କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ କରିଥିବା ଜଣାପଡିଛି। ଉମାବଲ୍ଲଭଙ୍କ ମୁଣ୍ଡ ଫାଟିଥିବା ଓ ମୁହଁରେ ଆଘାତ ସୂଚନା ମିଳିଛି। ଆକ୍ରମଣ ସଂପର୍କରେ କୁମ୍ଭାରପଡ଼ା ଥାନାରେ ଏତଲା ଦେଇଛନ୍ତି ଉମା।
ସୂଚନାଯୋଗ୍ୟ,ରବିବାର କଂଗ୍ରେସ ସୁଜିତ ମହାପାତ୍ରଙ୍କ ଜାଗାରେ ଉମାଙ୍କୁ ପ୍ରାର୍ଥୀ କରିଥିଲା।