ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କୁ ଅପହରଣ ଉଦ୍ୟମ

ପଟ୍ଟାମୁଣ୍ଡାଇ, ୧୭ା୩(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର ଜଣେ ଛାତ୍ରୀ କାର କାଚ ଭାଙ୍ଗି ଅପହରଣକାରୀଙ୍କ କବଳରୁ ଖସି ଆସିବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ଗୁରୁବାର ପୂର୍ବାହ୍ନ ପ୍ରାୟ ୧୦ଟା୧୫ରେ ଏହି ଘଟଣା ଘଟିଛି। ଦୁର୍ବୃତ୍ତମାନେ ଏକ କାରରେ ସମ୍ପୃକ୍ତା ଛାତ୍ରୀକୁ କୌଣସି ଔଷଧ ଶୁଙ୍ଗାଇ ଅପହରଣ କରିବାକୁ ଉଦ୍ୟମ କରିଥିଲେ। ହେଲେ ତାହା କାଟୁ କରି ନ ଥିଲା। ଫଳରେ ଛାତ୍ରୀ ଜଣକ ଅପହରଣକାରୀଙ୍କ କବଳରୁ ଖସି ଆସିବାକୁ ଉଦ୍ୟମ କରିଥିଲେ। ଏହାଦେଖି ଅପହରଣକାରୀମାନେ ତାଙ୍କୁ ବ୍ଲେଡ୍‌ରେ ଆକ୍ରମଣ କରିବାରୁ ସେ ଆହତ ହୋଇଛନ୍ତି। ଶେଷରେ ଅପହରଣକାରୀମାନେ ତାଙ୍କୁ ସ୍ଥାନୀୟ ଗଜାନନ ମାର୍କେଟ କମ୍ପ୍ଲେକ୍ସ ନିକଟରେ ଛାଡି କେନ୍ଦ୍ରାପଡ଼ା ଆଡକୁ ଚାଲିଯାଇଥିବା ଛାତ୍ରୀ ଜଣକ କହିଛନ୍ତି। ଏହି ଘଟଣାକୁ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି।
ଅଭିଯୋଗ ଅନୁଯାୟୀ, ପଟ୍ଟାମୁଣ୍ଡାଇ ଅଞ୍ଚଳର ଏକ ହାଇସ୍କୁଲରେ ମାଟ୍ରିକ୍‌ ପରୀକ୍ଷା ଦେଇ ଛାତ୍ରୀ ଜଣକ ଘରକୁ ଫେରୁଥିଲେ। ଏ ସମୟରେ ୩ଜଣ ଦୁର୍ବୃତ୍ତ ଛାତ୍ରୀଙ୍କୁ କିଛି ଶୁଙ୍ଗାଇ ଅଚେତ କରିବାକୁ ଉଦ୍ୟମ କରିବା ସହ କାରକୁ ଉଠାଇ ନେଉଥିଲେ। ହେଲେ କାର ଭିତରେ ଛାତ୍ରୀ ଜଣଙ୍କ ସହ ଦୁର୍ବୃତ୍ତମାନଙ୍କ ଧସ୍ତାଧସ୍ତି ହୋଇଥିଲା। ଛାତ୍ରୀ ଜଣଙ୍କ ଗୋଇଠା ମାରି କାରର କାଚ ଭାଙ୍ଗି ସେମାନଙ୍କ କବଳରୁ ମୁକୁଳିବା ପାଇଁ ଚିତ୍କାର କରିଥିଲେ। ଦୁର୍ବୃତ୍ତମାନେ ଏହା ଦେଖି ବ୍ଲେଡ୍‌ ସାହାଯ୍ୟରେ ଛାତ୍ରୀଙ୍କୁ ଆକ୍ରମଣ କରିବାରୁ ତାଙ୍କ ହାତ, ବେକ ଓ ଗୋଡରେ କ୍ଷତ ସୃଷ୍ଟି ହୋଇଛି। ଛାତ୍ରୀ ଜଣଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକ ରୁଣ୍ଡ ହେବାରୁ ଦୁର୍ବୃତ୍ତମାନେ ତାଙ୍କୁ ଛାଡ଼ି କାର ନେଇ ଫେରାର ହୋଇଯାଇଥିଲେ। ଏହାର କିଛି ସମୟ ପରେ ଛାତ୍ରୀଜଣକ ସଂଜ୍ଞାହୀନ ହୋଇ ପଡିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ଛାତ୍ରୀଙ୍କ ମା’ ବାପା ଚିକିତ୍ସାଳୟରେ ପହଞ୍ଚତ୍ଥିଲେ। ଏ ନେଇ ଛାତ୍ରୀଙ୍କ ବାପା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଛାତ୍ରୀଙ୍କୁ ପଚାରିବାରେ ପରୀକ୍ଷା ଦେଇ ସ୍କୁଲରୁ ବାହାରୁ ଥିବା ବେଳେ ୩ ଜଣ ଦୁର୍ବୃତ୍ତ କ’ଣ ଶୁଙ୍ଗାଇ ଦେବାରୁ ମୋର ମୁଣ୍ଡ ବୁଲାଇ ଦେଇଥିଲା। ଏହି ସମୟ ଅପହରଣକାରୀମାନେ ମୋତେ କାର ଭିତରକୁ ଉଠାଇ ନେଇଥିଲେ। ହେଲେ ମୁଁ ସେମାନଙ୍କ ସହିତ ଲଢ଼ିବା ସହିତ କାରର କାଚକୁ ଗୋଇଠା ମାରି ଭାଙ୍ଗି ନିଜକୁ ମୁକୁଳାଇଥିଲି ବୋଲି କହିଛନ୍ତି। ଛାତ୍ରୀଙ୍କ ଏଭଳି ସାହସିକତାକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି। ଏ ସମ୍ପର୍କରେ ଆଇଆଇସି ତପନ କୁମାର ରାଉତଙ୍କୁ ପଚାରିବାରେ ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛି। ତଦନ୍ତ ଆରମ୍ଭ ହୋଇଛି। ଖୁବ୍‌ଶୀଘ୍ର ଅପହରଣକାରୀମାନଙ୍କୁ ଗିରଫ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?