ରକ୍ଷିତା ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ୨ ଅଟକ

ପୁରୁଷୋତ୍ତମପୁର, ୨୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳାଙ୍କୁ ରକ୍ଷିତା ଭାବେ ରଖିଥିବା ଯୁବକ ଅନ୍ୟ ଜଣେ ପୁରୁଷଙ୍କ ସହ ଶାରୀରିକ ସମ୍ପର୍କ ଲାଗି ବାଧ୍ୟ କରିଥିଲେ। ଏଥିରେ ସେ ରାଜି ନ ହେବାରୁ ତାଙ୍କୁ ଏକ କୋଠରିରେ ବନ୍ଦୀ କରି ହତ୍ୟା ଉଦ୍ୟମ କରିଥିବା ଶନିବାର ପୁରୁଷୋତ୍ତମପୁର ଥାନାରେ ଅଭିଯୋଗ ହୋଇଛି। ଏ ନେଇ ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ଓ ଆଇଆଇସି ପ୍ରିୟରଞ୍ଜନ ଛୋଟରାୟ ନଂ.୩୫୨/୨୨ରେ ମାମଲା ରୁଜୁକରି ୨ ଯୁବକଙ୍କୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଛନ୍ତି। ଅଭିଯୁକ୍ତମାନେ ହେଲେ ବ୍ରହ୍ମପୁର ରାମକୃଷ୍ଣ ନଗରର ମହମ୍ମଦ ଲାଇକ ଓ ପୁରୁଷୋତ୍ତମପୁର ନାରାୟଣୀ ଢାବା ହୋଟେଲ ମାଲିକ ଅରୁଣ କୁମାର ନାୟକ।
ମହିଳାଙ୍କ ଏତଲା ଅନୁସାରେ, ଦୀର୍ଘ ୪ ବର୍ଷ ହେଲା ମହମ୍ମଦ ତାଙ୍କୁ ଭଲପାଇ ବ୍ରହ୍ମପୁରରେ ଏକ ଭଡ଼ାଘରେ ସ୍ତ୍ରୀ ଭାବେ ରଖିଛନ୍ତି। ମାତ୍ର ବିବାହ କରିନାହାନ୍ତି। ମହମ୍ମଦ ଜଣେ ରୋଷେୟା ହୋଇଥିବାରୁ ପୁରୁଷୋତ୍ତମପୁର ସହରରେ ଥିବା ଏକ ଢାବାରେ କାର୍ଯ୍ୟ କରୁଛନ୍ତି। ଶୁକ୍ରବାର ରକ୍ଷିତାଙ୍କୁ ପୁରୁଷୋତ୍ତମପୁରରେ ଘର ଭଡ଼ାନେଇ ରହିବା ଲାଗି ଡାକିଥିଲେ। ସେ ଆସିବା ପରେ ହୋଟେଲ ପଛପଟେ ଥିବା ଘରକୁ ନେଇ ବସାଇଥିଲେ ଓ ତାଙ୍କ ହୋଟେଲ ମାଲିକଙ୍କ ସହ ଶାରୀରିକ ସମ୍ପର୍କ ରଖିବାକୁ କହିଥିଲେ। ମହିଳା ଏହାକୁ ମନାକରି ଘର ବାହାରକୁ ଚାଲି ଆସିବାରୁ ଉଭୟେ ମିଶି ଶାରୀରିକ ସମ୍ପର୍କ ଲାଗି ବାଧ୍ୟ କରିଥିଲେ। ମହିଳା ଜଣକ ଏଥିରେ ରାଜି ନ ହେବାରୁ ସେମାନେ ତାଙ୍କୁ ନିର୍ଧୂମ ମାଡ଼ ମାରି ହତ୍ୟା ଉଦ୍ୟମ କରି ପିନ୍ଧିଥିବା ସୁନା ଚେନ୍‌ ଛିଣ୍ଡାଇ ନେଇ ଯାଇଥିଲେ। ମହିଳା ଜଣଙ୍କ ସେମାନଙ୍କ କବଳରୁ ମୁକୁଳି ମୁଖ୍ୟ ରାସ୍ତାକୁ ଆସି ବସ୍‌ ଯୋଗେ ବ୍ରହ୍ମପୁର ଯାଇ ରାତିରେ ମହିଳା ଥାନାରେ ଜଣାଇଥିଲେ। ପୋଲିସ ତାଙ୍କ ଅବସ୍ଥା ଦେଖି ଚିକିତ୍ସା କରାଇଥିଲେ। ଘଟଣାଟି ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ହୋଇ ଥିବାରୁ ମହିଳା ଥାନା ପୋଲିସ ପୁରୁଷୋତ୍ତମପୁର ପୋଲିସକୁ ଜଣାଇବା ସହ ମହିଳା ଜଣଙ୍କୁ ଅଭିଯୋଗ କରିବା ଲାଗି ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?