ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ: ଜେଲ୍‌ ଗଲେ ଅଭିଯୁକ୍ତ ସ୍ବାମୀ

ଦିଗପହଣ୍ଡି,୨୪ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ନୂଆ ବଳଧିଆ ଗ୍ରାମର ସଞ୍ଜୁ କୁମାରୀ ପ୍ରଧାନଙ୍କୁ ତାଙ୍କ ସ୍ବାମୀ କୁନା ପ୍ରଧାନ ନିସ୍ତୁକ ମାଡ଼ ମାରିବା ସହ ତଣ୍ଟିଚିପି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଗୁରୁବାର ସନ୍ଧ୍ୟାରେ ସଞ୍ଜୁ ଦିଗପହଣ୍ଡି ଥାନାରେ ପହଞ୍ଚି ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଥାନା ମାମଲା ନଂ.୩୯/୨୫ ଅନୁଯାୟୀ ଅଭିଯୁକ୍ତ କୁନାଙ୍କ ନାଁରେ ମୋକଦ୍ଦମା ରୁଜୁ କରିଥିଲେ। ଶୁକ୍ରବାର ଅଭିଯୁକ୍ତ ସ୍ବାମୀଙ୍କୁ ତଦନ୍ତକାରୀ ଅଧିକାରୀ ଏସ୍‌.ଆଇ ଜ୍ୟୋତି ରଞ୍ଜନ ବେହେରା ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ଦିଗପହଣ୍ଡି ସବ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି। ଗତ ପ୍ରାୟ ୯ ବର୍ଷ ପୂର୍ବେ ୨୦୧୫ ଏପ୍ରିଲ ମାସରେ ସଞ୍ଜୁ ବଳଧିଆ ଗ୍ରାମର ଆନନ୍ଦ ପ୍ରଧାନଙ୍କ ପୁଅ କୁନାଙ୍କୁ ବିବାହ କରିଥିଲେ। ବିବାହ ସମୟରେ ସ୍ବାମୀ ଓ ଶଶୁର ଘର ଲୋକଙ୍କ ଦାବି ପ୍ରକାରେ ସମସ୍ତ ଯୌତୁକ ସାମଗ୍ରୀ ଦିଆଯାଇଥିଲା। ବିବାହର କିଛିଦିନ ଖୁବ୍‌ ହସଖୁସିରେ କଟିଥିଲା। ଉଭୟଙ୍କ ଔରସରୁ ୨ଟି କନ୍ୟା ସନ୍ତାନ ଅଛନ୍ତି। କିଛିବର୍ଷ ହେଲା ସ୍ବାମୀ ସଦାସର୍ବଦା ମଦ ପିଇ ତାଙ୍କୁ ନିସ୍ତୁକ ମାଡ଼ ମାରୁଥିଲେ। ବାପଘରୁ ନେଇଥିବା ଗହଣା ଏବଂ ବିଭିନ୍ନ ଆସବାବପତ୍ର ବିକ୍ରି କରି ସ୍ବାମୀ ମଦ ପିଇ ଦେଉଥିବାରୁ ସଞ୍ଜୁ ପ୍ରତିବାଦ କରିଥିଲେ। ଯୌତୁକ ବାବଦକୁ ୨ ଲକ୍ଷ ଟଙ୍କା ବାପ ଘରୁ ଆଣିବୁ ନ ହେଲେ ତୋତେ ଜୀବନରେ ମାରିଦେବା ପରେ ମୁଁ ଦିତୀୟ ବିବାହ କରିବି ବୋଲି ସ୍ବାମୀ ଧମକ ଦେଇଥିଲେ। ଗତ ୨୦୨୪ ଡିସେମ୍ବର ୨୪ ତାରିଖରେ ସ୍ବାମୀ ତାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିଲେ। ସେ କୌଶଳକ୍ରମେ ଖସି ଯାଇ ଘରୁ ଦୌଡ଼ି ପଳାଇଥିଲେ। ପରେ ଏନେଇ ବାପା,ମା’ଙ୍କୁ ଖବର ଦେବା ପରେ ସେମାନେ ଆସି ତାଙ୍କୁ ଉଦ୍ଧାର କରିବା ସହ ସାଙ୍ଗରେ ନେଇଯାଇଥିଲେ। ସମସ୍ତ ଘଟଣା ସେ ତାଙ୍କ ଗ୍ରାମର ଭଦ୍ର ଲୋକଙ୍କୁ ଜଣାଇ ଆପୋଷ ସମାଧାନ ପାଇଁ ଅନୁରୋଧ କରିଥିଲେ। କିନ୍ତୁ ସ୍ବାମୀ ଭଦ୍ର ଲୋକଙ୍କୁ ଜଣାଇ ଆପୋଷ ସମାଧାନ ପାଇଁ ଅନୁରୋଧ କରିଥିଲେ। କିନ୍ତୁ ସ୍ବାମୀ ଭଦ୍ର ଲୋକଙ୍କୁ ଆପତ୍ତି ଜନକ ଭାଷାରେ ଗାଳି ଦେବାରୁ ସମାଧାନ ହୋଇପାରି ନ ଥିଲା। ଏନେଇ ସେ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଥାନାରେ ସ୍ବାମୀ ପହଞ୍ଚି ନିଜର ଭୁଲ ସ୍ବୀକାର କରିବା ସହ ବୁଝାସୁଝା କରି ସାଙ୍ଗରେ ଘରକୁ ନେଇଥିଲେ। କିନ୍ତୁ ତା’ ପରଦିନ ପୁଣି ତାଙ୍କୁ ନିସ୍ତୁକ ମାଡ଼ ମାରି ହତ୍ୟା ଉଦ୍ୟମ କରିଥିବା ସଞ୍ଜୁ ଦେଇଥିବା ଏତଲାରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଣିଷ-ବନ୍ୟପ୍ରାଣୀ ସହାବସ୍ଥାନର ବାର୍ତ୍ତା

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?