ଯୋଜନା ବଦଳାଇ ଚଢ଼ାଉ

ଓଡ଼ାପଡ଼ା, ୧୧ା୭(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକରେ ଲଘୁ ଖଣିଜ ଚୋରାଚାଲାଣ ପାଇଁ ସ୍ବତନ୍ତ୍ର ଭାବେ ହ୍ବାଟ୍ସଆପ୍‌ ଗ୍ରୁପ୍‌ କରାଯିବା ଏବଂ ଏଥିରେ କେତେଜଣ ଅଧସ୍ତନ କର୍ମଚାରୀଙ୍କ ସମ୍ପୃକ୍ତି ଥିବା ନେଇ ଚର୍ଚ୍ଚା ହେବା ପରେ ଅଧିକାରୀଙ୍କ ମୁଣ୍ଡବ୍ୟଥା ବଢ଼ିଛି। ତେଣୁ ଚଢ଼ାଉ ପୂର୍ବରୁ ଯୋଜନା ବିଷୟରେ କାହାରିକୁ ନ ଜଣାଇ ଅତର୍କିତ ବେଆଇନ ଖାଦାନ ଦରାଣ୍ଡିବାକୁ ଯୋଜନା କରିଛନ୍ତି ଅଧିକାରୀ। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଭୋର୍‌ ସମୟରେ ବାଉତିରଗଡ଼ାସ୍ଥିତ ରୋଡ୍‌ ମେଟାଲ ଖଣି ଉପରେ ତହସିଲ ପ୍ରଶାସନ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି। ଚଢ଼ାଉ ସମ୍ପର୍କରେ ଖଣିଜ ଚୋରା ଚାଲାଣକାରୀମାନେ ଯେପରି ସାମାନ୍ୟତମ ସୁରାକ ନ ପାଆନ୍ତି ସେଥିଲାଗି ଅଧିକାରୀମାନେ ସରକାରୀ ଗାଡ଼ି ପରିବର୍ତ୍ତେ ବେସରକାରୀ ଗାଡ଼ି ବ୍ୟବହାର କରିଥିଲେ। ଘଟଣାସ୍ଥଳରୁ କଳା ମୁଗୁନିପଥର ଚାଲାଣ କରୁଥିବା ୪ଟି ଟିପ୍ପର (ନଂ. ଓଆର ୦୯ କେ ୨୪୬୩), (ଓଆର ୧୯ କେ ୧୩୫୭), (ଓଆର ୧୯ ଏଲ୍‌ ୧୩୫୭), (ଓଆର ୦୬ ଜେ ୬୮୧୭) ଏବଂ ଗୋଟିଏ ମାଟିଖୋଳା ମେଶିନ ଜବତ କରାଯାଇଛି। ଅତିରିକ୍ତ ତହସିଲଦାର ସାଗରିକା ସାହୁ, ଅନୁପମା ମୁର୍ମୁ, ଆର୍‌ଆଇ ଚିନ୍ମୟ ଦାସ, ସୌମ୍ୟରଞ୍ଜନ ପରିଡା, ଗଦାଶିଳା ଏଆରଆଇ ଉତ୍ସବ ଦେହୁରୀ, ମୋଟଙ୍ଗା ଏଆରଆଇ ଦୀନେଶ ରାଉତରାୟ ପ୍ରମୁଖ ଚଢ଼ାଉରେ ସାମିଲ ହୋଇଥିଲେ। ଜବତ ଗାଡିଗୁଡିକୁ ଗୁଡିଆକାଟେଣୀ ପୋଲିସ ବିଟ୍‌ ହାଉସ ଜିମା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri