ହତ୍ୟା ଉଦ୍ୟମ ମାମଲା, ୨ ଅଭିଯୁକ୍ତ ଜେଲ ଗଲେ

ବ୍ରହ୍ମପୁର ଅଫିସ,୧୭ା୧୨: ଜଣେ ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ବଡବଜାର ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ପ୍ରହଲ୍ଲାଦ ନଗର ୪ର୍ଥ ଲାଇନର ସମୀର ଜେନା ଓ ପୁରୁଣା ବ୍ରହ୍ମପୁର ନିକଟସ୍ଥ ଆଇନାବନ୍ଧ ସାହିର ଜିତେନ୍ଦ୍ର ଗୌଡ଼ ଓରଫ ଜିତୁ। ଉଭୟଙ୍କ ନାମରେ ଏକାଧିକ ମାମଲା ରହିିଛି। ପ୍ରେମ ବ୍ୟାପାରକୁ କେନ୍ଦ୍ରକରି କାଳୁଚରଣ ମହାପାତ୍ରଙ୍କୁ ଉପରୋକ୍ତ ଅଭିଯୁକ୍ତ ମାନେ ଖଣ୍ଡା ଓ କାତିରେ ମରଣାନ୍ତକ ଆକ୍ରମଣ କରିଥିଲେ। ପୋଲିସ ଅଭିଯୁକ୍ତମାନଙ୍କ ଠାରୁ ଘଟଣା ବେଳେ ବ୍ୟବହୃତ ଦୁଇଟି ଖଣ୍ଡା ଓ ଏକ ବାଇକ (ନଂ ଓଡ଼ି-୦୭-ବି -୬୫୦୭) ଜବତ କରିଛି। ମାମଲା ନଂ. ୩୪୫/୨୨ରେ ଅଭିଯୁକ୍ତଦ୍ୱୟଙ୍କୁ ପୋଲିସ କୋର୍ଟ ଚାଲାଣ କରିଛି। ପରେ କୋର୍ଟ ନିର୍ଦ୍ଦେଶରେ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ପ୍ରକାଶ ଯେ, ଜଣେ ଯୁବତୀଙ୍କୁ କାଳୁଚରଣ ଓ ସମୀର ଭଲ ପାଉଥିଲେ। ଏହାକୁ କେନ୍ଦ୍ରକରି ଉଭୟଙ୍କ ମଧ୍ୟରେ ତିକ୍ତତା ଲାଗି ରହିଥିଲା। ଗତ ୧୩ ତାରିଖ ରାତ୍ର କାଳୁଚରଣ ମହାପାତ୍ରଙ୍କୁ ମୃଦଙ୍ଗିଆ ହାଇସ୍କୁଲ ନିକଟରେ ଏକାକୀ ଦେଖି ସମୀର ଜେନା ଓ ତାଙ୍କ ସହଯୋଗୀ ମାନେ ସେଠାରେ ତାଙ୍କ ସହ ଝଗଡା କରିଥିଲେ। ପରେ କାଳୁଚରଣଙ୍କୁ ସମୀର ଓ ତାଙ୍କ ସହଯୋଗୀ ମନେ ଖଣ୍ଡାରେ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ଖବର ପାଇ ଆହତ କାଳୁଙ୍କ ଭାଇ ଦୀପକ କୁମାର ମହାପାତ୍ର ଘଟଣା ସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରି ଏମକେସିଜି ମେଡିକାଲରେ ଭର୍ତ୍ତି କରିଥିଲେ। ପରେ ସେ ଏନେଇ ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri