ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ: ଅଭିଯୋଗ ପରେ ପୋଲିସର ତଦନ୍ତ ଆରମ୍ଭ

ଦାରିଙ୍ଗବାଡ଼ି,୨୯ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସୋନପୁର ପଞ୍ଚାୟତର ସରପଞ୍ଚ କେଶରସେନ ମୁଠାମାଝିଙ୍କୁ କିଛି ଦୁର୍ବୁତ୍ତ ହତ୍ୟା ଧମକ ଦେଇଥିବା ଦାରିଙ୍ଗବାଡ଼ି ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ପକ୍ଷରୁ ୮୯/୨୧ରେ ଏକ ମାମଲା ରୁଜୁ କରି ତଦନ୍ତ ଚାଲିଥିବା ଆଇଆଇସି କୌଶିକ ମାଝି କହିଛନ୍ତି।

ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଉକ୍ତ ଗ୍ରାମର କିଛି ଲୋକ ଏକ ବୋଲେରୋରେ ଯାଉଥିବା ବେଳେ ଉକ୍ତ ଗ୍ରାମର ଏକ ଟ୍ରାକ୍ଟର ବୋଲେରୋ ସହ ମୁହାଁମୁହିଁ ହୋଇ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଥିଲା। ଏହାକୁ ନେଇ ଟ୍ରାକ୍ଟର ଚାଳକ ଏବଂ ବୋଲେରୋରେ ବସିଥିବା ଲୋକଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଟ୍ରାକ୍ଟରଟି ଉକ୍ତ ସୋନପୁର ସରପଞ୍ଚଙ୍କ ପୁଅ ଚଳାଉଥିବା ବେଳେ ସେହି ବୋଲେରୋରେ ବସିଥିବା ଲୋକ ସରପଞ୍ଚଙ୍କ ପୁଅ ଏଭଳି ବିପଦପୁର୍ଣ୍ଣ ଭାବେ ଦ୍ରୁତଗତରେ ଚଳାଉଥିବା ନେଇ ଅଭିଯୋଗ କରିବାକୁ ସରପଞ୍ଚଙ୍କ ଘରେ ପହଞ୍ଚିଥିଲେ। ସେଠାରେ ସରପଞ୍ଚଙ୍କୁ ହତ୍ୟା ଧମକ ଦେଇଥିବା ନେଇ ସରପଞ୍ଚ ଥାନାରେ ଅଭିଯୋଗ କରିଛନ୍ତି ବୋଲି ପୋଲିସ କହିଛି। ସରପଞ୍ଚଙ୍କ ସାହିରେ ବୋଲେରୋଟିକୁ ଗ୍ରାମବାସୀ ଅଟକ ରଖି ଶୁକ୍ରବାର ଥାନାରେ ଅଭିଯୋଗ ଦେବା ପରେ ପୋଲିସ ପହଞ୍ଚି ବୋଲେରୋଟିକୁ ଥାନାକୁ ଆଣିଥିବା ପୋଲିସ ସୂତ୍ରରୁ ଜଣାପଡ଼ିଛି। ହତ୍ୟା ଧମକ ଦେଇଥିବା ଲୋକମାନେ ଉକ୍ତ ଅଞ୍ଚଳର ଏବଂ ସେମାନଙ୍କ ମଧ୍ୟରେ ଜଣେ ଶିକ୍ଷକ ରହିଥିବା ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?