ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ: ଅଭିଯୋଗ ପରେ ପୋଲିସର ତଦନ୍ତ ଆରମ୍ଭ

ଦାରିଙ୍ଗବାଡ଼ି,୨୯ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସୋନପୁର ପଞ୍ଚାୟତର ସରପଞ୍ଚ କେଶରସେନ ମୁଠାମାଝିଙ୍କୁ କିଛି ଦୁର୍ବୁତ୍ତ ହତ୍ୟା ଧମକ ଦେଇଥିବା ଦାରିଙ୍ଗବାଡ଼ି ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ପକ୍ଷରୁ ୮୯/୨୧ରେ ଏକ ମାମଲା ରୁଜୁ କରି ତଦନ୍ତ ଚାଲିଥିବା ଆଇଆଇସି କୌଶିକ ମାଝି କହିଛନ୍ତି।

ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଉକ୍ତ ଗ୍ରାମର କିଛି ଲୋକ ଏକ ବୋଲେରୋରେ ଯାଉଥିବା ବେଳେ ଉକ୍ତ ଗ୍ରାମର ଏକ ଟ୍ରାକ୍ଟର ବୋଲେରୋ ସହ ମୁହାଁମୁହିଁ ହୋଇ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଥିଲା। ଏହାକୁ ନେଇ ଟ୍ରାକ୍ଟର ଚାଳକ ଏବଂ ବୋଲେରୋରେ ବସିଥିବା ଲୋକଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଟ୍ରାକ୍ଟରଟି ଉକ୍ତ ସୋନପୁର ସରପଞ୍ଚଙ୍କ ପୁଅ ଚଳାଉଥିବା ବେଳେ ସେହି ବୋଲେରୋରେ ବସିଥିବା ଲୋକ ସରପଞ୍ଚଙ୍କ ପୁଅ ଏଭଳି ବିପଦପୁର୍ଣ୍ଣ ଭାବେ ଦ୍ରୁତଗତରେ ଚଳାଉଥିବା ନେଇ ଅଭିଯୋଗ କରିବାକୁ ସରପଞ୍ଚଙ୍କ ଘରେ ପହଞ୍ଚିଥିଲେ। ସେଠାରେ ସରପଞ୍ଚଙ୍କୁ ହତ୍ୟା ଧମକ ଦେଇଥିବା ନେଇ ସରପଞ୍ଚ ଥାନାରେ ଅଭିଯୋଗ କରିଛନ୍ତି ବୋଲି ପୋଲିସ କହିଛି। ସରପଞ୍ଚଙ୍କ ସାହିରେ ବୋଲେରୋଟିକୁ ଗ୍ରାମବାସୀ ଅଟକ ରଖି ଶୁକ୍ରବାର ଥାନାରେ ଅଭିଯୋଗ ଦେବା ପରେ ପୋଲିସ ପହଞ୍ଚି ବୋଲେରୋଟିକୁ ଥାନାକୁ ଆଣିଥିବା ପୋଲିସ ସୂତ୍ରରୁ ଜଣାପଡ଼ିଛି। ହତ୍ୟା ଧମକ ଦେଇଥିବା ଲୋକମାନେ ଉକ୍ତ ଅଞ୍ଚଳର ଏବଂ ସେମାନଙ୍କ ମଧ୍ୟରେ ଜଣେ ଶିକ୍ଷକ ରହିଥିବା ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri