ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ

ବଡବିଲ,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳରେ ଏକ ଲଜ୍ଜାକର ଘଟଣା ଘଟିଛି। ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି।

ଅନ୍ୟପକ୍ଷେ ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ କେନ୍ଦୁଝର ପଠାଯାଇଛି। ଏନେଇ ଥାନାରେ କୌଣସି ଲିଖିତ ଅଭିଯୋଗ ହୋଇନାହିଁ। ହେଲେ ପୋଲିସ ଘଟଣାକୁ ଗୁରୁତର ଭାବେ ନେଇ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ଅଧିକ ପଚରାଉଚରା ଜାରି ରଖିଛି।