ହତ୍ୟା ଉଦ୍ୟମ କରି ଫେରାର ଥିଲେ, ଆଜି କୋର୍ଟ ଚାଲାଣ କଲା ପୋଲିସ

ଗୋପାଳପୁର,୨୫ା୧୧(ନବୀର ରାଜ ଆଚାରୀ): ହତ୍ୟା ଉଦ୍ୟମ ମାମଲାର ଫେରାର ଥିବା ଅନ୍ୟତମ ଅଭିଯୁକ୍ତଙ୍କୁ ଶନିବାର ସାରେ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ରଣ୍ଢା ଗ୍ରାମ ହରିଜନ ସାହିର କାହ୍ନୁ ଦାସ (୧୯)। ଏହି ଘଟଣା ପୂର୍ବରୁ ଅନ୍ୟ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଘଟଣା ଘଟାଇ କାହ୍ନୁ ଫେରାର ଥିବା ବେଳେ ଶନିବାର ରଣ୍ଢା ହରିଜନ ସାହି ନିକଟରେ ଥିବା ଖବର ପାଇ ପୋଲିସ ସେଠାରେ ଚଢ଼ାଉ କରିଥିଲା। ପଚାରଉଚରା ପରେ ଆଜି ସନ୍ଧ୍ୟାରେ କେସ୍‌ ନଂ ୪୬୨/୨୩ରେ ଏକ ମାମଲା ରୁଜୁ କରି କାହ୍ନାଙ୍କୁ କୋର୍ଟ ଚାଲାଣ କରାଯାଇଛି।
ସୂଚନାନୁସାରେ, ଏହି ଥାନା ଅଧିନସ୍ଥ ପଞ୍ଚମା ଗ୍ରାମରେ ସେପ୍ଟେମ୍ବର ୨୦ରେ ରାଜେଶ ଦାସଙ୍କ ସହିତ ସେହି ଗ୍ରାମର ଭୀମା ପ୍ରଧାନଙ୍କ କୌଣସି କଥାକୁ ନେଇ ମାର୍‌ପିଟ୍‌ ହୋଇଥିଲା l ପୁଣି ସାରେ ରାଜେଶ ଓ କାହ୍ନୁ ଦୁଇ ଜଣ ମିଶି ଭୀମାଙ୍କ ଘରକୁ ଯାଇ ଖୋଜିଥିଲେ। ପରେ ରାଜେଶ ଭୀମାଙ୍କ ଘରେ ପଶି ତାଙ୍କ ବାପା ନିରଞ୍ଜନ ପ୍ରଧାନଙ୍କୁ କଟୁରିରେ ମରଣାନ୍ତକ ଆକ୍ରମଣ କରି ଘଟଣାସ୍ଥଳରୁ ରାଜେଶ ଚମ୍ପଟ ମାରିଥିଲେ। ଏନେଇ ଭୀମା ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରିଥିଲେ l ସେହି ସମୟରେ ରାଜେଶଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ କାହ୍ନୁ ଫେରାର ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଦନ୍ତା ହାତୀ: ଭୟରେ ଅଞ୍ଚଳବାସୀ, ସତର୍କ ରହିବାକୁ ପରାମର୍ଶ ଦେଲା ବନବିଭାଗ

ଜି.ଉଦୟଗିରି,୩୧।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ନିକଟ ରଟିଙ୍ଗିଆ ସଂରକ୍ଷିତ ଜଙ୍ଗଲରେ ସୋମବାର ରାତିରେ ଦନ୍ତା ହାତୀ ଥିବା ନେଇ…

ପ୍ରଥମ ଦିନରେ ସିଂହାରିନି ଦଳ ବିଜୟୀ: ଆଜି ହେବ ଫାଇନାଲ ମୁକାବିଲା

ଗଞ୍ଜାମ,୩୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ସୋମବାର…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ପୁଣି ଆରବର୍ଷକୁ ଅପେକ୍ଷା

ପୁରୁଷୋତ୍ତମପୁର,୩୧।୩(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦଯାପନ ହେବାକୁ ଯାଉଛି। ଏହି ଶେଷ ପାଳିରେ ମା’ ତାରାତାରିଣୀ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

୧୧ ପଦକ ଜିତିଲେ ଗଞ୍ଜାମର ୩ ଖେଳାଳି, ଛୁଟୁଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ରାଜସ୍ଥାନର ଜୟପୁରଠାରେ ଅନୁଷ୍ଠିତ ଦ୍ୱିତୀୟ ଜାତୀୟ ପାରା ଅସିଚାଳନା ପ୍ରତିଯୋଗିତାରେ ଦଶରୁ ଅଧିକ ପଦକ ଜିତିଛନ୍ତି ଗଞ୍ଜାମର ୩ ଖେଳାଳି। ଛତ୍ରପୁର ଗିଲିଟିପେଟା…

ହୋମଗାର୍ଡ ପରୀକ୍ଷାରେ ଆସିଲା ଦୁର୍ନୀତି ଅଭିଯୋଗ: ଏସ୍‌ପିଙ୍କୁ ତଦନ୍ତ ପାଇଁ ଦାବିପତ୍ର ପ୍ରଦାନ କଲେ ପ୍ରାର୍ଥୀ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ହୋମଗାର୍ଡ ପରୀକ୍ଷାରେ ମହାଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଛି। ଗଞ୍ଜାମ ଜିଲାର ବିଭିନ୍ନ ଥାନା ଅଧୀନରେ ଫର୍ମପୂଣର କରି ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri