ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ସରପଞ୍ଚ ତପନ କୁମାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତଙ୍କୁ କେ.ନୂଆଗାଁ ଥାନା ପୋଲିସ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ବମୋକେଇ ଗାଁ ର ଜୟ ପ୍ରଧାନ ଓରଫ ଜୟରାମ(୪୩)। କେସ୍‌ ନଂ ନଂ.୧୨୮/୨୬ରେ ବିଭିନ୍ନ ଦଫା ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ଜୁନ୍‌ ୯ ତାରିଖ ଅପରାହ୍ନରେ ସରପଞ୍ଚ ତାଙ୍କ କାର୍‌ (ନଂ. ଓଡି ୩୩ ଏଏଚ -୮୪୮୭)ଯୋଗେ ଘରକୁ ଫେରୁଥିବା ବେଳେ ଗାଁ ଶିବମନ୍ଦିର ନିକଟରେ ଅଭିଯୁକ୍ତ ବାଇକ୍‌ରେ ଆସି କାର୍‌କୁ ଅଟକାଇଥିଲେ। ସରପଞ୍ଚ କାର୍‌ରୁ ଓହ୍ଲାଇବାରୁ ତାଙ୍କୁ ଏବଂ ତାଙ୍କ ମା’ ଭଉଣୀଙ୍କୁ ଆପତ୍ତିଜନକ ଭାଷାରେ ଗାଳି କରିଥିଲେ। ପ୍ରତିବାଦ କରିବାରୁ ସେ ତାଙ୍କ ପରିବାରର ସମସ୍ତ ସଦସ୍ୟଙ୍କୁ ଜୀବନରେ ମାରିଦେବାକୁ ଧମକ ଦେଇ ସେ ଧରିଥିବା ଖଣ୍ଡାରେ ସରପଞ୍ଚଙ୍କ ମୁଣ୍ଡକୁ ଲକ୍ଷ୍ୟକରି ଚୋଟ ପକାଇଥିଲେ। ସରପଞ୍ଚ ଭୟରେ ଘୁଞ୍ଚି ପଡ଼ିବାରୁ ଅଳ୍ପକେ ବର୍ତ୍ତି ଯାଇଥିଲେ। ସରପଞ୍ଚଙ୍କ ପାଟି ଶୁଣି ଗାଁର କିଛି ବ୍ୟକ୍ତି ଘଟଣାସ୍ଥଳକୁ ଦୌଡ଼ି ଆସିବାରୁ ଅଭିଯୁକ୍ତ ତାଙ୍କୁ ଦିନେ ନା ଦିନେ ଜୀବନରେ ମାରିଦେବାକୁ ଧମକ ଦେଇ ସେଠାରୁ ବାଇକ ଯୋଗେ ପଳାଇଥିଲେ। ଘଟଣା ସମ୍ପର୍କରେ ସରପଞ୍ଚ କେ.ନୂଆଗାଁ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି ବିଶ୍ୱଜିତ ନାୟକ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଥିଲେ। ଘଟଣା ଦିନଠାରୁ ଗିରଫ ଭୟରେ ଅଭିଯୁକ୍ତ ଗାଁରୁ ଫେରାର ଥିଲେ। ଗତ ଅଗଷ୍ଟ ୨୫ ତାରିଖରେ ବ୍ରହ୍ମପୁର ରେଲଓ୍ବେ ପୋଲିସ(ଜିଆରପି)ଥାନା ମାମଲା ନଂ.୧୦୩/୨୬ ଅନୁଯାୟୀ ତାଙ୍କୁ ଗିରଫ କରାଯାଇଥିବା ନେଇ ରେଲଓ୍ବେ ଥାନା ପୋଲିସ କେ.ନୂଆଗାଁ ପୋଲିସକୁ ସୂଚନା ଦେଇଥିଲେ। ଅଭିଯୁକ୍ତ ଗାଁକୁ ଫେରିଥିବା ଖବର ପାଇ ତଦନ୍ତକାରୀ ଅଧିକାରୀ ତଥା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍‌ଆଇଆଇ ଅତିଥି ଚରଣ ନାୟକ ଅଭିଯୁକ୍ତ ଜୟରାମଙ୍କୁ ବୁଧବାର ରାତିରେ ଗିରଫ କରିଥିଲେ ବୋଲି କହିଛନ୍ତି। ଅଭିଯୁକ୍ତଙ୍କ ନାଁରେ ପୂର୍ବରୁ କେ.ନୂଆଗାଁ ଥାନା, ବ୍ରହ୍ମପୁର ସଦର ଥାନା, ବ୍ରହ୍ମପୁର ଟାଉନ ଥାନାରେ ଏକାଧିକ ମାମଲା ରହିଥିବା ପୋଲିସର ତଦନ୍ତରୁ ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୦ ଟିଏମସି ବିଦ୍ରୋହୀଙ୍କୁ ବାଚସ୍ପତିଙ୍କ ବଡ଼ ଆଶ୍ୱସ୍ତି; ମହୁଆ ମୋଇତ୍ରା କହିଲେ – ‘ଆଶ୍ଚର୍ଯ୍ୟ…’

କୋଲକାତା,୩।୯: ଲୋକ ସଭା ବାଚସ୍ପତି ଓମ ର୍ବିର୍ଲା ୨୦ ଜଣ ବିଦ୍ରୋହୀ ତୃଣମୂଳ କଂଗ୍ରେସ (TMC) ସାଂସଦଙ୍କୁ ସେମାନଙ୍କ ବିରୁଦ୍ଧରେ ଅଯୋଗ୍ୟତା ପ୍ରକ୍ରିୟା ସମ୍ପର୍କରେ ଜବାବ ଦାଖଲ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଡାକ୍ତର ଅଭାବ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଛତ୍ରପୁର,୩ା୯(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ରୋଗ ପରୀକ୍ଷଣ, ଚକ୍ଷୁ, ପ୍ରସୂତୀ, ଶିଶୁରୋଗ,…

ଧୋନିଙ୍କ IPL ଭବିଷ୍ୟତକୁ ନେଇ ଆସିଲା ନୂଆ ଖବର; ‘Impact Player’ ନିୟମକୁ ନେଇ ପୂର୍ବତନ ସାଥୀ ଖେଳାଳି ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୩।୯: ଏମଏସ ଧୋନି ଆଇପିଏଲ 2027 ରେ ଖେଳିବେ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଠୋସ ସୂଚନା ନାହିଁ। 45 ବର୍ଷୀୟ ପୂର୍ବତନ ଭାରତୀୟ…

ସରକାରଙ୍କ ବଡ଼ ନିଷ୍ପତ୍ତି; ସେପ୍ଟେମ୍ବର ୧୧ରେ ସରକାରୀ ଛୁଟି, କଣ ଖୋଲା କଣ ବନ୍ଦ ଜାଣନ୍ତୁ

ନୂଆଦିଲ୍ଲୀ,୩ା୯: ରାଜଧାନୀ ଦିଲ୍ଲୀରେ ଆସନ୍ତା ସେପ୍ଟେମ୍ବର ୧୧ ତାରିଖରେ ସରକାରୀ ଛୁଟି ଘୋଷଣା କରାଯାଇଛି । ଦିଲ୍ଲୀରେ ହେବାକୁ ଥିବା BRICS ସମ୍ମିଳନୀକୁ ଦୃଷ୍ଟିରେ ରଖି ସୁରକ୍ଷା,…

ଶୋଇଥିବାବେଳେ ମହିଳାଙ୍କୁ ଚୋଟ ମାରିଲା ସାପ, ଚାଲିଗଲା ଜୀବନ

କୂଆଁରମୁଣ୍ଡା,୩ା୯(ମହେନ୍ଦ୍ର କୁମାର ସାହୁ): ବିଷାକ୍ତ ସାପ କାମୁଡ଼ିବା ପରେ ପ୍ରଥମେ ଝଡ଼ା ଫୁଙ୍କା ଓ ପରେ ନକଲି ଡାକ୍ତରଙ୍କ ନିକଟକୁ ଯାଇ ପରିସ୍ଥିତି ସଙ୍କଟାପନ୍ନ ହେବାରୁ ଶେଷରେ…

୧୦୦ ବର୍ଷ ପରେ ଏଥର ନବରାତ୍ରିରେ ଦୁର୍ଲଭ ଯୋଗ: ଜାଣନ୍ତୁ କେଉଁ ରାଶି ଉପରେ ପଡ଼ିବ ପ୍ରଭାବ

ଚଳିତବର୍ଷ ଶାରଦୀୟ ନବରାତ୍ରି ଅକ୍ଟୋବର ୧୧, ୨୦୨୬ରେ କଳସ ସ୍ଥାପନ ସହିତ ଆରମ୍ଭ ହେଉଛି। ଏହା ଅକ୍ଟୋବର ୧୯ରେ ଶେଷ ହେବ। ଅକ୍ଟୋବର ୨୦ରେ ବିଜୟାଦଶମୀ ବା…

Video: ମନକୁ ଦୋହଲାଇଦେବା ଭଳି ଦୃଶ୍ୟ, ବନ୍ୟାରେ ଭାସିଆସିଥିବା ନିଷ୍ପାପ ଶିଶୁକୁ କୋଳରେ ଧରି ଭାବପ୍ରବଣ ହେଲେ ସେନା କର୍ମଚାରୀ

କାଠମାଣ୍ଡୁ,୩।୯: ନେପାଳରେ ବନ୍ୟା ଏବଂ ଧ୍ୱଂସ ମଧ୍ୟରେ ମାନବତାର ଏକ ହୃଦୟସ୍ପର୍ଶୀ କାର୍ଯ୍ୟକୁ ପ୍ରଦର୍ଶନ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଭାଇରାଲ…

‘Gen-Z ଚାକିରି ପାଇଁ ଉପଯୁକ୍ତ ନୁହଁନ୍ତି’: ସ୍ନାତକମାନଙ୍କୁ ରୋବୋଟ ସହିତ ବଦଳାଇବାକୁ ପ୍ରସ୍ତୁତ ବସ

ଓ୍ବାଶିଂଟନ,୩।୯: ପ୍ରମୁଖ ଆମେରିକୀୟ କମ୍ପାନୀଗୁଡ଼ିକ Gen-Z କର୍ମଚାରୀଙ୍କ କାର୍ଯ୍ୟ ଅଭ୍ୟାସ, ଯୋଗାଯୋଗ ଶୈଳୀ ଏବଂ ବୃତ୍ତିଗତ ଆଚରଣ ପ୍ରତି କ୍ରମଶଃ ଅସନ୍ତୁଷ୍ଟ ହେଉଛନ୍ତି। ଅଧିକାଂଶ ଆମେରିକୀୟ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri