ଯୁବକଙ୍କୁ ଆକ୍ରମଣ କରି ଟଙ୍କା, ସୁନା ଲୁଟ୍‌

ଭୁବନେଶ୍ୱର,୨୦।୧(ବ୍ୟୁରେ): ରାଜଧାନୀ ରାଜପଥରେ ରାତିରେ ମାତୁଛନ୍ତି ଲୁଟେରା। ସୋମବାର ବିଳମ୍ବିତ ରାତିରେ ଜଣେ ଖବରଦାତାଙ୍କୁ ଆକ୍ରମଣ କରିବା ସହ ତାଙ୍କଠାରୁ ମୋବାଇଲ୍‌ ଫୋନ୍‌, ୫ହଜାର ଟଙ୍କା ଓ ସୁନା ମୁଦି ଲୁଟି ନେଇଛନ୍ତି। ଲୁଟ୍‌ର ଶିକାର ହୋଇଛନ୍ତି ଇଂଲିଶ ଖବରକାଗଜର କର୍ମଚାରୀ ପ୍ରମୋଦ ମହାନ୍ତି। ଏନେଇ ପ୍ରମୋଦ ନୟାପଲ୍ଲୀ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ସିସିଟିଭି ଫୁଟେଜ୍‌ ଯାଞ୍ଚ କରିବା ସହ ତଦନ୍ତ କରୁଛି। ସୂଚନା ଅନୁଯାୟୀ, ପ୍ରମୋଦ ଅଫିସ କାର୍ଯ୍ୟସାରି ରାତି ପ୍ରାୟ ୧୨ଟାରେ ଘରକୁ ଫେରୁଥିଲେ। ନୟାପଲ୍ଲୀ ଓଭରବ୍ରିଜ ନିକଟରେ ଦୁର୍ବୃତ୍ତମାନେ ଏକ କାରରେ ଆସି ତାଙ୍କ ବାଇକକୁ ବାଡେଇ ଦେଇଥିଲେ। ପ୍ରମୋଦ ପଡିଯିବା ପରେ ଦୁର୍ବୃତ୍ତମାନେ କାରରୁ ଓହ୍ଲାଇ ତାଙ୍କୁ ମାଡମାରି ଲୁଟ୍‌ କରି ଫେରାର ହୋଇଥିଲେ। ଆହତ ଅବସ୍ଥାରେ ପ୍ରମୋଦ ଥାନାରେ ପହଞ୍ଚତ୍ବା ପରେ ପୋଲିସ ତାଙ୍କୁ ଚିକିତ୍ସା ନିମନ୍ତେ କ୍ୟାପିଟାଲ୍‌ ହସ୍ପିଟାଲରେ ଭର୍ତ୍ତି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri