ହଠାତ୍‌ ଶ୍ରେଣୀ ଭିତରକୁ ପଶି ଆସିଲେ ପାଚିକାଙ୍କ ସ୍ବାମୀ: କେହି କିଛି ଭାବିବା ପୂର୍ବରୁ ହାଣିଲେ ଶିକ୍ଷକଙ୍କୁ

ଭବାନୀପାଟଣା,୧୬।୧(ଉତ୍ତମ କୁମାର ଦାଶ): ଶିକ୍ଷକଙ୍କୁ ହାଣିଲେ ପାଚିକାଙ୍କ ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବେହେରା ପଞ୍ଚାୟତ ପିପଳପଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟରେ। ବିଦ୍ୟାଳୟର ସହକାରୀ ଶିକ୍ଷକ ଋଷିରାଜ ମେହେରଙ୍କୁ ପିପଳପଡ଼ା ଗ୍ରାମର ଭାସ୍କର ବାଗ ନାମକ ଜଣେ ଯୁବକ ସ୍କୁଲ ମଧ୍ୟାହ୍ନ ଭୋଜନ ସମୟରେ ହଠାତ ଶ୍ରେଣୀରେ ପଶି ଟାଙ୍ଗିଆରେ ମରଣାନ୍ତକ ଆକ୍ରମଣ କରିଥିବା ଜଣାପଡ଼ିଛି । ତେବେ ଏହି ଆକ୍ରମଣରେ ଶିକ୍ଷକ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ତାଙ୍କର ହାତରେ ଆଘାତ ଲାଗିଛି । ଏହି ଘଟଣା ପରେ ସ୍କୁଲରେ ଭୟର ବାତାବରଣ ଦେଖିବାକୁ ମିଳିଥିବା ବେଳେ ଛାତ୍ରୀଛାତ୍ର ମାନେ ଭୟଭୀତ ହୋଇ ପଡ଼ିଥିଲେ । ଘଟଣା ପରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲଳିତ ନାଏକ କୋକସରା ପୋଲିସକୁ ସୂଚନା ଦେବାପରେ ପୋଲିସ ଟିମ ସଦଲବଳେ ପହଞ୍ଚି ଆକ୍ରମଣ କରିଥିବା ଯୁବକ ଭାସ୍କର ବାଗକୁ କାବୁ କରିବା ସହ ତାଙ୍କ ଠାରୁ ଟାଙ୍ଗିଆ ଜବତ କରିବା ସହ ପୋଲିସ ତାଙ୍କୁ ଥାନାରେ ଆଣି ଅଟକ ରଛିି । ତେବେ ଆକ୍ରମଣର କାରଣ ଅସ୍ପଷ୍ଟ ରହିଥିବା ବେଳେ ଆକ୍ରମଣ କରିଥିବା ଯୁବକ ଭାସ୍କର ବାଗର ସ୍ତ୍ରୀ ମାଧୁରୀ ବାଗ ପିପଳପଡ଼ା ବିଦ୍ୟାଳୟରେ ପାଚିକା ଭାବେ ନିୟୋଜିତ ରହିଛନ୍ତି । ତେବେ ଏହି ଘଟଣା ସମ୍ପର୍କରେ ପ୍ରଧାନ ଶିକ୍ଷକ ନାଏକ ବିଇଓଙ୍କୁ ସୂଚନା ଦେବାସହ ପୋଲିସ ନିକଟରେ ଲିଖିତ ଅଭିଯୋଗ କରିଥିବା ସୂଚନା ମିଳିଛି । ପୋଲିସ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଅଟକ ରଖିବା ସହ କାହିଁକି ଆକ୍ରମଣ କରିଛନ୍ତି କାରଣ ସମ୍ପର୍କରେ ତଦନ୍ତ ଜାରି ରଖିଥିବା ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri