ଦୁର୍ଘଟଣା ପରେ ଅଟୋ ଚାଳକଙ୍କୁ ଆକ୍ରମଣ: ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଚାପା ଉତ୍ତେଜନା

ଭୁବନେଶ୍ୱର,୫ା୧୧(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନିକଟରେ ଟାଟା ଏସିଇ ଓ ଅଟୋ ମଧ୍ୟରେ ସୋମବାର ଅପରାହ୍ନରେ ଧକ୍କା ପରେ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଚାପା ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଘଟଣା ପରେ ଟାଟା ଏସିଇ ଚାଳକ ଜଣଙ୍କ କେତେଜଣ ସହଯୋଗୀଙ୍କ ସହ ମିଶି ଅନ୍‌ଲାଇନ ଅଟୋଚାଳକଙ୍କୁ ଆକ୍ରମଣ କରିଥିଲେ। ଏଥିରେ ଅଟୋଚାଳକ ସନ୍ତୋଷ କୁମାର ରାଉତରାୟଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିବା ସହ ସେ ଗୁରୁତର ଆହତ ହୋଇଥିଲେ।

ଏନେଇ ଖଣ୍ଡଗିରି ଥାନାରେ ଅଭିଯୋଗ କରିଥିଲେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବାରେ ବିଳମ୍ବ କରିଥିଲା। ତେଣୁ ଆକ୍ରମଣକୁ ବିରୋଧ କରିବା ସହ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଅନ୍‌ଲାଇନ ଅଟୋ ଚାଳକ ସଂଘ ଖଣ୍ଡଗିରି ଥାନା ଘେରାଉ କରିଥିଲା। ଏପିରି କି ଶହଶହ ଅଟୋ ଚାଳକ ଖଣ୍ଡଗିରି ଥାନା ଆଗରେ ଏକତ୍ରିତ ହୋଇ ରାସ୍ତାରେ ଅଟୋକୁ ରଖିବା ସହ ବିଭିନ୍ନ ନାରାବାଜି କରିଥିଲେ। ସନ୍ଧ୍ୟା ୫ଟାରୁ ୭ଟା ପର୍ଯ୍ୟନ୍ତ ପ୍ରାୟ ଦୁଇ ଘଣ୍ଟା କାଳ ରାଜପଥରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଖଣ୍ତଗିରି ଥାନା ଅଧିକାରୀ ଉତ୍ତ୍ୟକ୍ତ ଅଟୋଚାଳକଙ୍କୁ ବୁଝାଶୁଝା କରିବା ସହ ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ହଟିଥିଲା।

ସୂଚନା ଅନୁସାରେ ସୋମବାର ଅପରାହ୍ନ ୨ଟାବେଳେ ଖଣ୍ଡଗିରି ଥାନା ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନିକଟରେ ଏକ ସ୍ମାର୍ଟ ସିଟି ଅନ୍‌ଲାଇନ ଅଟୋ ଯାଉଥିଲା। ଏହି ସମୟରେ ଆଉ ଏକ ଟାଟା ଏସିଇ ଆସି ଧକ୍କା ଦେଇଥିଲା। ଦୁର୍ଘଟଣାକୁ ନେଇ ଦୁଇ ଚାଳକଙ୍କ ଯୁକ୍ତିତର୍କ ହୋଇଥିଲା। ଟାଟା ଏସିଇ ଚାଳକଜଣକ ସ୍ଥାନୀୟ ଅଞ୍ଚଳର ହୋଇଥିବାରୁ ସେ କିଛି ସହଯୋଗୀଙ୍କୁ ଡାକି ଅନ୍‌ଲାଇନ ଅଟୋ ଚାଳକ ସନ୍ତୋଷଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା।…

ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨୦୨୬ ମସିହାରେ ହେବାକୁ ଯାଉଛି…

ଭୁବନେଶ୍ବର,୨୮।୧: ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି । ୨୦୨୬ ମସିହାରେ ବହୁତ କିଛି ହେବ ବୋଲି କହିଛନ୍ତି ।…

ଦିଗପହଣ୍ଡିରେ ବନ୍ଦ ପ୍ରଭାବ ଶୂନ୍ୟ: ସବୁ ଖୋଲା, ଗାଡ଼ି ଚଳାଚଳ ବି ସ୍ବାଭାବିକ

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ଆଖପାଖ ଅଞ୍ଚଳରେ ନବ ନିର୍ମାଣକୃଷକ ସଙ୍ଗଠନ ପକ୍ଷରୁ ବୁଧବାର ଡାକରା ଦିଆଯାଇଥିବା ୮ ଘଣ୍ଟିଆ ବନ୍ଦ ପାଳନ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ବିମାନ ଦୁର୍ଘଟଣାର ଗୁରୁତ୍ୱପୂର୍ଣ୍ଣ ତଥ୍ୟ: ଦ୍ୱିତୀୟଥର ଅବତରଣବେଳେ…

ପୁଣେ,୨୮।୧: ମହାରାଷ୍ଟ୍ରର ବାରାମତିରେ ବୁଧବାର ସକାଳେ ଏକ ବିମାନ ଦୁର୍ଘଟଣା ଘଟିଛି। ଏଥିରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଛି। ବିମାନଟି ମୁମ୍ବାଇରୁ…

ସାକ୍ଷୀଗୋପାଳରେ ଓଡ଼ିଶା ବନ୍ଦ: ଯାନବାହନ ଚଳାଚଳ ବାଧାପ୍ରାପ୍ତ

ସାକ୍ଷୀଗୋପାଳ,୨୮ା୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ସାମିଲ ହୋଇ ସତ୍ୟବାଦୀ ବ୍ଲକ କଂଗ୍ରେସ କର୍ମୀମାନେ ବୁଧବାର ରାଜପଥ…

ବିମାନ ଦୁର୍ଘଟଣାରେ ଏହି ୭ ବଡ଼ ନେତାଙ୍କ ଯାଇଛି ଜୀବନ: ଲିଷ୍ଟ୍‌ରେ ୩ ମୁଖ୍ୟମନ୍ତ୍ରୀ ମଧ୍ୟ ସାମିଲ

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗତ ୭ ମାସ ମଧ୍ୟରେ ଦେଶ ବିମାନ ଦୁର୍ଘଟଣାରେ ଆଉ ଜଣେ ବଡ଼ ନେତାଙ୍କୁ…

Ajit Pawar Last Photo: ଅଜିତ ପାଓ୍ବାରଙ୍କ ସେହି ଶେଷ ଫଟୋ, ଫଡନବିସ୍‌ଙ୍କ ସହ କ୍ୟାବିନେଟ୍‌ ବୈଠକରେ ହୋଇଥିଲା ଏହି…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କର ବୁଧବାର ସକାଳେ ବାରାମତିରେ ଏକ ବିମାନ ଦୁର୍ଘଟଣାରେ ଦେହାନ୍ତ ହୋଇଛି। ଅଜିତ ନିର୍ବାଚନ ପ୍ରଚାର ପାଇଁ ବାରାମତି ଯାଉଥିଲେ। ତାଙ୍କର…

ବନ୍ଦରେ ମଲ ଭିତରେ ହଙ୍ଗାମା: ସାମଗ୍ରୀ ଫୋପାଡ଼ିଲେ…

ବଲାଙ୍ଗୀର,୨୮।୧:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ମିଳିତ ଚାଷୀ ସଂଗଠନ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ବୁଧବାର ସକାଳେ ପିକେଟିଙ୍ଗ ସମୟରେ ଭାଗିରଥି ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri