ଯୁବକଙ୍କୁ ହତ୍ୟା ଉଦ୍ୟମ: ୩ ଗିରଫ

ପୁରୁଷୋତ୍ତମପୁର,୨୨ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ଏକ ତିନି ଜଣିଆ ଲୁଟେରା ଗ୍ୟାଙ୍ଗକୁ ଠାବ କରିବାରେ ସକ୍ଷମ ହୋଇଛି। ଏନେଇ ବୁଧବାର ଏକ ଖବରଦାତା ସମ୍ମିଳନୀରେ ପୁରୁଷୋତ୍ତମପୁର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ଓ ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ ସୂଚନା ଦେଇଛନ୍ତି ।

ଶନିବାର ରାତିରେ କୁମାରୀ ଅଞ୍ଚଳର ସନ୍ତୋଷ କୁମାର ବେହେରା ନିଜ ମୋଟରସାଇକେଲ ଓଡି ୦୭ ଏଲ୍‌ ୩୫୨୦ ଯୋଗେ ରାଜପୁର ଗ୍ରାମକୁ ଯାଉଥିବା ବେଳେ କବିସୂର୍ଯ୍ୟନଗର- ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ବଡ଼ଶଙ୍ଖ ନିକଟରେ ତିନି ଜଣ ଯୁବକ ତାଙ୍କୁ ଅଟକାଇ ଅତର୍କିତ ଭାବେ ମରଣାନ୍ତକ ଆକ୍ରମଣ କରିଥିଲେ। ଏଥିସହ କେନାଲ ପାଣିରେ ବୁଡ଼ାଇ ହତ୍ୟା ଉଦ୍ୟମ କରି ମୋଟରସାଇକେଲ, ମୋବାଇଲ ଓ ୫ ହଜାର ଟଙ୍କା ଛଡ଼ାଇ ନେଇଥିଲେ। ଏହାର ଖବର ପାଇ ଥାନା ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ ସଦଳବଳ ଘଟଣାସ୍ଥଳକୁ ଯାଇ ଆହତଙ୍କୁ ଉଦ୍ଧାର କରି ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।

ସନ୍ତୋଷଙ୍କ ଅଭିଯୋଗ ଅନୁଯାୟୀ, କେସ୍‌ ନଂ ୬୩୨/୨୧ପ୍ରକାରେ ମାମଲା ରୁଜୁ କରି ନିଜେ ଘଟଣାର ତଦନ୍ତ କରି ତିନି ଜଣ ଅଭିଯୁକ୍ତଙ୍କୁ ବୁଧବାର ଗିରଫ କରିବା ସହ ମୋଟରସାଇକେଲକୁ ଜବତ କରି ସନ୍ତୋଷଙ୍କୁ ହସ୍ତାନ୍ତର କରିଛନ୍ତି। କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୁଣ୍ଠପଡ଼ା ଗ୍ରାମର ଅର୍ଜୁନ ନାହାକ (୨୮) ଓ ବଡ଼ଖରିଡ଼ା ଗ୍ରାମର ପବିତ୍ର ଦାଶ (୨୨), ଚନ୍ଦନ ନାହାକ (୨୨)ଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଏସ୍‌ଡିପିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri