ଯୋଜନା ବଦଳାଇ ଚଢ଼ାଉ

ଓଡ଼ାପଡ଼ା, ୧୧ା୭(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକରେ ଲଘୁ ଖଣିଜ ଚୋରାଚାଲାଣ ପାଇଁ ସ୍ବତନ୍ତ୍ର ଭାବେ ହ୍ବାଟ୍ସଆପ୍‌ ଗ୍ରୁପ୍‌ କରାଯିବା ଏବଂ ଏଥିରେ କେତେଜଣ ଅଧସ୍ତନ କର୍ମଚାରୀଙ୍କ ସମ୍ପୃକ୍ତି ଥିବା ନେଇ ଚର୍ଚ୍ଚା ହେବା ପରେ ଅଧିକାରୀଙ୍କ ମୁଣ୍ଡବ୍ୟଥା ବଢ଼ିଛି। ତେଣୁ ଚଢ଼ାଉ ପୂର୍ବରୁ ଯୋଜନା ବିଷୟରେ କାହାରିକୁ ନ ଜଣାଇ ଅତର୍କିତ ବେଆଇନ ଖାଦାନ ଦରାଣ୍ଡିବାକୁ ଯୋଜନା କରିଛନ୍ତି ଅଧିକାରୀ। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଭୋର୍‌ ସମୟରେ ବାଉତିରଗଡ଼ାସ୍ଥିତ ରୋଡ୍‌ ମେଟାଲ ଖଣି ଉପରେ ତହସିଲ ପ୍ରଶାସନ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି। ଚଢ଼ାଉ ସମ୍ପର୍କରେ ଖଣିଜ ଚୋରା ଚାଲାଣକାରୀମାନେ ଯେପରି ସାମାନ୍ୟତମ ସୁରାକ ନ ପାଆନ୍ତି ସେଥିଲାଗି ଅଧିକାରୀମାନେ ସରକାରୀ ଗାଡ଼ି ପରିବର୍ତ୍ତେ ବେସରକାରୀ ଗାଡ଼ି ବ୍ୟବହାର କରିଥିଲେ। ଘଟଣାସ୍ଥଳରୁ କଳା ମୁଗୁନିପଥର ଚାଲାଣ କରୁଥିବା ୪ଟି ଟିପ୍ପର (ନଂ. ଓଆର ୦୯ କେ ୨୪୬୩), (ଓଆର ୧୯ କେ ୧୩୫୭), (ଓଆର ୧୯ ଏଲ୍‌ ୧୩୫୭), (ଓଆର ୦୬ ଜେ ୬୮୧୭) ଏବଂ ଗୋଟିଏ ମାଟିଖୋଳା ମେଶିନ ଜବତ କରାଯାଇଛି। ଅତିରିକ୍ତ ତହସିଲଦାର ସାଗରିକା ସାହୁ, ଅନୁପମା ମୁର୍ମୁ, ଆର୍‌ଆଇ ଚିନ୍ମୟ ଦାସ, ସୌମ୍ୟରଞ୍ଜନ ପରିଡା, ଗଦାଶିଳା ଏଆରଆଇ ଉତ୍ସବ ଦେହୁରୀ, ମୋଟଙ୍ଗା ଏଆରଆଇ ଦୀନେଶ ରାଉତରାୟ ପ୍ରମୁଖ ଚଢ଼ାଉରେ ସାମିଲ ହୋଇଥିଲେ। ଜବତ ଗାଡିଗୁଡିକୁ ଗୁଡିଆକାଟେଣୀ ପୋଲିସ ବିଟ୍‌ ହାଉସ ଜିମା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri