ଜାଲ୍‌ ଚେକ୍‌ ମାଧ୍ୟମରେ ୪୨ଲକ୍ଷ ଟଙ୍କା ଉଠାଇନେବାକୁ ଉଦ୍ୟମ: ଥାନାରେ ଏତଲା ଦେଲେ ଇଓ

ଭବାନୀପାଟଣା,୧।୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ଏନ୍‌ଏସିର ଏକ ଜାଲ୍‌ ଚେକ୍‌ ମାଧ୍ୟମରେ ଜଣେ ବ୍ୟକ୍ତି ସ୍ଥାନୀୟ ଆକ୍ସିସ ବ୍ୟାଙ୍କରୁ ୪୨ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଉଠାଇ ନେବାକୁ ଚେଷ୍ଟା କରିଥିଲେ। ଏପରିକି ବ୍ୟକ୍ତି ଜଣକ ନିଜକୁ ଏନ୍‌ଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ବୋଲି ପରିଚୟ ଦେଇ ଟଙ୍କା ଉଠାଇବାକୁ ଉଦ୍ୟମ କରିଥିଲେ। ବ୍ୟକ୍ତି ଜଣକ ଏହି ଟଙ୍କା ପଶ୍ଚିମବଙ୍ଗ ମେଦିନୀପୁର ଜିଲାର ତାମଲୁକ ପୂର୍ବା ନାମକ ସ୍ଥାନରେ ଥିବା ଆଇସିଆଇସିଆଇ ବ୍ୟାଙ୍କ ଶାଖାର ଏକ ଆକାଉଣ୍ଟରେ ଜମା କରିବାକୁ ଯୋଜନା କରୁଥିବା ଜଣାପଡିଛି।
ତେବେ ତୁରନ୍ତ ଟଙ୍କା ଟ୍ରାନ୍ସଫର କରିବାକୁ ବ୍ୟକ୍ତି ଜଣକ କହିଥିଲେ। ଏତେ ପରିମାଣର ଟଙ୍କା ଟ୍ରାନ୍ସଫର କରାଯାଉଥିବାରୁ କର୍ମଚାରୀ ଜଣକ ଶାଖା ପରିଚାଳକ ଆସିବା ଯାଏ ତାଙ୍କୁ ଅପେକ୍ଷା କରିବାକୁ କହିଥିଲେ। ହେଲେ ବ୍ୟକ୍ତି ଜଣକ କିଛି ସମୟ ବ୍ୟାଙ୍କରେ ଅଟକି ରହି ଶେଷରେ ଧରାପଡିବା ଭୟରେ ସେଠାରୁ ଚମ୍ପଟ ମାରିଥିଲେ। ତେବେ ଏହି ଘଟଣାର ସମସ୍ତ ଦୃଶ୍ୟ ସିସିଟିଭି ଫୁଟେଜରେ କଏଦ୍‌ ହୋଇଛି। ସବୁଠାରୁ ଆଶ୍ଚର୍ଯ୍ୟର କଥା ଯେଉଁ ଚେକ୍‌ ସହାୟତାରେ ଟଙ୍କା ଉଠାଣ ପାଇଁ ବ୍ୟକ୍ତି ଜଣକ ଉଦ୍ୟମ କରୁଥିଲେ ସେଭଳି ନମ୍ବରର ଚେକ୍‌ ଏନ୍‌ଏସି କାର୍ଯ୍ୟାଳୟକୁ ବ୍ୟାଙ୍କ ପକ୍ଷରୁ ଦିଆଯାଇ ନ ଥିବାରୁ ଏହା ଅନ୍ୟ ଏକ ସ୍ଥାନରେ ଛପା ହୋଇ ଆସିଥିବା ସ୍ପଷ୍ଟ ହୋଇଛି। ଏହି ଘଟଣା ଜଣାପଡିବା ପରେ ଜୁନାଗଡ଼ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ(ଇଓ) ବିଶ୍ୱମ୍ବର ମିଶ୍ର ଜୁନାଗଡ଼ ଥାନାରେ ଏତଲା ଦେଇଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri