ଖବରଦାତାଙ୍କୁ ହତ୍ୟା ଉଦ୍ୟମ:୨ ଗିରଫ

ଭୁବନେଶ୍ୱର,୨୬।୧୨(ବ୍ୟୁରୋ):ଖବରଦାତାଙ୍କୁ ହତ୍ୟା ଉଦ୍ୟମ ଓ ଆକ୍ରମଣ କରି ଲୁଟ କରିବା ଅଭିଯୋଗରେ ଭରତପୁର ଥାନା ପୋଲିସ ୨ଜଣଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ବରମୁଣ୍ଡା ଅଞ୍ଚଳର ସୁନିଲ ସ୍ବାଇଁ ଓ କବି ପ୍ରସାଦ ମହାନ୍ତି। ସେହିପରି ଘଟଣାରେ ସଂପୃକ୍ତ ଅନ୍ୟ ଜଣେ ଅଭିଯୁକ୍ତ କମଳା ଫେରାର ଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ଅଭିଯୋଗକାରୀ ସମ୍ବିତ ବେହେରା ଏକ ଗଣମାଧ୍ୟମରେ ଖବରଦାତା ଭାବେ କାମ କରନ୍ତି। ଶନିବାର ରାତିରେ ସେ ଡିୟୁଟି ସାରି ରୁମକୁ ଫେରୁଥିବା ବେଳେ ଫାୟାରଷ୍ଟେଶନ ଛକ ନିକଟରେ ଅଭିଯୁକ୍ତଦ୍ୱୟ ତାଙ୍କୁ ରାସ୍ତାରେ ଅଟକାଇବା ସହିତ ହଇରାଣ କରିଥିଲେ। ତାଙ୍କ ତଣ୍ଟି ଚିପି ଜୀବନରୁ ମାରିଦେବା ଲାଗି ଉଦ୍ୟମ କରିବାରୁ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହେବା ସହ ଠେଲାପେଲା ହୋଇଥିଲା। ଏହି ସମୟରେ ସେମାନେ ସମ୍ବିତଙ୍କ ପକେଟରୁ ମନିପର୍ସକୁ କାଢି ନେଇଯାଇଥିଲେ। ପରେ ଏନେଇ ସମ୍ବିତ ଭରତପୁର ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri