ପୋଲିସ ଉପରକୁ ଗୁଳିମାଡ଼

ଦେବଗଡ଼,୧୩।୧୦(ଡି.ଏନ.ଏ): ଗଞ୍ଜେଇ ଚାଲାଣକାରୀଙ୍କୁ ପିଛା କରିବା ବେଳେ ଦେବଗଡ଼ ଜିଲା ରିଆମାଳ ପୋଲିସ ଉପରକୁ ଗୁଳିମାଡ଼ ହୋଇଛି। ଏଥିରେ କୌଣସି ପୋଲିସ କର୍ମଚାରୀଙ୍କ କ୍ଷତି ହୋଇନାହିଁ। ଏହି ଘଟଣାରେ ପୋଲିସ ୩ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବୌଦ୍ଧ ଜିଲା ମନମୁଣ୍ଡା ଥାନାଞ୍ଚଳର ବିକାଶ ରାଜହଂସ(୨୩), ପୌଲସ୍ତି ଜଗଦଲା(୨୧) ଏବଂ ସମ୍ବଲପୁର ଜିଲା ଜମନକିରା ଥାନାଞ୍ଚଳର ରୂପେଶ ପ୍ରସାଦ(୩୧)। ସେମାନଙ୍କଠାରୁ ଏକ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ, ବାଇକ୍‌, କାର୍‌, ମାଉଜର ଓ ୭ ରାଉଣ୍ଡ ଜୀବନ୍ତ ଗୁଳି ଜବତ କରାଯାଇଛି। ଏ ନେଇ ମଙ୍ଗଳବାର ଦେବଗଡ ଥାନାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏସ୍‌ପି ରାଜକିଶୋର ପାଇକରାୟ ସୂଚନା ଦେଇଛନ୍ତି।
ଏସ୍‌ପି ପାଇକରାୟ କହିଥିଲେ ଯେ, ବିକାଶ ଓ ପୌଲସ୍ତି ସମ୍ବଲପୁରରୁ ଏକ ବାଇକ୍‌ (ନଂ.ଓଡି୩୧ଏଚ୍‌/୦୧୮୬) ଯୋଗେ ବିପୁଳ ପରିମାଣର ଗଞ୍ଜେଇ ନେଇ ସୁନ୍ଦରଗଡ ଜିଲାକୁ ଯାଉଥିଲେ। ସେମାନଙ୍କ ପଛେ ପଛେ ଏକ କାର୍‌ (ନଂ.ଓଡି୧୫କ୍ୱୁ/୮୭୭୯) ସୁରକ୍ଷା ଦେଉଥିଲା। ଏ ନେଇ କୌଣସି ସୂତ୍ରରୁ ସୂଚନା ପାଇ ରିଆମାଳ ଥାନା ପୋଲିସ ସେମାନଙ୍କୁ ପିଛା କରି ରିଆମାଳ ଡଙ୍ଗାଘାଟଠାରେ ଅଟକାଇଥିଲା। ଯାଞ୍ଚ ସମୟରେ ଯୁବକ ଦ୍ୱୟଙ୍କ ନିକଟରୁ ପ୍ରାୟ ୧.୨୫ କୁଇଣ୍ଟାଲ ଗଞ୍ଜେଇ ବାହାରିଥିଲା। ଏହି ସମୟରେ ପଛରେ କାର୍‌ରେ ଆସୁଥିବା ରୂପେଶ ଚଟିବରଘାଟ ଆଡକୁ ଫେରାର ହେବାକୁ ଉଦ୍ୟମ କରିଥିଲେ। ପୋଲିସ ସ୍କ୍ବାଡ୍‌ ଗୋହିରା ଡ୍ୟାମ-ବରଘାଟ ରାସ୍ତାର ଦେଓଝରଣ ଜଳପ୍ରପାତ ନିକଟରେ ଉକ୍ତ କାର୍‌କୁ ଅଟକାଇବାକୁ ଉଦ୍ୟମ କରିଥିଲେ। ମାତ୍ର ରୂପେଶ ପୋଲିସ ଉପରକୁ ଗୋଟିଏ ରାଉଣ୍ଡ ଗୁଳି ଚଳାଇ ଭୟଭୀତ କରିବା ସହ ସେଠାରୁ ପଳାଇବାକୁ ଉଦ୍ୟମ କରିଥିଲେ। ତେବେ ଲକ୍ଷ୍ୟଚ୍ୟୁତ ଘଟିବାରୁ ପୋଲିସ କର୍ମଚାରୀ ଅଳ୍ପକେ ବର୍ତ୍ତିଯିବା ସହ ଉକ୍ତ ଦୁର୍ବୃତ୍ତଙ୍କୁ କାବୁ କରିଥିଲେ ବୋଲି ଏସ୍‌ପି ପାଇକରାୟ ସୂଚନା ଦେଇଛନ୍ତି। ଦେବଗଡ ଥାନାରେ ରୂପେଶଙ୍କ ବିରୋଧରେ ଏକ ମାମଲା ଏବଂ ବିକାଶ ଓ ପୌଲସ୍ତିଙ୍କ ବିରୋଧରେ ଅନ୍ୟ ଏକ ମାମଲା ରୁଜୁ କରି ତଦନ୍ତ ଚାଲିଥିବା ଏସ୍‌ପି ପାଇକରାୟ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri