ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ

ରୂପସା,୭।୮(ବାଞ୍ଛାନିଧି ଦେ): ବାଲେଶ୍ୱର ସଦର ବ୍ଲକର ଛାନୁଆ ପଞ୍ଚାୟତ ଅନ୍ତର୍ଗତ ଭଦ୍ରସିଆ ଗ୍ରାମର ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ମାତ୍ର ଅଭିଯୋଗକୁ ୬ ଦିନ ବିତିଯାଇଥିଲେ ମଧ୍ୟ ପୋଲିସ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିବାରୁ ଉତ୍ତେଜନା ଲାଗିରହିଛି। ଏଯାବତ୍‌ କୌଣସି ତଦନ୍ତ କରାଯାଇ ନ ଥିବା ଅଭିଯୋଗକାରିଣୀ ଜଣକ ଅଭିଯୋଗ ଆଣିଛନ୍ତି।
ଗତ ୧ ତାରିଖରେ ଏହି ଗ୍ରାମର ଦୀପକ ମାଝୀ, ରଘୁ ମାଝୀ, ଅନନ୍ତ ମୁର୍ମୁ, ସୀତା ମାଝୀ, ବାପି ମାଝୀ, ପଙ୍କଜ ମନ୍ତ୍ରୀ ମିଳିତ ଭାବେ ଅଙ୍ଗନଓ୍ବାଡି କେନ୍ଦ୍ର ଭିତରକୁ ଜୋର ଜବରଦସ୍ତ ପଶି କାର୍ଯ୍ୟରତ ଅଙ୍ଗନଓ୍ବାଡି କର୍ମୀ ରମାମଣି ମଲ୍ଲିକଙ୍କୁ ଅଶ୍ଳୀଳ ଭାଷାରେ ଗାଲିଗୁଲଜ କରିବା ସହ ଅତର୍କିତ ଭାବେ ମରଣାନ୍ତକ ଆକ୍ରମଣ କରିଥିଲେ। ଏହି ସମୟରେ ତାଙ୍କର ସ୍ବାମୀ ଓ ପୁଅ ଘଟଣାସ୍ଥଳରେ ପହଞ୍ଚତ୍ ତାଙ୍କୁ ସେଠାରୁ ଉଦ୍ଧାର କରିଥିଲେ। ରମାମଣିଙ୍କ ବେକ ଓ ଡାହାଣ ହାତରେ ଆଘାତ ଲାଗିଥିବାରୁ ତାଙ୍କୁ ରୁପସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଯାଇଥିଲା। ଏହାପରେ ସେ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରି ଉପ-ଜିଲାପାଳ ଓ ବସ୍ତା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ମାତ୍ର ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ଅଙ୍ଗନଓ୍ବାଡି କର୍ମୀ ଓ ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୂର୍ବରୁ ମଧ୍ୟ ଉକ୍ତ ଗଣ୍ଡଗୋଳକାରୀମାନେ ରମାମଣିଙ୍କ ଘରେ ପଶି ଖାତାପତ୍ରକୁ ନେଇଯାଇଥିବା ଏତେଲାରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri