ନକଲି ଡାକ୍ତରଙ୍କ କ୍ଲିନିକ୍‌ରେ ଚଢ଼ାଉ ଘଟଣା: ଏସ୍‌ଡିଜେଏମ୍‌ କୋର୍ଟରେ ମାମଲା

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଶିକ୍ଷାଗତ ଯୋଗ୍ୟତା ନ ଥାଇ ନିଜକୁ ଜଣେ ହୋମିଓପାଥିକ୍‌ ଡାକ୍ତର କହୁଥିଲେ। ‘ଷ୍ଟପ କରୋନା’ ଔଷଧ ଦେଇ ଲୋକଙ୍କୁ ଠକୁଥିଲେ। ଏପରି ଏକ ସଙ୍ଗିନ ଅଭିଯୋଗ ଆଧାରରେ ଗୁରୁବାର ଡ୍ରଗ୍ସ କଣ୍ଟ୍ରୋଲରଙ୍କ ନିର୍ଦ୍ଦେଶକ୍ରମେ ସୁନ୍ଦରପଦସ୍ଥିତ ଉକ୍ତ କ୍ଲିନିକ୍‌ରେ ଚଢ଼ାଉ କରାଯାଇ ବିପୁଳ ଔଷଧ ଜବତ କରାଯାଇଥିଲା। ଶୁକ୍ରବାର ଏହି ଘଟଣା କୋର୍ଟରେ ପହଞ୍ଚତ୍ଛି। ନିଜକୁ ଡାକ୍ତର ବୋଲି କହୁଥିବା ମାନସ ରଞ୍ଜନ ପାତ୍ର ଖୁବ୍‌ଶୀଘ୍ର କୋର୍ଟରେ ହାଜର ହେବେ। ଏନେଇ ଡ୍ରଗ୍ସ କଣ୍ଟ୍ରୋଲରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ କରାଯାଇଥିବା ଡ୍ରଗ୍ସ ଇନ୍ସପେକ୍ଟର ଚନ୍ଦନ ଗିରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଭୁବନେଶ୍ୱର ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ୨ସିସିରେ ଏକ ମାମଲା (ନଂ.୩୦୯/୨୧) ରୁଜୁ ହୋଇଛି। ଜବତ ଓଷଧ ଓ ନକଲି ଡାକ୍ତରଙ୍କ ସମ୍ପର୍କିତ ସମସ୍ତ ତଥ୍ୟ କୋର୍ଟରେ ଦାଖଲ କରାଯାଇଛି। କୋର୍ଟ ପକ୍ଷରୁ ମାନସଙ୍କ ନିକଟକୁ ନୋଟିସ ପଠାଯିବ। ସେ ହୋମିଓପାଥିକ ଔଷଧ ବିକ୍ରି, ପ୍ରସ୍ତୁତି ଓ ଚିକିତ୍ସା କରିବା ପାଇଁ ତାଙ୍କ ନିକଟରେ ଥିବା ଦସ୍ତାବିଜକୁ କୋର୍ଟରେ ଦାଖଲ କରିବେ ବୋଲି ଗିରି କହିଛନ୍ତି।
ସୁନ୍ଦରପଦାର କୋକିଳ ଭିଲ୍ଲାରେ ମାନସ ନିଜ ଭଡା ଘରେ ‘ଷ୍ଟପ୍‌ କରୋନା’ ନାମରେ ଔଷଧ ଦେଉଥିବା ଖବର ମିଳିବା ପରେ ‘ଧରିତ୍ରୀ’ ପକ୍ଷରୁ ଅନୁସନ୍ଧାନ କରାଯାଇଥିଲା। ଆମ ପ୍ରତିନିଧି ରୋଗୀ ସାଜି ଉକ୍ତ କ୍ଲିନିକ୍‌ରେ ପହଞ୍ଚତ୍ ସମ୍ପୃକ୍ତ ଡାକ୍ତରଙ୍କୁ କେତେକ ଲକ୍ଷଣ କହିଥିଲେ। ଏହାପରେ ମାନସ ୨୦୦ଟଙ୍କା ନେଇ ଏକ ୧୦ ଗ୍ରାମର ପ୍ଲାଷ୍ଟିକ ବୋତଲରେ ‘ଷ୍ଟପ୍‌ କରୋନା’ ହାତ ଲେଖାଥିବା ତରଳ ଔଷଧ ଦେଇଥିଲେ। ଆଗାମୀ ଦିନରେ ଏଠାରେ ଏକ କରୋନା ହସ୍ପିଟାଲ ହେବ ବୋଲି ମାନସ କହିଥିଲେ। ତେବେ ତାଙ୍କର ଔଷଧ ଓ କ୍ଲିନିକ୍‌ର ବୈଧତା ଜାଣିବା ପାଇଁ ଆମ ପ୍ରତିନିଧି ଡ୍ରଗ୍ସ କଣ୍ଟ୍ରୋଲରଙ୍କ ସହ ଯୋଗାଯୋଗ କରିଥିଲେ। ଡ୍ରଗ୍ସ କଣ୍ଟ୍ରୋଲରଙ୍କ ପକ୍ଷରୁ ଏକ ଟିମ୍‌ ମାନସ ରହୁଥିବା ଘରେ ଥିବା କ୍ଲିନିକ୍‌ରେ ଚଢାଉ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri