ଅବକାରୀ ଏଏସ୍‌ଆଇ, ଡ୍ରାଇଭରଙ୍କୁ ଗୋଡ଼ାଇ ହାଣିଲେ

ଖୁଣ୍ଟୁଣୀ, ୨୯ା୭ (ସଚ୍ଚିଦାନନ୍ଦ ପଣ୍ଡା): କଟକ ଜିଲା ଖୁଣ୍ଟୁଣୀ ବନାଞ୍ଚଳ ଅଧୀନ ଡାଳୁଆ ଓ ଖଣ୍ଡୁଆଳି ଗ୍ରାମ ନିକଟ ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରେ ବେଆଇନ ଭାବେ ଚାଲିଥିବା ଚୋରା ଦେଶୀ ମଦଭାଟି ଉପରେ ରାଜ୍ୟ ଫ୍ଲାଇଂ ସ୍କ୍ବାଡ୍‌, କଟକ ୟୁନିଟ୍‌-୧ର ମୋବାଇଲ ସ୍କ୍ବାଡ୍‌ ଓ ଆଠଗଡ଼ ଅବକାରୀ ବିଭାଗ ପକ୍ଷରୁ ମିଳିତ ଭାବେ ଚଢାଉ କରାଯାଇଥିଲା। ହେଲେ ଏହି ସମୟରେ ସ୍ଥାନୀୟ ଅଞ୍ଚଳର କେତେଜଣ ଚୋରା ମଦ ବ୍ୟବସାୟୀ ମୁହଁରେ ମୁଖା ପିନ୍ଧି ଅବକାରୀ ବିଭାଗର ୨ ଜଣଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏଥିସହ ୪ଟି ଗାଡ଼ି ଭଙ୍ଗାରୁଜା କରିବା ସହ ୧୨ଟି ଚକା କାଟି ଦେଇଥିଲେ। ଆକ୍ରମଣରେ ଅବକାରୀ ଏଏସ୍‌ଆଇ ହେମନ୍ତ ମଲ୍ଲିକ ଓ ଡ୍ରାଇଭର ବିଷ୍ଣୁ ମୋହନ ଦାସ ଆହତ ହୋଇଛନ୍ତି। ଚିକିତ୍ସାଲାଗି ସେମାନଙ୍କୁ ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଏହି ଘଟଣାରେ ପୋଲିସ ଜଣଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି।
ମିଳିଥିବା ସୂଚନା ଅନୁଯାୟୀ, ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରେ ଦୀର୍ଘଦିନ ହେବ ବେଆଇନ ଭାବେ ଦେଶୀ ମଦ ପ୍ରସ୍ତୁତ ହୋଇ ବିଭିନ୍ନ ସ୍ଥାନକୁ ଚାଲାଣ କରାଯାଉଛି। ଖବରପାଇ ଶୁକ୍ରବାର ଅବକାରୀ ବିଭାଗର ମିଳିତ ସ୍କ୍ବାଡ୍‌ କର୍ମଚାରୀମାନେ ୫ଟି ଗାଡିରେ ଆସି ଖଣ୍ଡୁଆଳି ଗ୍ରାମ ନିକଟ ଜାଭିୟର ସ୍କୁଲ ପଛପଟ ଜଙ୍ଗଲଠାରେ ପହଞ୍ଚିଥିଲେ। ତୁରନ୍ତ ଜଙ୍ଗଲ ଭିତରକୁ ଯାଇ ମଦଭାଟି ଉପରେ ଚଢ଼ାଉ କରିଥିଲେ। ଏହି ସମୟରେ ୪/୫ ଜଣ ମଦ ବ୍ୟବସାୟୀ ଗୋଡାଇ ଗୋଡାଇ ଏଏସ୍‌ଆଇ ମଲ୍ଲିକ ଓ ଡ୍ରାଇଭର ଦାସଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ। ଏହା ଦେଖି କେତେଜଣ କର୍ମଚାରୀ ଜୀବନ ବଞ୍ଚାଇବା ପାଇଁ ଦୌଡି ପଳାଇଥିଲେ। ଆକ୍ରମଣ ଖବରପାଇ ନିକଟରେ ଥିବା ଆଠଗଡ଼ ଅବକାରୀ ଉପ ଅଧୀକ୍ଷକ ପ୍ରମୋଦ ପଣ୍ଡା, ଷ୍ଟେଟ୍‌ ଫ୍ଲାଇଂ ସ୍କ୍ବାଡ୍‌ ଆଇଆଇସି ଦିଲୀପ ବେହେରା, କଟକ ମୋବାଇଲ ସ୍କ୍ବାଡ୍‌ ଆଇଆଇସି ସଞ୍ଜିତ ବାର୍ଲାଙ୍କ ସମେତ ୩୦ରୁ ଊର୍ଦ୍ଧ୍ୱ କର୍ମଚାରୀ ଚଢ଼ାଉ ଅଧାରୁ ବନ୍ଦ କରି ଘଟଣାସ୍ଥଳକୁ ଆସିବାରୁ ଆକ୍ରମଣକାରୀମାନେ ଫେରାର ହୋଇଯାଇଥିଲେ। ପରେ କଟକ ଜିଲା ଅବକାରୀ ସୁପରିଣ୍ଟେଣ୍ଡେଣ୍ଟ ଦେବାଶିଷ ପଟେଲ ଓ ଖୁଣ୍ଟୁଣୀ ଥାନାଧିକାରୀ ଭବାନୀ ଶଙ୍କର ଖୁଣ୍ଟିଆ ଘଟଣାସ୍ଥଳରେ ପହଞ୍ଚିଥିଲେ। ଅପରପକ୍ଷରେ ସେଠାକାର କେତେଜଣ ବୁଦ୍ଧିଜୀବୀ ପରିଚୟ ଗୋପନ ରଖି କହିଛନ୍ତି, ସ୍ଥାନୀୟ ନୁଣୁପଡ଼ିଆଠାରେ ବ୍ୟବସାୟୀମାନେ ଗୁଡ ରଖି ମଦ ପ୍ରସ୍ତୁତ କରୁଛନ୍ତି। ସେମାନଙ୍କ ବିରୋଧରେ ସ୍ଥାନୀୟ ପୋଲିସ ଓ ଅବକାରୀ ବିଭାଗ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଉନାହିଁ। ଉଭୟ ବିଭାଗର କେତେଜଣ ଅସାଧୁ କର୍ମଚାରୀ ସେମାନଙ୍କଠାରୁ ମାସରେ ଲକ୍ଷାଧିକ ଟଙ୍କା ନେଉଛନ୍ତି। ଏ ସମ୍ପର୍କରେ ଜିଲା ଅବକାରୀ ସୁପରିଣ୍ଟେଣ୍ଡେଣ୍ଟ ପଟେଲ କହିଛନ୍ତି, ଚୋରା ମଦ ବ୍ୟବସାୟୀଙ୍କ ବିରୋଧରେ ତଥ୍ୟ ସଂଗ୍ରହ କରାଯାଇ ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri