ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପି ନେବାକୁ ଉଦ୍ୟମ: ଧରାପଡ଼ିବା ଭୟରେ ବୋମା ପକାଇଲେ ଦୁର୍ବୃତ୍ତ

ଭବାନୀପାଟଣା,୨୧।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ ଉଦ୍ୟମ ହୋଇଛି। ଟଙ୍କା ଡିପୋଜିଟ କରିବାକୁ ୩ଜଣ କର୍ମଚାରୀ ଏକ ସ୍କୁଟିରେ ବ୍ୟାଙ୍କକୁ ଯାଉଥିବା ବେଳେ ସହରର ମହାବୀରପଡା ସ୍ଥିତ ପୁଷ୍ପା ଲଜ୍‌ ନିକଟରେ ୩ ଦୁର୍ବୁତ୍ତ ହଠାତ୍‌ ଆସି ଲଙ୍କା ଗୁଣ୍ଡ ପକାଇ ଟଙ୍କା ବ୍ୟାଗ ଝାମ୍ପି ନେବାକୁ ଉଦ୍ୟମ କରିଥିଲେ। ତେବେ ଧସ୍ତାଧସ୍ତି ବେଳେ ସ୍ଥାନୀୟ ଲୋକେ ଆସିଯିବାରୁ ଦୁର୍ବୁତ୍ତମାନେ ଭୟଭୀତ ହୋଇ ବୋମା ମାଡ଼ କରିଥିଲେ।

ଏହି ଘଟଣା ପରେ ୨ ଜଣ ଦୁର୍ବୁତ୍ତ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ଜଣେ ଦୁର୍ବୁତ୍ତଙ୍କୁ ଲୋକେ ମାଡି ବସିଥିଲେ। ପରେ ସମ୍ପୃକ୍ତ ଦୁର୍ବୁତ୍ତଙ୍କୁ ଲୋକେ ଥାନାରେ ଜିମା ଦେଇଛନ୍ତି। ଅନ୍ୟପଟେ ବୋମାମାଡରେ କାହାର କିଛି କ୍ଷତି ହୋଇ ନ ଥିବା ବେଳେ ସ୍କୁଟି ଆଗପଟ ଭାଙ୍ଗି ଚୁର୍‌ମାର୍‌ ହୋଇଯାଇଛି। ପୋଲିସ ଅଟକ ଯୁବକଙ୍କୁ ଅଧିକ ପଚରାଉଚରା କରୁଛି। ଖବର ପାଇ ଘଟଣା ସ୍ଥଳରେ ଭବାନୀପାଟଣା ସଦର ଏସ୍‌ଡିପିଓ ଆଜିଂଙ୍କ୍ୟା ମାନେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri