ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପି ନେବାକୁ ଉଦ୍ୟମ: ଧରାପଡ଼ିବା ଭୟରେ ବୋମା ପକାଇଲେ ଦୁର୍ବୃତ୍ତ

ଭବାନୀପାଟଣା,୨୧।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ ଉଦ୍ୟମ ହୋଇଛି। ଟଙ୍କା ଡିପୋଜିଟ କରିବାକୁ ୩ଜଣ କର୍ମଚାରୀ ଏକ ସ୍କୁଟିରେ ବ୍ୟାଙ୍କକୁ ଯାଉଥିବା ବେଳେ ସହରର ମହାବୀରପଡା ସ୍ଥିତ ପୁଷ୍ପା ଲଜ୍‌ ନିକଟରେ ୩ ଦୁର୍ବୁତ୍ତ ହଠାତ୍‌ ଆସି ଲଙ୍କା ଗୁଣ୍ଡ ପକାଇ ଟଙ୍କା ବ୍ୟାଗ ଝାମ୍ପି ନେବାକୁ ଉଦ୍ୟମ କରିଥିଲେ। ତେବେ ଧସ୍ତାଧସ୍ତି ବେଳେ ସ୍ଥାନୀୟ ଲୋକେ ଆସିଯିବାରୁ ଦୁର୍ବୁତ୍ତମାନେ ଭୟଭୀତ ହୋଇ ବୋମା ମାଡ଼ କରିଥିଲେ।

ଏହି ଘଟଣା ପରେ ୨ ଜଣ ଦୁର୍ବୁତ୍ତ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ଜଣେ ଦୁର୍ବୁତ୍ତଙ୍କୁ ଲୋକେ ମାଡି ବସିଥିଲେ। ପରେ ସମ୍ପୃକ୍ତ ଦୁର୍ବୁତ୍ତଙ୍କୁ ଲୋକେ ଥାନାରେ ଜିମା ଦେଇଛନ୍ତି। ଅନ୍ୟପଟେ ବୋମାମାଡରେ କାହାର କିଛି କ୍ଷତି ହୋଇ ନ ଥିବା ବେଳେ ସ୍କୁଟି ଆଗପଟ ଭାଙ୍ଗି ଚୁର୍‌ମାର୍‌ ହୋଇଯାଇଛି। ପୋଲିସ ଅଟକ ଯୁବକଙ୍କୁ ଅଧିକ ପଚରାଉଚରା କରୁଛି। ଖବର ପାଇ ଘଟଣା ସ୍ଥଳରେ ଭବାନୀପାଟଣା ସଦର ଏସ୍‌ଡିପିଓ ଆଜିଂଙ୍କ୍ୟା ମାନେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri