ପୂର୍ବତନ ସରପଞ୍ଚଙ୍କୁ ଜୀବନରୁ ମାରିଦେବାକୁ ଉଦ୍ୟମ: ଜଣାପଡ଼ିଲା ଅସଲ କାରଣ…

ଦାରିଙ୍ଗବାଡ଼ି,୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କିରିକୁଟି ପଞ୍ଚାୟତର ପୂର୍ବତନ ସରପଞ୍ଚ ତ୍ରିଲୋଚନ ପ୍ରଧାନ ଓରଫ ଟିଟୁଙ୍କୁ ରବିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଜୀବନରୁ ମାରି ଦେବାକୁ ବସିଥିଲେ। ତେବେ ଏବେ ପର୍ଯ୍ୟନ୍ତ କେହି ଥାନାରେ ଲିଖିତ ଅଭିଯୋଗ କରି ନ ଥିବା ଜଣାପଡ଼ିଛି। ଟିଟୁଙ୍କ ପରିବାରରେ କେହି ନ ଥିବାରୁ ହୁଏତ ଗ୍ରାମବାସୀ ଅଭିଯୋଗ କରିପାରନ୍ତି ବୋଲି କୁହାଯାଉଛି। ଟିଟୁଙ୍କୁ ଆକ୍ରମଣ ପରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଗ୍ରାମବାସୀ ତାଙ୍କୁ ପ୍ରଥମେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ନେଇ ସେଠାରେ ଏମ୍‌କେସିଜିରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।

ଟିଟୁଙ୍କ ଆକ୍ରମଣ ଘଟଣାକୁ ନେଇ ଅନେକ କଥା ଏବେ ଚର୍ଚ୍ଚା ହେଉଛି। ପୂର୍ବରୁ ତାଙ୍କ ଜମିବାଡ଼ିକୁ ଅନ୍ୟ ସମ୍ପର୍କୀୟମାନେ ଜବରଦଖଲ କରିଥିବା ଓ ସେ ଘଟଣାକୁ ନେଇ ଟିଟୁ ସେମାନଙ୍କୁ ପଚାରିବାରୁ ସେମାନେ ଆକ୍ରମଣ କରୁଥିବା ଭିଡିଓ ଏବେ ଭାଇରାଲ ହେଉଛି। ଟିଟୁଙ୍କ ସ୍ତ୍ରୀ ପୂର୍ବରୁ ମୃତ୍ୟୁବରଣ କରିଥବା ବେଳେ ତାଙ୍କର କେହି ଛୁଆ ପିଲା ନାହାନ୍ତି। ଟିଟୁଙ୍କ ରାଜପଥ କଡ଼ରେ ଏକର ଏକର ଜମି ପଡ଼ିଛି। ଫଳରେ ତାଙ୍କ ଜମିକୁ ଦୂର ସମ୍ପର୍କୀୟମାନେ ହଡ଼ପ କରିବା ପାଇଁ ବାରମ୍ବାର ଉଦ୍ୟମ କରୁଥିବା ନେଇ ଥାନା ପର୍ଯ୍ୟନ୍ତ ପହଞ୍ଚିଥିଲା ଓ ଚଳିତ ବର୍ଷ ଅଗଷ୍ଟ ୫ରେ ଏହି ବିବାଦ ନେଇ ଥାନାରେ ଉଭୟ ପକ୍ଷ ରାଜିନାମା ହୋଇଥିବା ଓ ଥାନାରେ ଦିଆଯାଇଥିବା ମାମଲାକୁ ଉଠାଇବାକୁ ଉଭୟ ଟିଟୁ ଓ ତାଙ୍କ ସହ ଝଗଡ଼ା ହୋଇଥିବା ବ୍ୟକ୍ତି ଲିଖିତ ଦେଇଥିଲେ।

ତେବେ ଏହି ଜମିବାଡ଼ିକୁ ହଡ଼ପ କରିବା ଓ ଟିଟୁଙ୍କୁ ରାସ୍ତାରୁ ହଟେଇ ଦେଲେ ତାଙ୍କ ପରିବାରରେ ଆଉ କେହି ନ ଥିବାରୁ ତାଙ୍କ ଦୁରସମ୍ପର୍କୀୟ ଏହି ଜମିକୁ ପୁନର୍ବାର ହଡ଼ପ କରିବା ଉଦ୍ଦେଶ୍ୟରେ ତାଙ୍କୁ ଜୀବନରେ ମାରିବାକୁ ଉଦ୍ୟମ କରିଥାଇ ପାରନ୍ତି ବୋଲି ଆଲୋଚନା ହେଉଛି। ତେବେ ଦାରିଙ୍ଗବାଡ଼ି ପୋଲିସଗୁରୁତର ଟିଟୁଙ୍କଠାରୁ ବୟାନ ରେକର୍ଡ କରିଥିବା ଜଣାପଡ଼ିଛି। ଘଟଣାକୁ ପୋଲିସ ଗୁରୁତର ସହ ନେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs NZ 1st T20I: ମ୍ୟାଚ ପରେ ଗମ୍ଭୀର ଦେଲେ ଏମିତି ବୟାନ, ଯାହାକୁ ନେଇ ସୋସିଆଲ ମିଡ଼ିଆରେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୨୨।୧: ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଆଜିକାଲି ନିରନ୍ତର ଖବରର ଶିରୋନାମାରେ ଅଛନ୍ତି। କାରଣ ହେଉଛି ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଘରୋଇ ପରିବେଶରେ ପ୍ରଥମ...

ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ତ୍ବରାନ୍ବିତ, ନିର୍ବାଚନ କମିଶନ ପ୍ରସ୍ତାବ…

ଭୁବନେଶ୍ବର,୨୨।୧:  ରାଜ୍ୟ ସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଦେଶର ୧୦  ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ...

ପ୍ଲାଷ୍ଟିକ ନେଉଛି ଜୀବନ, ବିପଦରେ ପ୍ରାଣୀସମ୍ପଦ

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ କୁଢ଼ କୁଢ଼ ପ୍ଲାଷ୍ଟିକ, ଥର୍ମାକୋଲ ଥାଳି, ପଲିଥିନ ଏବେ ପ୍ରାଣୀସମ୍ପଦ ପାଇଁ ବିପଦ ସାଜିଛନ୍ତି। ଉକ୍ତ...

ସର୍ଭେ କରିବାକୁ ଯାଇ କାଜୁ ଜଙ୍ଗଲରେ ଫସିଗଲା ଟିମ୍‌, ଅନ୍ଧାରରେ ବାଟ ନ ପାଇ ଘଣ୍ଟାଏ ପରେ…

ମହାକାଳପଡ଼ା,୨୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଆର୍ସେଲର ମିତ୍ତଲ ଶିଳ୍ପ ପ୍ରତିଷ୍ଠା ପାଇଁ ଏକ ଟିମ୍‌ ପକ୍ଷରୁ ଜଙ୍ଗଲ ପାଶର୍‌ବ ସୀମା...

ICC vs BCB: ବଢିଲା ବାଂଲାଦେଶର ଟେନସନ, ସରକାର-ଖେଳାଳିଙ୍କ ମଧ୍ୟରେ ବୈଠକ

ଢାକା,୨୨।୧: ବାଂଲାଦେଶ କ୍ରିକେଟ ବର୍ତ୍ତମାନ ୨୦୨୬ ଟି-୨୦ ବିଶ୍ୱକପ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି। ପ୍ରଶ୍ନଟି ସରଳ: ବାଂଲାଦେଶ ତାର ଦଳକୁ ଭାରତ...

ଶ୍ରୀମନ୍ଦିରକୁ ବୋମା ଧମକ: ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ପରେ…

ପୁରୀ,୨୨।୧: ଶ୍ରୀମନ୍ଦିରକୁ ବୋମା ଧମକ। ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ମାମଲାରେ ଜଣକୁ ପୋଲିସ ଅଟକ ରଖିଛି । ଜୁଲି ରାଣୀ ପଣ୍ଡା ନାମକ ଏକ...

‘ଖୁବ ଶୀଘ୍ର ଭାରତ ସହ ହେବ ବଡ଼ ଡିଲ’, ଡାଭୋସରେ ମୋଦିଙ୍କୁ ଏମିତି ପ୍ରଶଂସା କଲେ ଟ୍ରମ୍ପ ସଭିଏଁ ଆଶ୍ଚର୍ଯ୍ୟ!

ଡାଭୋସ,୨୨।୧: ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମକୁ ସମ୍ବୋଧିତ କରିବା ପରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ସହିତ ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏକ ପ୍ରମୁଖ...

କମିଗଲା ସୁନା ରେଟ୍‌: ଜାଣନ୍ତୁ ୧୦ ଗ୍ରାମକୁ କେତେ

ନୂଆଦିଲ୍ଲୀ,୨୧।୧: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ନିରନ୍ତର ବୃଦ୍ଧି ପାଉଥିଲା ଏବଂ ପ୍ରତିଦିନ ଏକ ପ୍ରବଳ ବୃଦ୍ଧି ସହିତ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri