ସ୍ଥାନରେ ଏକକାଳୀନ ଚଢାଉ ଜାରି, ଜବତ ହେଲା…

ଆନନ୍ଦପୁର, ୧୭।୧(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଏସପିଙ୍କ ନେତୃତ୍ୱରେ ୪୬ଟି ଟିମ ଜିଲା ତଥା ଜିଲା ବାହାରର ବିଭିନ୍ନ ଗୋ ମାଫିଆଙ୍କ ଉପରେ ଚଢାଉ...

ଯୁଦ୍ଧ ଆଶଙ୍କା ଭିତରେ ଇରାନକୁ ପ୍ରଶଂସା କଲେ ଟ୍ରମ୍ପ: କହୁ କହୁ କହିଦେଲେ…

ଓ୍ବାଶିଂଟନ୍‌,୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଇରାନକୁ ପ୍ରଶଂସା କରିଛନ୍ତି। ଏକ ଅସାଧାରଣ ପଦକ୍ଷେପ ନେଇ ଇରାନ ସରକାରଙ୍କୁ ଶହ ଶହ ରାଜନୈତିକ କଏଦୀଙ୍କ...

ବଙ୍ଗରୁ ଓଡ଼ିଶା ଆସିବ ନିବେଶ

ଭୁବନେଶ୍ୱର,୧୭ା୧(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ପଶ୍ଚିମବଙ୍ଗରେ ଆରମ୍ଭ ହୋଇଥିବା ଦୁଇଦିନିଆ ନିବେଶକ ସମ୍ମିଳନୀରୁ ଶନିବାର ବିପୁଳ ପରିମାଣର ନିବେଶ ଓଡ଼ିଶା ଆସିବା ସମ୍ଭାବନା ରହିଛି...

ପୁଣିଥରେ ସମଗ୍ର ବିଶ୍ବକୁ ଟାରିଫ ଧମକ ଦେଲେ ଟ୍ରମ୍ପ, କହିଲେ- ସମର୍ଥନ ନ କଲେ…

ଓ୍ବାଶିଂଟନ୍‌,୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ବିଶ୍ୱକୁ ଟାରିଫ୍‌ ଲଗାଇ ଧମକ ଦେଇଛନ୍ତି। ଏଥର ଏହି ଧମକ ୟୁରୋପୀୟ ଦେଶଗୁଡ଼ିକ ପ୍ରତି ନିର୍ଦ୍ଦେଶିତ, କାରଣ...

ଆଜି ପ୍ରକାଶ ପାଇବ ଓଡ଼ିଆ ଭାଷା ପରୀକ୍ଷାଫଳ

କଟକ,୧୭।୧(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ଦ୍ୱିତୀୟ ଦଶମ ଷ୍ଟାଣ୍ଡାର୍ଡ ଏକକ ବିଷୟ ଓଡ଼ିଆ ଭାଷା ଏବଂ ଦ୍ୱିତୀୟ ଅର୍ଦ୍ଧ ବାର୍ଷିକ ଅଷ୍ଟମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri