ବାପା, ସାନଭାଇଙ୍କୁ ମରଣାନ୍ତକ ଆକ୍ରମଣ କରି ବଡ଼ ଗଲେ ଜେଲ୍‌

ଦିଗପହଣ୍ଡି,୧୪ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ବୃନ୍ଦାବନ ଗୌଡ଼ ଏବଂ ତାଙ୍କ ସାନପୁଅ ଶଙ୍କର ଗୌଡ଼ଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ସମ୍ପୃକ୍ତ ବୃନ୍ଦାବନଙ୍କ ବଡ଼ପୁଅ ରାଜେନ୍ଦ୍ର ଗୌଡ଼ଙ୍କୁ ଶନିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା( ନଂ.୨୭୩/୨୪) ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି। ଗତ ଜୁଲାଇ ୧୧ ତାରିଖ ସନ୍ଧ୍ୟା ପ୍ରାୟ ୭ଟାରେ ପାରିବାରିକ ବିବାଦକୁ କେନ୍ଦ୍ରକରି ଅଭିଯୁକ୍ତ ରାଜେନ୍ଦ୍ର ଏକ ଠେଙ୍ଗାରେ ବାପା ଏବଂ ସାନଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଏନେଇ ବାପା ବୃନ୍ଦାବନ ଥାନାରେ ଏତଲା ଦେବା ପରେ ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମାରୁଜୁ କରିଥିଲେ। ଘଟଣା ପରଠାରୁ ଗିରଫ ଭୟରେ ଅଭିଯୁକ୍ତ ଫେରାରଥିଲେ। ସେ ଗାଁକୁ ଫେରିଥିବା ଖବର ପାଇ ତଦନ୍ତକାରୀ ଅଧିକାରୀ ଏଏସ୍‌ଆଇ ଝୁନୁ ମାଝୀ ଅଭିଯୁକ୍ତଙ୍କୁ ଶୁକ୍ରବାର ରାତିରେ ଗିରଫ କରି ତାଙ୍କ ନିକଟରୁ ଆକ୍ରମଣରେ ବ୍ୟବହୃତ ଠେଙ୍ଗାକୁ ଜବତ କରିଥିଲେ। ବୃନ୍ଦାବନ ତାଙ୍କ ଝିଅ ବାହାଘରରେ ପ୍ରାୟ ୮ ଲକ୍ଷ ଟଙ୍କା ଋଣ ହୋଇଥିଲେ। ଘଟଣା ଦିନ ଗାଁରେ ଅନ୍ୟ ଏକ ଘରେ ରହୁଥିବା ବଡ଼ପୁଅ ରାଜେନ୍ଦ୍ର ଋଣ ପରିଶୋଧ ପାଇଁ ଟଙ୍କା ମାଗିଥିଲେ। ସେ ମନା କରିବାରୁ ବୃନ୍ଦାବନ ତାଙ୍କୁ ତୁରନ୍ତ ଘର ଖାଲି କଲେ ଘରକୁ ବିକ୍ରି କରି ଋଣ ପରିଶୋଧ କରିବାକୁ କହିଥିଲେ। ଏଥିରେ ଉତ୍ତେଜିତ ହୋଇ ରାଜେନ୍ଦ୍ର ଘରେ ଥିବା ଠେଙ୍ଗାରେ ଉଭୟଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ବୋଲି ତଦନ୍ତକାରୀ ପୋଲିସ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?