ବାଂଲାଦେଶରେ ପୁଣି ହିନ୍ଦୁଙ୍କ ଉପରେ ଆକ୍ରମଣ, ମନ୍ଦିରରେ ଭଙ୍ଗାରୁଜା, ଫେସବୁକ୍‌ ପୋଷ୍ଟକୁ ନେଇ ଉତ୍ତେଜନା…

ଢାକା,୧୭।୭ : ବାଂଲାଦେଶରେ ପୁଣିଥରେ ହିନ୍ଦୁମାନଙ୍କୁ ଟାର୍ଗେଟ କରାଯାଇଛି। ଏଠାରେ ନରାଇଲର ଲୋହାଗରା ଅଞ୍ଚଳରେ ହିନ୍ଦୁଙ୍କ ଘର ଉପରେ ଆକ୍ରମଣ ହୋଇଥିବାବେଳେ ଗୋଟିଏ ଘରେ ମଧ୍ୟ ନିଆଁ ଲଗାଇ ଦିଆଯାଇଛି। କୁହାଯାଉଛି ଯେ ଏକ ମନ୍ଦିରକୁ ବହୁଲୋକ ଭଙ୍ଗାରୁଜା କରିଛନ୍ତି।

ପୋଲିସ ଅଧିକାରୀ କହିଛନ୍ତି ଯେ ଏହି ଘଟଣା ଜଣେ ହିନ୍ଦୁ ଯୁବକଙ୍କ ଦ୍ୱାରା ପ୍ରସ୍ତୁତ ଫେସବୁକ ପୋଷ୍ଟ ସହ ଜଡିତ। ଯୁବକଙ୍କ ଦ୍ୱାରା କରାଯାଇଥିବା ପୋଷ୍ଟକୁ ନେଇ କ୍ରୋଧିତ ହୋଇ ସଂଘବଦ୍ଧ ଭାବେ କିଛି ଲୋକ ହିନ୍ଦୁମାନଙ୍କ ଘର ଉପରେ ଆକ୍ରମଣ କରିଛନ୍ତି। ସଂଘବଦ୍ଧ ଲୋକ ଫେସବୁକ ପୋଷ୍ଟ କରିଥିବା ଯୁବକଙ୍କ ଘରେ ପ୍ରବେଶ କରି ନିଆଁ ଲଗାଇ ଦେଇଛନ୍ତି। ଏହା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ଘଉଡ଼େଇବା ଲାଗି ଫାଙ୍କା ଫାୟରିଂ କରିଥିଲେ।

ନରାଇଲ ପୋଲିସ ଅଧୀକ୍ଷକ କହିଛନ୍ତି ଯେ ଆଇନ ଶୃଙ୍ଖଳା ରକ୍ଷା ପାଇଁ ଆବଶ୍ୟକ ପଦକ୍ଷେପ ନିଆଯାଉଛି। ବର୍ତ୍ତମାନ ପରିସ୍ଥିତି ନିୟନ୍ତ୍ରଣରେ ରହିଛି। ଘଟଣାର ତଦନ୍ତ କରାଯାଉଛି ବୋଲି ସେ କହିଛନ୍ତି। ତେବେ ଏପର୍ଯ୍ୟନ୍ତ ଏହି ମାମଲାରେ କାହାକୁ ଗିରଫ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri