ଧର୍ମଶାଳା,୨୨।୧୦: ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ରାସ୍ତାରୁ ଅପହରଣ କରି ନେବା ପାଇଁ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି।
ସୂଚନା ଅନୁଯାୟୀ, କଣ୍ଟାମାଳିଆ-ଥାନୁଆଳ ରାସ୍ତାରେ ଏହି ଅପହରଣ ଉଦ୍ୟମ ହୋଇଥିଲା, କିନ୍ତୁ ଯୁବତୀ ଜଣକ ଅଳ୍ପକେ ବର୍ତ୍ତି ଯାଇଛନ୍ତି।
ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ପୋଲିସ୍ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ତେବେ କିଏ ଏବଂ କାହିଁକି ଏହି ଅପହରଣ ଉଦ୍ୟମ କରୁଥିଲା, ସେ ନେଇ କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ପୋଲିସ୍ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।

