ପୂର୍ବ ଶତ୍ରୁତାରୁ ଆକ୍ରମଣ

ହିଞ୍ଜିଳିକାଟୁ,୧୫ା୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଧୀନ ପୌରାଞ୍ଚଳ ରେଗିଡି ସାହି ଛକ ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ମୋହନ କଲୋନୀର ସାଗର ସ୍ବାଇଁ । ତାଙ୍କୁ ପ୍ରଥମେ ହିଞ୍ଜିଳିକାଟୁ ଏବଂ ପରେ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ଅବସ୍ଥା ସଂକଟାପନ୍ନ ରହିଛି।

ମିଳିଥିବା ସୂଚନା ମୁତାବକ, ସାଗର ରେଗିଡି ସାହି ହନୁମାନ ମନ୍ଦିର ପାର୍କ ନିକଟରେ ବସିଥିଲେ। ହେଲେ କେତେକ ଯୁବକ ପହଞ୍ଚି ପ୍ରଥମେ ତାଙ୍କ ସହ ବଚସା କରିଥିଲେ। ପରେ ସେମାନେ ମାରଣାସ୍ତ୍ରରେ ସାଗରଙ୍କୁ ଆକ୍ରମଣ କରିଥିଲେ। ସାଗରଙ୍କ ମୁଣ୍ଡରେ ଗଭୀର ଆଘାତ ହେବାରୁ ସେ ଚେତା ଶୂନ୍ୟ ହୋଇପଡ଼ିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ହିଞ୍ଜିଳିକାଟୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଏନେଇ ସାଗରଙ୍କ ମା’ ମାମି ସ୍ବାଇଁ ହିଞ୍ଜିଳି ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ.୬୬୫/୨୩) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଠୁଗଣ୍ଠି ସମସ୍ୟା ଥିଲେ ଖାଆନ୍ତୁ କଖାରୁ ଫୁଲ

କଖାରୁ ଫୁଲ ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଅନେକେ ଏଥିରୁ ପ୍ରସ୍ତୁତ ପିଠା ଖାଇବାକୁ ଭଲ ପାଆନ୍ତି। ଏଥିରେ ଅନେକ ପ୍ରକାର ଭିଟାମିନ୍‌…

ଆମ୍ବଝରନ ଫରେଷ୍ଟ ରିଜର୍ଭରେ ଝୁଲୁଛି ଅଜଣା ମୃତଦେହ

ବଲାଙ୍ଗୀର,୧୧।୫: ବଲାଙ୍ଗୀର ଆଗଲପୁର ଥାନା ଅନ୍ତର୍ଗତ ଆମୱଝରନ ରିଜର୍ବ ଫରେଷ୍ଟରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିଛି । ସୂଚନା ଅନୁଯାୟୀ, ଆମ୍ବଝରନ ରିର୍ଜବ ଫରେଷ୍ଟଠାରେ ଏକ…

କୋଟିଆରେ ଶେଷ ହୋଇଛି ଶତ ପ୍ରତିଶତ ଘରଗଣନା: ମନ୍ତ୍ରୀ

ଭୁବନେଶ୍ୱର,୧୧।୫: ରାଜ୍ୟରେ ଚାଲିଥିବା ଜନଗଣନାକୁ ନେଇ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଓଡ଼ିଶାରେ ୯୦ ପ୍ରତିଶତରୁ ଅଧିକ ଘରଗଣନା କାମ ଶେଷ ହୋଇଥିବା…

ସୋମନାଥ ଅମୃତ ମହୋତ୍ସବରେ ଯୋଗଦେଲେ ମୋଦି, କଲେ ପୂଜାର୍ଚ୍ଚନା

ପ୍ରଭାସପାଟନା,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମନାଥ ମନ୍ଦିରରେ ଆୟୋଜିତ ‘ଅମୃତ ମହୋତ୍ସବ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ମନ୍ଦିରରେ ପୂଜା କରିଥିଲେ ଏବଂ ପ୍ରାର୍ଥନା କରିଥିଲେ।…

ଭାରତରେ ପ୍ରଯୁକ୍ତିବିଦ୍ୟାର ବିକାଶ

ଦେଶ ସ୍ବାଧୀନତା ଲାଭ କରିବା ପରେ ଏହାର ପ୍ରଗତି ଏବଂ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ପ୍ରଯୁକ୍ତିବିଦ୍ୟାକୁ ଗୁରୁତ୍ୱ ପ୍ରଦାନ କରାଯାଇଛି। ଦେଶରେ ଅନେକ ବୃହତ୍‌ ନଦୀବନ୍ଧ ନିର୍ମାଣ…

ଅସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳକୁ ଲୋକଙ୍କ ଭରସା ନାହିଁ, ଆଲର୍ଟ କେନ୍ଦ୍ରରେ ବାଜୁନି ସାଇରନ

କେନ୍ଦ୍ରାପଡା,୧୧୦ା୫ (ଜଗନ୍ନାଥ ଧଳ): ସମୁଦ୍ର ତଟବର୍ତ୍ତୀ କେନ୍ଦ୍ରାପଡା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ବୋଲି ରାଜ୍ୟ ଓ କେନ୍ଦ୍ର ସରକାର ଚିହ୍ନଟ କରିଛନ୍ତି। ବନ୍ୟା, ବାତ୍ୟା ସହ ସୁନାମି…

ମୋବାଇଲ୍‌ ଟାଓ୍ବାର ଉପରେ ଚଢ଼ିଗଲେ ଯୁବକ: ପରେ ଧମକ ଦେଇ ଯେଉଁ କାଣ୍ଡକଲେ…

କଲ୍ୟାଣସିଂହପୁର,୧୧।୫(ଦୀପକ କୁମାର ପରିଡା ): ମୋବାଇଲ ଟାୱାର ଉପରେ ଚଢି ମଦ୍ୟପ ଯୁବକଙ୍କ ଉନ୍ମତକାଣ୍ଡ। ଏଭଳି ଘଟଣା ଘଟିଛି ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସହରରେ । ମଦ୍ୟପ…

ସୁନାଥରରେ ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ ଘଟଣା: ଭୁବନେଶ୍ୱର ସ୍ଥାନାନ୍ତର ହେଲେ ଦୁଇ ଗୁରୁତର

ପୁରୁଷୋତ୍ତମପୁର,୧୧ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ରବିବାର ସନ୍ଧ୍ୟାରେ ରୋଷେଇ ପାଇଁ ଗ୍ୟାସ୍‌ ଲଗାଇବା ବେଳେ ହଠାତ୍‌ ସିଲିଣ୍ଡରଟି ବିସ୍ଫୋରଣ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri