ପାନ ଦୋକାନୀ,ତାଙ୍କ ବାପାଙ୍କୁ ହତ୍ୟା ଉଦ୍ୟମ: ୨ ଗିରଫ

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ ଛୁରି ଭୁଶି ହତ୍ୟା ଉଦ୍ୟମ କରିଥିବା ୨ଜଣଙ୍କୁ ଦିଗପହଣ୍ଡି ପୋଲିସ ସୋମବାର ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ଚୁଡୁଙ୍ଗପୁର ଗ୍ରାମର ବି. କୃଷ୍ଣ ପାତ୍ର ଓରଫ ଗୋପୀ(୨୮) ଏବଂ ବି. ଉମା ପାତ୍ର। ଉଭୟଙ୍କ ଜାମିନ ଆବେଦନ ମଞ୍ଜୁର ନାମଞ୍ଜୁର ହୋଇଯିବାରୁ ଉଭୟଙ୍କୁ ଜେଲ ହାଜତକୁ ପଠାଯାଇଛି।
ଖବରରୁ ଜଣାପଡିଛି, ଗତ ଶୁକ୍ରବାର ମଧ୍ୟାହ୍ନ ପ୍ରାୟ ସାଢେ ୧୨ଟାରେ ରୁଦ୍ର ତାଙ୍କ ପାନ ଦୋକାନରେ ବସିଥିବା ବେଳେ ବାଇକ୍‌ ଯୋଗେ ଅଭିଯୁକ୍ତ ଦ୍ବୟ ଏବଂ ଅନ୍ୟ ଜଣେ ଅଚିହ୍ନା ଯୁବକ ଆସି ତାଙ୍କୁ କୋଲ୍ଡ ଡ୍ରିଙ୍କସ ମାଗିଥିଲେ। ରୁଦ୍ର ୯୦ ଟଙ୍କା ମାଗିବାରୁ ଗୋପୀ ତାଙ୍କୁ ୭୦ ଟଙ୍କା ଦେଇଥିଲେ। ବଳକା ଟଙ୍କା ମାଗିବାରୁ ସେ ତାଙ୍କୁ ଗାଳି କରିଥିଲେ। ଅନ୍ୟ ଜଣେ ଯୁବକ ତାଙ୍କୁ ପିସ୍ତଲ ଦେଖାଇ ମାରିଦେବାକୁ ଧମକ ଦେଇଥିଲେ। ପରେ ଗୋପୀ ତାଙ୍କୁ ଏକ ଛୁରିରେ ଆକ୍ରମଣ କରିବାରୁ ତାଙ୍କ ଡ଼ାହାଣ ହାତ ଆଙ୍ଗୁଠି କଟି ରକ୍ତ ବାହାରିଥିଲା। ରୁଦ୍ର ତାଙ୍କ ବାପା ସଞ୍ଜୟଙ୍କୁ ଡାକିବାରୁ ସେ ଘଟଣାସ୍ଥଳକୁ ଦୌଡ଼ି ଆସିଥିଲେ। ଗୋପୀ ତାଙ୍କୁ ଅଶ୍ଳିଳ ଭାଷାରେ ଗାଳି କରି ଛୁରିରେ ହତ୍ୟା ଉଦ୍ୟମ କରି ତାଙ୍କ ଡ଼ାହାଣ ହାତ କଚଟିକୁ ଭୁଶି ଦେଇଥିଲେ। ପରେ ସେମାନେ ତାଙ୍କ ବେକରୁ ସୁନା ଚେନ ଏବଂ ୨ଟି ମୋବାଇଲ ଫୋନ ଛଡାଇ ନେଇ ବାଇକ୍‌ରେ ଫେରାର ହୋଇଯାଇଥିଲେ। ଏନେଇ ଦିଗପହଣ୍ଡି ଥାନାରେ ଅଭିଯୋଗ ହେବା ପରେ ଏହାକୁ ଭିତ୍ତି କରି ପୋଲି ନଂ.୨୬୯/୨୬ରେ ମାମଲା ରୁଜୁ କରି ଏହାର ତଦନ୍ତ ଆରମ୍ଭ କରିଥିଲା। ସୋମବାର ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟଚ ଚାଲାଣ କରାଯାଇଥିବା ଆଇଆଇସି କିଶୋର ସାମଲ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri