ପୂର୍ବତନ ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ମାମଲା: ୫ ଅଭିଯୁକ୍ତ ଗିରଫ: ଖଣ୍ଡା, କାତି ଓ ବାଇକ୍‌ ଜବତ

ବ୍ରହ୍ମପୁର ଅଫିସ,୯ା୬: ଗଞ୍ଜାମ ଜିଲା ଦିଗପହଣ୍ଡି ନିର୍ବାଚନମଣ୍ଡଳୀ ମସିହାଖାଲି ପଞ୍ଚାୟତର ପୂର୍ବତନ ସରପଞ୍ଚ ମନୋଜ କୁମାର ସେଠୀଙ୍କୁ ସଂଘବଦ୍ଧ ମରଣାନ୍ତକ ଆକ୍ରମଣ ହୋଇଥିଲା। ସଦର ଥାନା ପୋଲିସ ଏହି ମାମଲାରେ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ କୁକୁଡ଼ାଖଣ୍ଡି ବ୍ଲକ ଅଧୀନ ପ୍ରତାପ କୃଷ୍ଣଚନ୍ଦ୍ରପୁର ଗ୍ରାମର ଦୁଇ ଭାଇ ଜି. ପ୍ରକାଶ(୨୨), ଜି. ପ୍ରଦୀପ (୨୦), ମନୋଜ ସାହୁ(୨୪), ବଳରାମ ଗୌଡ଼ (୨୦) ଓ କେ. ଭଗବାନ(୨୯)। ପୋଲିସ ସେମାନଙ୍କଠାରୁ ଘଟଣା ବେଳେ ବ୍ୟବହୃତ ଖଣ୍ଡା, କାତି ଓ ଠେଙ୍ଗା ଜବତ କରିଛି। ଅନ୍ୟପଟେ ମନୋଜଙ୍କୁ ହତ୍ୟା ଉଦ୍ୟମ କରିବା ପରେ ଘଟଣା ସ୍ଥଳରେ ଦୁର୍ବୃତ୍ତମାନେ ଛାଡି ପଳାଇଥିବା ୩ ବାଇକ୍‌ ପୋଲିସ ଜବତ କରିଛି। ମାମଲା ନମ୍ବର ୨୩୬/୨୨ରେ ବୁଧବାର ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।
ଆକ୍ରମଣରେ ଗୁରୁତର ହୋଇଥିବା ପୂର୍ବତନ ସରପଞ୍ଚ ମନୋଜ ଏବେ ସଂଜ୍ଞାହୀନ ଅବସ୍ଥାରେ ବିଶାଖାପାଟଣାରେ ଚିକିତ୍ସାଧୀନ ଅଛନ୍ତି। ମିଳିଥିବା ସୂଚନାନୁସାରେ, ମନୋଜ ୨୦୧୨ରୁ ୨୦୧୭ ପର୍ଯ୍ୟନ୍ତ ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳ ସମର୍ଥନରେ ସରପଞ୍ଚ ହୋଇଥିଲେ। ଗତ ଫେବୃୟାରୀରେ ଅନୁଷ୍ଠିତ ପଞ୍ଚାୟତ ନିର୍ବାଚନରେ ତାଙ୍କର ଜଣେ ସମର୍ଥକଙ୍କୁ ସେ ସରପଞ୍ଚ ଭାବେ ଛିଡା କରାଇଥିଲେ। ସେପଟେ ତାଙ୍କ ବିପକ୍ଷରେ କେ.ବୁଲୁ ସରପଞ୍ଚ ପ୍ରାର୍ଥୀ ହୋଇ ବିଜୟୀ ହୋଇଥିଲେ। ଯାହାକୁ ନେଇ ବୁଲୁ ଗୋଷ୍ଠୀଙ୍କ ସହ ମନୋଜ ଗୋଷ୍ଠୀଙ୍କ ମଧ୍ୟରେ ଛକାପଞ୍ଝା ଲାଗିରହିଥିଲା। ସୋମବାର ରାତିରେ ମସିହାଖାଲି ଗ୍ରାମରେ ଶୀତଳଷଷ୍ଠୀ ଯାତ୍ରା ଚାଲିଥିବା ବେଳେ ସରପଞ୍ଚ ତଥା କାଉଖତ ଗ୍ରାମର ବାସିନ୍ଦା କେ. ବୁଲୁ ସେଠାରେ ଅତିଥି ଭାବେ ଯୋଗ ଦେଇଥିଲେ। ସେଠାରେ ପୂର୍ବରୁ ଥିବା ମନୋଜଙ୍କ ସମର୍ଥକ ଓ କିଛି ଗ୍ରାମବାସୀ ଉତ୍ତ୍ୟକ୍ତ ହେବାରୁ ସେଠାରେ ଉତ୍ତେଜନା ଦେଖାଦେଇଥିଲା। ଖବର ପାଇ ପୋଲିସ ପହଞ୍ଚି ଉଭୟ ପକ୍ଷଙ୍କୁ ବୁଝାଶୁଝା କରି ପରିସ୍ଥିତି ନିୟନ୍ତ୍ରଣ କରିଥିଲା। ରାତ୍ର ସାଢ଼େ ଗୋଟାଏ ବେଳେ ମନୋଜ ଓ ତାଙ୍କର ଦୁଇ ସାଙ୍ଗ ଦୁର୍ଗା ପ୍ରସାଦ ଓ ଶଙ୍କର ଗୌଡ଼ ନିକଟସ୍ଥ ଏକ ପୋଖରୀରୁ ଶୌଚ ସାରି ଘରକୁ ଫେରୁଥିବା ବେଳେ ସେଠାରେ ପୂର୍ବରୁ ଯୋଜନାବଦ୍ଧ ଭାବେ ଛକି ରହିଥିବା ସରପଞ୍ଚ ଓ ତାଙ୍କ ସମର୍ଥକମାନେ ଅତର୍କିତ ଆକ୍ରମଣ କରିଥିଲେ। ଏପରିକି ମନୋଜଙ୍କୁ ଖଣ୍ଡା ଓ କାତିରେ ଗୋଡ଼ାଇ ଗୋଡ଼ାଇ ହାଣିଥିଲେ। ଏଥିରେ ତାଙ୍କ ଦୁଇ ସହଯୋଗୀ ପ୍ରତିବାଦ କରିବାରୁ ତାଙ୍କୁ ମଧ୍ୟ ଆକ୍ରମଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri