ଦୁର୍ଘଟଣା ପରେ ଅଟୋ ଚାଳକଙ୍କୁ ଆକ୍ରମଣ: ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଚାପା ଉତ୍ତେଜନା

ଭୁବନେଶ୍ୱର,୫ା୧୧(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନିକଟରେ ଟାଟା ଏସିଇ ଓ ଅଟୋ ମଧ୍ୟରେ ସୋମବାର ଅପରାହ୍ନରେ ଧକ୍କା ପରେ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଚାପା ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଘଟଣା ପରେ ଟାଟା ଏସିଇ ଚାଳକ ଜଣଙ୍କ କେତେଜଣ ସହଯୋଗୀଙ୍କ ସହ ମିଶି ଅନ୍‌ଲାଇନ ଅଟୋଚାଳକଙ୍କୁ ଆକ୍ରମଣ କରିଥିଲେ। ଏଥିରେ ଅଟୋଚାଳକ ସନ୍ତୋଷ କୁମାର ରାଉତରାୟଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିବା ସହ ସେ ଗୁରୁତର ଆହତ ହୋଇଥିଲେ।

ଏନେଇ ଖଣ୍ଡଗିରି ଥାନାରେ ଅଭିଯୋଗ କରିଥିଲେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବାରେ ବିଳମ୍ବ କରିଥିଲା। ତେଣୁ ଆକ୍ରମଣକୁ ବିରୋଧ କରିବା ସହ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଅନ୍‌ଲାଇନ ଅଟୋ ଚାଳକ ସଂଘ ଖଣ୍ଡଗିରି ଥାନା ଘେରାଉ କରିଥିଲା। ଏପିରି କି ଶହଶହ ଅଟୋ ଚାଳକ ଖଣ୍ଡଗିରି ଥାନା ଆଗରେ ଏକତ୍ରିତ ହୋଇ ରାସ୍ତାରେ ଅଟୋକୁ ରଖିବା ସହ ବିଭିନ୍ନ ନାରାବାଜି କରିଥିଲେ। ସନ୍ଧ୍ୟା ୫ଟାରୁ ୭ଟା ପର୍ଯ୍ୟନ୍ତ ପ୍ରାୟ ଦୁଇ ଘଣ୍ଟା କାଳ ରାଜପଥରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଖଣ୍ତଗିରି ଥାନା ଅଧିକାରୀ ଉତ୍ତ୍ୟକ୍ତ ଅଟୋଚାଳକଙ୍କୁ ବୁଝାଶୁଝା କରିବା ସହ ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ହଟିଥିଲା।

ସୂଚନା ଅନୁସାରେ ସୋମବାର ଅପରାହ୍ନ ୨ଟାବେଳେ ଖଣ୍ଡଗିରି ଥାନା ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନିକଟରେ ଏକ ସ୍ମାର୍ଟ ସିଟି ଅନ୍‌ଲାଇନ ଅଟୋ ଯାଉଥିଲା। ଏହି ସମୟରେ ଆଉ ଏକ ଟାଟା ଏସିଇ ଆସି ଧକ୍କା ଦେଇଥିଲା। ଦୁର୍ଘଟଣାକୁ ନେଇ ଦୁଇ ଚାଳକଙ୍କ ଯୁକ୍ତିତର୍କ ହୋଇଥିଲା। ଟାଟା ଏସିଇ ଚାଳକଜଣକ ସ୍ଥାନୀୟ ଅଞ୍ଚଳର ହୋଇଥିବାରୁ ସେ କିଛି ସହଯୋଗୀଙ୍କୁ ଡାକି ଅନ୍‌ଲାଇନ ଅଟୋ ଚାଳକ ସନ୍ତୋଷଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା

ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri