ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର କରି ଜଣେ ମାଛଚାଷୀଙ୍କୁ ତେଣ୍ଟାରେ ଆକ୍ରମଣ କରି ହତ୍ୟା ଉଦ୍ୟମ ଅଭିଯୋଗ ହୋଇଛି। ଏହି ଘଟଣାରେ ପୁଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।

ସୂଚନା ଅନୁଯାୟୀ, ସିନ୍ଧୁଖାଳି ଗ୍ରାମର ଦେବାଶିଷ ପ୍ରଧାନ ଗ୍ରାମ ନିକଟସ୍ଥ ଏକ ପୋଖରୀରେ ମାଛଚାଷ କରୁଛନ୍ତି। ଗତ ଶନିବାର ରାତି ପ୍ରାୟ ସାଢ଼େ ୧୧ଟା ସମୟରେ ନାରାୟଣପୁର ଗ୍ରାମର କେ. ଭୁବନି ପୋଖରୀରେ ଜାଲ ପକାଇ ମାଛ ଚୋରି କରୁଥିବା ବେଳେ ଦେବାଶିଷ ସେଠାରେ ପହଞ୍ଚି ଭୁବନିଙ୍କୁ ଧରିଥିଲେ।

ଦେବାଶିଷ ଭୁବନିଙ୍କ ନିକଟରୁ କିଛି ମାଛ ଓ ଜାଲ ଛଡ଼ାଇ ନେଇଥିଲେ। ଏଥିରେ ଭୁବନି ଉତ୍ତ୍ୟକ୍ତ ହୋଇ ନିଜ ହାତରେ ଧରିଥିବା ଏକ ଲୁହା ତେଣ୍ଟାରେ ଦେବାଶିଷଙ୍କୁ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଦେବାଶିଷ ଚିତ୍କାର କରିବାରୁ ଗ୍ରାମର କିଛି ବ୍ୟକ୍ତି ଘଟଣାସ୍ଥଳକୁ ଦୌଡ଼ି ଆସି ଭୁବନିଙ୍କୁ କାବୁ କରିଥିଲେ। ଏଥିସହ ତାଙ୍କୁ ମାଡ଼ ମାରିବା ସହ ନୂଆପଡ଼ା ଫାଣ୍ଡି ପୁଲିସକୁ ଖବର ଦେଇଥିଲେ।

ଖବର ପାଇ ପୁଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ଭୁବନିଙ୍କୁ ଥାନାକୁ ନେଇଥିଲା। ଏନେଇ ଦେବାଶିଷ କେ. ନୂଆଗାଁ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତି କରି ଆଇଆଇସି ବିଶ୍ୱଜିତ ନାୟକ ଥାନା ମାମଲା ନଂ. ୨୧୮/୨୬ରେ ବିଏନଏସ୍‌ର ଦଫା ୩୦୩(୨)/୨୯୬/୧୧୫(୨)/୧୦୯(୧) ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ।

ମାମଲାର ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ପୁଷ୍ପାଞ୍ଜଳି ନାୟକ ସୋମବାର ଭୋର ପ୍ରାୟ ୫ଟା ସମୟରେ ଅଭିଯୁକ୍ତ ଭୁବନିଙ୍କୁ ଗିରଫ କରିଥିଲେ। ପରେ ସନ୍ଧ୍ୟାରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।

ପୁଲିସ ଅଭିଯୁକ୍ତଙ୍କ ନିକଟରୁ ହତ୍ୟା ଉଦ୍ୟମରେ ବ୍ୟବହୃତ ଲୁହା ତେଣ୍ଟାକୁ ଜବତ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ନିର୍ଯାତନା ଦେଖି ତାତିଲେ ମହିଳା: ଶାଶୁ , ବଡ଼ଯାଆଙ୍କୁ ନିର୍ଧୁମ ଛେଚିଲେ, ଭିଡିଓ ଭାଇରାଲ

ହାଟଡିହୀ, ୫/୧୦ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଏକ ଗ୍ରାମରେ ଜଣେ ବିଧବା ମହିଳାଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ବାରମ୍ବାର ନିର୍ଯାତନା ଦେଉଥିବା…

ସ୍ତ୍ରୀଙ୍କ ଆଖି ଆଗରେ ସ୍ବାମୀଙ୍କୁ ଦଳି ମାରିଦେଲା ହାତୀ

ଲାଞ୍ଜିଗଡ଼,୫ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜର ଲାଞ୍ଜିଗଡ ସେକ୍ସନ ଅନ୍ତର୍ଗତ କାଣ୍ଡଗୁଡା ଗାଁ ନିକଟରେ ସୋମବାର ହାତୀ ଆକ୍ରମଣରେ ପୁଣି ଜଣଙ୍କର…

ଶାରଦୀୟ ଷୋଳପୂଜାର ତୃତୀୟ ଦିନ: ଚନ୍ଦ୍ରଘଣ୍ଟା ବେଶରେ ଦେଲେ ମା’ ବନଦୁର୍ଗା

ନିରାକାରପୁର,୫।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତ ମା’ ବନଦୁର୍ଗାଙ୍କ ପୀଠରେ ବିଶ୍ୱ କଲ୍ୟାଣ ନିମନ୍ତେ ଶାରଦୀୟ ପାର୍ବଣର ଷୋଳପୂଜା ଆରମ୍ଭ ହୋଇଯାଇଛି। ସୋମବାର ପୂଜାର…

କଣ୍ଟିଆପଡ଼ାରେ ‘ସେବା ସେତୁ’ ଅଭିଯାନ

ପାଟଣା, ୫/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ କଣ୍ଟିଆପଡ଼ା ପଞ୍ଚାୟତ ସଭାଗୃହରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବିଡିଓ…

ହୃଦ୍‌ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

ଦାଦନ ଶ୍ରମିକଙ୍କ ମରଶରୀର ଗାଁକୁ ଆଣିବାକୁ ଉଦ୍ୟମ: ସହାୟତା ମଞ୍ଜୁର

ଦାରିଙ୍ଗବାଡ଼ି,୫।୧୦(ଅରୁଣ ସାହୁ):କେରଳରେ ଦାଦନ ଶ୍ରମିକ ଭାବେ କାମ କରୁଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାଟିଙ୍ଗିଆ ପଞ୍ଚାୟତ ଅନ୍ତର୍ଗତ ଆଡ଼ିବଙ୍ଗା ଗ୍ରାମର ସନ୍ତୋଷ ମଲ୍ଲିକ (୪୬)ଙ୍କ ହଠାତ୍‌…

୮ ତାରିଖ ଚକା ବନ୍ଦ ପାଳନକୁ ମିଳିଲା ବଡ଼ ସମର୍ଥନ 

ସୁନାବେଡ଼ା, ୫।୧୦(କୃତ୍ତିବାସ ପ୍ରଧାନ): ଚଳିତ ମାସ ୮ ତାରିଖରେ ଇଣ୍ଡି ମେଣ୍ଟ ପକ୍ଷରୁ ଓଡ଼ିଶାରେ ୧୨ ଘଣ୍ଟିଆ ବନ୍ଦ ପାଳନ ପାଇଁ ଆହ୍ବାନ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ…

ସେବା ସଙ୍କଳ୍ପ ଅଭିଯାନ: ୪୬ ୟୁନିଟ୍‌ ରକ୍ତ ସଂଗ୍ରହ

କର୍ଲାମୁଣ୍ଡା, ୫।୧୦ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ଯୁକ୍ତ ଦୁଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ସୋମବାର କର୍ଲାମୁଣ୍ଡା ଭାଜପା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?