ଯୌତୁକ ପାଇଁ ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ: ସ୍ବାମୀ, ଶାଶୁ-ଶ୍ୱଶୁର ଫେରାର

ଦିଗପହଣ୍ଡି,୧୨ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡ଼ସାମନ୍ତରାପୁର ଗ୍ରାମର ମାମି ଗୌଡ଼ଙ୍କୁ ତାଙ୍କ ସ୍ବାମୀ, ଶାଶୁ ଓ ଶ୍ୱଶୁର ଯୌତୁକ ପାଇଁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ମାମିଙ୍କ ଏତଲା ଅନୁଯାୟୀ, କେ.ନୂଆଗାଁ ଥାନା ଆଇଆଇସି ମୃତ୍ୟୁଞ୍ଜୟ ସ୍ବାଇଁ ଥାନାରେ କେସ୍‌ ନଂ.୧୧୬/୨୨ରେ ମୋକଦ୍ଦମା ରୁଜୁ କରି ତଦନ୍ତ ଚଳାଇଥିବା କହିଛନ୍ତି। ମାମିଙ୍କ ସ୍ବାମୀ ଚେରୁ ଗୌଡ଼ ଏବଂ ଶାଶୁ ,ଶ୍ୱଶୁର ଗିରଫ ଭୟରେ ଗାଁରୁ ଫେରାର ଥିବା ଜଣାପଡ଼ିଛି। ଅଭିଯୁକ୍ତ ଚେରୁ ଏବଂ ଶାଶୁ,ଶ୍ୱଶୁର ବୁଧବାର ସକାଳେ ମାମିଙ୍କୁ ଯୌତୁକ ପାଇଁ ଉଭୟ ଶାରୀରିକ ଓ ମାନସିକ ନିର୍ଯାତନା ଦେଇଥିଲେ। ପ୍ରତିବାଦ କରିବାରୁ ସେମାନେ ସଂଘବଦ୍ଧ ଭାବେ ତାଙ୍କୁ ନିସ୍ତୁକ ମାଡ଼ ମାରି ଲହୁଲୁହାଣ କରି ପକାଇଥିଲେ। ନିକଟସ୍ଥ ଶଙ୍କରଖାଳି ଗାଁରେ ରହୁଥିବା ବାପଘର ଲୋକେ କିଛି ଗ୍ରାମବାସୀଙ୍କ ସହାୟତାରେ ମାମିଙ୍କୁ ଉଦ୍ଧାର କରି ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରୁ ଚିକିତ୍ସା ହୋଇ ଫେରିବା ପରେ ମାମି ସମ୍ପର୍କୀୟମାନଙ୍କ ସହାୟତାରେ ଥାନାରେ ପହଞ୍ଚି ଏତଲା ଦେଇଥିବା ତଦନ୍ତକାରୀ ପୋଲିସ ଅଧିକାରୀ ଏସ୍‌ଆଇ ସୁଜାତା କଆଁର କହିଛନ୍ତି।
ପ୍ରକାଶ ଯେ, ଗତ ପ୍ରାୟ ୬ ମାସ ପୂର୍ବେ ଚେରୁ ନିଶାସକ୍ତ ଅବସ୍ଥାରେ ତାଙ୍କ ମାମିଙ୍କୁ ମାଡ଼ ମାରି ଜେଲ ଯାଇଥିଲେ। ସେଠାରୁ ଜାମିନରେ ଫେରିବା ପରେ ପୁଣି ଥରେ ମାମିଙ୍କୁ ମାଡ଼ ମାରୁଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri