ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ଅଜା ଗିରଫ

ଫୁଲବାଣୀ,୧ା୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ୍‌ ଗୋଚ୍ଛାପଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ତାଙ୍କ ସମ୍ପର୍କୀୟ ଅଜା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି। ସେ ହେଲେ କେକେରିଙ୍ଗିଆ ଗ୍ରାମର ବିଜୟ ଦିଗାଲ (୬୦)।

ମିଳିଥିବା ସୂଚନା ମୁତାବକ, ୧୨ ବର୍ଷୀୟା ନାବାଳିକା ଜଣକ ଗତ ଶିବରାତ୍ରି ଦିନ ଗାଁ ମନ୍ଦିରକୁ ଯାଇଥିଲେ। ସେଠାରେ ପୂଜାର୍ଚ୍ଚନା କରୁଥିବା ବେଳେ ସମ୍ପର୍କୀୟ ଅଜା ଦେଖା ହୋଇଥିଲେ। ଘରେ ମା’ଙ୍କ ଦେହ ଭଲ ନାହିଁ କହି ଅଜା ତାଙ୍କୁ ସାଙ୍ଗରେ ଧରି ସିଧା ରାସ୍ତାରେ ନ ଆସି ଜଙ୍ଗଲ ଦେଇ ଗଲେ ଶୀଘ୍ର ପହଞ୍ଚତ୍ବା କହି ସେହି ବାଟରେ ନେଇଥିଲେ। କିଛି ଦୂର ଯିବା ପରେ ନାବାଳିକାଙ୍କୁ ସେ ବଳାତ୍କାର ଉଦ୍ୟମ କରିଥିଲେ। ନାବାଳିକା ଜଣଙ୍କ କୌଣସି ପ୍ରକାରେ ଖସି ଆସି ଘରେ ସବୁ କଥା କହିଥିଲେ।

ନାବାଳିକାଙ୍କ ବାପାଙ୍କ ପୂର୍ବରୁ ଦେହାନ୍ତ ହୋଇଛି। ମା’ ଅସୁସ୍ଥ ଅଛନ୍ତି ା ମାଉସୀ ଘଟଣାକୁ ନେଇ ଶନିବାର ଥାନାରେ ଏତଲା ଦେଇଥିଲେ। ପୋଲିସ ନଂ.୩୪/୨୬ରେ ମାମଲା ରୁଜୁ କରିଛି। ଅଭିଯୁକ୍ତ ବିଜୟଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ ସଞ୍ଜିତ କୁମାର ବେହେରା ସୂଚନା ଦେଇଛନ୍ତି ା ସୂଚାନାଯୋଗ୍ୟ, ଘଟଣାଟିକୁ ଚପାଇ ଦେବାକୁ ଉଦ୍ୟମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Iran Israel Conflict: ଟ୍ରମ୍ପଙ୍କ ବଡ଼ ଦାବି, ଗୋଟିଏ ଆକ୍ରମଣରେ ୪୮…

ନୂଆଦିଲ୍ଲୀ,୧।୩:  ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଆମେରିକା ଏବଂ ଇସ୍ରାଏଲୀ ସାମରିକ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଏକ ବଡ଼ ଏବଂ ଆଶ୍ଚର୍ଯ୍ୟଜନକ ଦାବି କରିଛନ୍ତି । ସେ…

ପ୍ରତାପଗିରି ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ, ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ 

ଦିଗପହଣ୍ଡି,୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ସ୍ଥିତ ରାଜାରାଜୁଡ଼ା ଅମଳର ସାନନ୍ଦ ଶ୍ରୀକ୍ଷେତ୍ର ଶ୍ରୀଜଗନ୍ନାଥଙ୍କ ନୂତନ ମନ୍ଦିର ପ୍ରତିଷ୍ଠା…

ଅଶ୍ଳୀଳ ଭିଡିଓ କରି ବ୍ଲାକମେଲ କରୁଥିଲେ ପୂର୍ବତନ ପ୍ରେମିକ, ଭେଟିବାକୁ ଡାକି ହତ୍ୟା କରି ମୁହଁରେ ଏସିଡ୍…

ଲକ୍ଷ୍ନୌ,୧।୩: ଉତ୍ତର ପ୍ରଦେଶର ବାଲିଆରୁ ପ୍ରେମ, ବ୍ଲାକମେଲିଂ ଏବଂ ହତ୍ୟାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କୁ ହତ୍ୟା କରିଛନ୍ତି…

IND vs WI Super-8 Live Score: ଭାରତ ଆଗରେ ୧୯୬ ରନ୍‌ର ବିଜୟ ଟାର୍ଗେଟ୍‌

କୋଲକାତା,୧।୩: କୋଲକାତାର ଐତିହାସିକ ଇଡେନ୍‌ ଗାର୍ଡେନ୍ସ ମଇଦାନରେ ରବିବାର ଖେଳାଯାଇଥିବା ଭାରତ ଏବଂ ୱେଷ୍ଟଇଣ୍ଡିଜ୍‌ ମ୍ୟାଚ୍‌ରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ…

ବିମାନବନ୍ଦରଠାରୁ ୧୦୦ମିଟର ଦୂରରେ ହୋଇଥିଲା ବିସ୍ଫୋରଣ, ବର୍ଣ୍ଣନା କଲେ ସିନ୍ଧୁ

ନୂଆଦିଲ୍ଲୀ, ୧ା୩: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଉପସାଗରୀୟ ଅଞ୍ଚଳରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ ଦୁଇଥର ଅଲିମ୍ପିକ ପଦକ…

ମହେନ୍ଦ୍ରଗିରିରେ ବାବାଙ୍କ ଆଶ୍ରମର ଭିତରେ ପଶି ଭାଙ୍ଗରୁଜା, ପାଣି ମଟର ଭାଙ୍ଗିଲେ ଦୃବର୍ତ୍ତ

ପାରଳାଖେମୁଣ୍ଡି,୧।୩(ଗିରିଧାରୀ ପରିଛା): ଗଜପତି ଜିଲାର ଐତିହାସିକ ତଥା ଆଧ୍ୟାତ୍ମିକ ଓ ପୌରାଣିକ କ୍ଷେତ୍ର ରାୟଗଡ଼ ବ୍ଲକ ଅଧିନରେ ଥିବା ମହେନ୍ଦ୍ରଗିରି ଏବେ ଅଶାନ୍ତମୟ ହୋଇପଡିଛି । ଶନିବାର…

ଓଭରଟେକ୍ ହେଲା କାଳ, ସଡ଼କ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ

ଦିଗପହଣ୍ଡି,୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଚକାତେନ୍ତୁଳି ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରବିବାର ଅପରାହ୍ନ ପ୍ରାୟ…

୪ରେ ଦକ୍ଷିଣ ଆଫ୍ରିକା- ନ୍ୟୁଜିଲାଣ୍ଡ ପ୍ରଥମ ସେମିଫାଇନାଲ

ନୂଆଦିଲ୍ଲୀ,୧।୩: ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ସୁପର-୮ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୫ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଜିମ୍ବାଓ୍ବେ ଦ୍ୱାରା ପ୍ରଦତ୍ତ ୧୫୪ ରନର ଟାର୍ଗେଟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri