ବ୍ୟାଙ୍କ ଲୁଟ୍‌ ଉଦ୍ୟମ: ସିସିଟିଭି ଫୁଟେଜକୁ ନେଇ ତଦନ୍ତ…

ହିଞ୍ଜିଳିକାଟୁ,୩୦।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ସାହେବ କମ୍ପ୍ଲେକ୍ସରେ ଅବସ୍ଥିତ ୟୁନିଅନ୍‌ ବ୍ୟାଙ୍କ ଶାଖା-୨ରେ କେତେକ ଦୁବୃର୍ତ୍ତ ରବିବାର ବିଳମ୍ବିତ ରାତିରେ ମୁଖ୍ୟ ଗେଟ୍‌ ତାଲା ଭାଙ୍ଗି ଲୁଟ୍‌ ଉଦ୍ୟମ କରିଛନ୍ତି। ହେଲେ ଦୁବୃର୍ତ୍ତମାନେ ଏଥିରେ ବିଫଳ ହୋଇଥିବା ଜଣାପଡିଛି।

ଅନ୍ୟପକ୍ଷେ ଗତ କିଛି ଦିନ ହେଲା ଅଞ୍ଚଳର ବିଭିନ୍ନ ସ୍ଥାନରେ ସିରିଜ ଚୋରି ଘଟଣା ପରେ ଦୁବୃର୍ତ୍ତମାନେ ସାହାସ କରି ବ୍ୟାଙ୍କ ଲୁଟ୍‌ କରିବାକୁ ପ୍ରୟାସ କରିଥିବା ବିଭିନ୍ନ ମହଳରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ବ୍ୟବସାୟୀମାନେ ଭୟଭୀତ ହୋଇପଡିଛନ୍ତି। ତେବେ ସାହେବ କମ୍ପ୍ଲେକ୍ସରେ ଲାଗିଥିବା ଅନ୍ୟ ବ୍ୟବସାୟିକ ପ୍ରତିଷ୍ଠାନର ସିସିଟିଭି ଫୁଟେଜକୁ ଅନୁଧ୍ୟାନ କରି ପୋଲିସ ତଦନ୍ତ ଆରମ୍ଭ କରିବା ସହ ଜଣକୁ ଉଠାଇ ଆଣି ଥାନାରେ ଅଧିକ ପଚରାଉଚରା କରୁଛି।

ମିଳିଥିବା ସୂଚନା ମୁତାବକ, ହିଞ୍ଜିଳିକାଟୁ ପୁରାତନ ସିନେମା ହଲ ଛକଠାରେ ସାହେବ କମ୍ପ୍ଲେକ୍ସର ପ୍ରଥମ ମହଲାରେ ୟୁନିଅନ ବ୍ୟାଙ୍କ ଶାଖା- ୨ କାର୍ଯ୍ୟ କରୁଛି। ସୋମବାର ସକାଳେ ବ୍ୟାଙ୍କ ସୁରକ୍ଷା କର୍ମୀ ବ୍ୟାଙ୍କର ମୁଖ୍ୟ ଗେଟର ଏକ ତାଲା ଭାଙ୍ଗିବା ଉଦ୍ୟମ ହୋଇଥିବା ଦେଖିବାକୁ ପାଇଥିଲେ। ଏପରିକି ବ୍ୟାଙ୍କରେ ଲାଗିଥିବା ସିସିଟିଭି କ୍ୟାମେରା ସଂଯୋଗ କରୁଥିବା ତାରକୁ ମଧ୍ୟ ଦୁବୃର୍ତ୍ତମାନେ କାଟି ଦେଇଥିଲେ।

ଘଟଣାକୁ ନେଇ ସୁରକ୍ଷା କର୍ମୀ ବ୍ୟାଙ୍କ ମ୍ୟାନେଜରଙ୍କୁ ଜଣାଇଥିଲେ। ଖବରପାଇ ହିଞ୍ଜିଳି ପୋଲିସର ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରିଥିଲେ। ତେବେ ଉକ୍ତ କମ୍ପ୍ଲେକ୍ସରେ ଲାଗିଥିବା ଅନ୍ୟ ବ୍ୟବସାୟିକ ପ୍ରତିଷ୍ଠାନର ସିସିଟିଭି ଫୁଟେଜରେ କିଛି ସନ୍ଦିଗ୍ଧ ଯୁବକ ରାତି ପ୍ରାୟ ୨ଟା ୧୫ ମିନିଟରେ ବ୍ୟାଙ୍କ ଉପର ମହଲାରୁ ଆସୁଥିବା ଦେଖା ଦେଇଛି। ସେମାନଙ୍କ ଗତିବିଧି ସନ୍ଦେହ ଜନକ ରହିଛି।

ପୋଲିସ ସିସିଟିଭି ଫୁଟେଜକୁ ଅନୁଧ୍ୟାନ କରି ଜଣେ ଯୁବକଙ୍କୁ ଉଠାଇ ଆଣି ଥାନାରେ ଅଟକ ରଖିଛି। ହେଲେ ଘଟଣାକୁ ନେଇ ବ୍ୟାଙ୍କ ପକ୍ଷରୁ ଥାନାରେ କୌଣସି ଲିଖିତ ଅଭିଯୋଗ ହୋଇ ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ଗଞ୍ଜାମ,୮।୨: ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି ପୁଅ…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

VIDEO: ଟସ୍‌ ଛାଡି ହଠାତ୍‌ କୁଆଡେ ଚାଲିଗଲେ କ୍ୟାପଟେନ ସୂର୍ଯ୍ୟକୁମାର? ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟରେ, ଖେଳାଳିମାନଙ୍କ ମଧ୍ୟରେ ସମ୍ପର୍କ ପ୍ରାୟତଃ ବିଜୟ ଏବଂ ପରାଜୟକୁ ଅତିକ୍ରମ କରିଯାଏ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସମାନ ଦୃଶ୍ୟ ଦେଖାଯାଇଥିଲା, ଯେତେବେଳେ ଅଧିନାୟକ…

ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼

କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ ‎କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…

ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଲେ ଅନୁରାଗ ଠାକୁର, ୯ ବର୍ଷର ବିଳମ୍ବ ଉପରେ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୮।୨: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଏବଂ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)ର ପୂର୍ବତନ ଅଧ୍ୟକ୍ଷ ଅନୁରାଗ ଠାକୁର, ବିସିସିଆଇରେ ପଦରେ ଲାଗିଥିବା ପ୍ରତିବନ୍ଧକ ଉଠାଇବା ନିଷ୍ପତ୍ତିରେ…

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri