ବେଆଇନ ପଥର ଖାଦାନରେ ଚଢ଼ାଉ

ଢେଙ୍କାନାଳ ଅଫିସ,୯।୨: ବେଆଇନ ପଥର ଖାଦାନ ଉପରେ ଚଢ଼ାଉ ଜୋରଦାର କରିଛି ଢେଙ୍କାନାଳ ଜିଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌। ଜିଲାପାଳ ସରୋଜ କୁମାର ସେଠୀଙ୍କ ନେତୃତ୍ୱରେ ସଦର ବ୍ଲକ ଭାପୁରସ୍ଥିତ ଖାତା ନଂ. ୧୦୪, ପ୍ଲଟ ନଂ. ୨୮୬ରେ ଥିବା ୧ନଂ. ପଥର ଖଣିରେ ମଙ୍ଗଳବାର ସକାଳେ ଅତର୍କିତ ଚଢ଼ାଉ କରାଯାଇଥିଲା। ଘଟଣାସ୍ଥଳରୁ ବେଆଇନ ଭାବେ ପଥର ଖୋଳାରେ ବ୍ୟବହୃତ ୪ ହିଟାଚି ଜବତ ହୋଇଛି। ଏଥିସହ ୧୦ ଲକ୍ଷ ଟଙ୍କା ଜରିମାନା ଆଦାୟ କରାଯାଇଛି। ଉକ୍ତ ଖଣିର ଲିଜ୍‌ ଅବଧି ୨୦୨୦ ଅକ୍ଟୋବର ୧୪ରୁ ଶେଷ ହୋଇଯାଇଛି। ଚୁକ୍ତି ଖିଲାପ କରି ସେଠାରୁ ବେଆଇନ ଭାବେ ପଥର ଖନନ କରାଯାଉଥିବା ସୂଚନା ପାଇବା ପରେ ଜିଲାପାଳଙ୍କ ନେତୃତ୍ୱରେ ବିଭାଗୀୟ ଅଧିକାରୀମାନେ ପୋଲିସ ସହ ମିଶି ଚଢ଼ାଉ କରିଥିଲେ। ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ଆଇଏଏସ୍‌ ପ୍ରୋବେଶନର ବିଭୂତି ଭୂଷଣ ନାୟକ, ଭାରପ୍ରାପ୍ତ ତହସିଲଦାର ଅନୁପମା ମୁର୍ମୁ, ଅତିରିକ୍ତ ଏସ୍‌ପି ପୁରୁଷୋତ୍ତମ ସେଠୀ, ସଦର ଥାନାଧିକାରୀ ଅଭିନବ ଡାଳୁଆ, ରାଜସ୍ବ ବିଭାଗ, ଆଞ୍ଚଳିକ ପରିବହନ ବିଭାଗ ପ୍ରମୁଖ ଏଥିରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri