ସମିତିସଭ୍ୟଙ୍କଠାରୁ ସୁନା ଚେନ୍‌ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ, ଆଜି ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୧ା୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ସନ୍ଧ୍ୟାରେ ପାଟପୁର ଥାନା ପି. ରାମଚନ୍ଦ୍ରପୁର ଗ୍ରାମର ବଳରାମ ପ୍ରଧାନ ଓରଫ ବଳିଆଙ୍କୁ ଛିନତାଇ ଓ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି କୋର୍ଟ ଚାଲାଣ କରିଛି। କେସ୍‌ ନଂ ୩୭୧/୨୬ରେ ବିଭିନ୍ନ ଦଫାରେ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି। ତଦନ୍ତକାରୀ ଅଧିକାରୀ ଏସ୍‌.ଆଇ ସୋଫିଆ ମିଶ୍ରଙ୍କ ସୂଚନା ଅନୁଯାୟୀ ଗତ ଅଗଷ୍ଟ ୩୦ ତାରିଖ ରାତିରେ ଦିଗପହଣ୍ଡି ବ୍ଲକ ଭ୍ରମରବର ପଲ୍ଲୀ ବାସିନ୍ଦା ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି.ଲଡୁ ପାତ୍ର ଏବଂ ତାଙ୍କ ୨ ସାଙ୍ଗ ପ୍ରଭାତ ମହାନ୍ତି, ପି.ଆକାଶ ଜକମେରି ପଲ୍ଲୀ ଗାଁରେ ନାଚ ଦେଖି ବୁଲେଟ୍‌ରେ ଫେରୁଥିବାବେଳେ ଦିଗପହଣ୍ଡି ଥାନା ଗୁମା ଗ୍ରାମ ବଡ଼ବନ୍ଧ(ପୋଖରୀ) ନିକଟ ମୁଖ୍ୟରାସ୍ତାରେ ୨୫ରୁ ଊଦ୍ଧର୍‌ବ ଯୁବକ ସେମାନଙ୍କୁ ଅଟକାଇଥିଲେ। ପରେ ବି.ଲଡୁଙ୍କ ନିକଟରୁ ସେମାନେ ସୁନାଚେନ୍‌ , ୩ ହଜାର ଟଙ୍କା ଛଡ଼ାଇ ନେବା ସହ ଖଣ୍ଡା ଓ ଠେଙ୍ଗାରେ ମାଡ଼ମାରି ହତ୍ୟା ଉଦ୍ୟମ କରିଥିଲେ। ବୁଲେଟ୍‌ର ଟାୟର ଓ ତେଲ ଟାଙ୍କିକୁ ଏକ କାତିରେ ଜଣେ ଯୁବକ ହାଣିଥିଲେ। ଏହା ଦେଖି ପ୍ରଭାତ ଓ ଆକାଶ ଦୌଡ଼ିବାରୁ ଶିବ କାଳୀ ନାମକ ଜଣେ ଯୁବକ ଆକାଶଙ୍କ ମୁଣ୍ଡ ଓ ବେକକୁ ଏକ ଛୁରିରେ ଭୁସି ଦେଇଥିଲେ। ପରେ ପ୍ରଭାତଙ୍କୁ ଭୀଷ୍ମଗିରି ଗ୍ରାମର ରାଜା ନାମକ ଜଣେ ଯୁବକ ଧରିଥିବା କାତିରେ ଆକ୍ରମଣ କରିବାରୁ ତାଙ୍କ ମୁହଁ, ବାମ ଗୋଡ଼, ମୁଣ୍ଡ ଓ ବେକରେ ଗଭୀର ଆଘାତ ଲାଗିଥିଲା। ଉଭୟେ ରାସ୍ତା ଉପରେ ଚେତାଶୂନ୍ୟ ହୋଇ ପଡ଼ିଯାଇଥିଲେ। ପରେ ଲଡୁଙ୍କୁ ସେମାନେ ଜୀବନରେ ମାରିଦେବାକୁ ଧମକ ଦେଇ ସଂଘବଦ୍ଧ ଆକ୍ରମଣ କରିଥିଲେ ମଧ୍ୟ ସେ କୌଶଳକ୍ରମେ ସେଠାରୁ ଦୌଡ଼ି ଚାଲିଯାଇଥିଲେ। ସମିତିସଭ୍ୟ ଲଡୁ ଏନେଇ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ।

ଏତଲା ଅନୁଯାୟୀ, ଆଇଆଇସି କିଶୋର କୁମାର ସାମଲ ବିରୋଧରେ ମୋକଦ୍ଦମା ରୁଜୁ କରିଥିଲେ। ତଦନ୍ତକାରୀ ଅଧିକାରୀ ଗତ ୪ ତାରିଖରେ ଘଟଣାରେ ସମ୍ପୃକ୍ତ ଥିବା ପାଟପୁର ଥାନା ପଳାସପୁର ଗ୍ରାମର ଗଙ୍ଗା ଓରଫ ଗଙ୍ଗାଧର ନାଇକ (୨୩)ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ସେହିପରି ଏହି ଘଟଣାରେ ସମ୍ପୃକ୍ତ ଥିବା ପାଟପୁର ଥାନା ଅଧୀନ ଏକ ଗାଁର ୧୭ ବର୍ଷ ବୟସର ୨ ଜଣ ନାବାଳକଙ୍କୁ ପୋଲିସ ବ୍ରହ୍ମପୁର ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର କରିବା ପରେ ଉଭୟଙ୍କୁ ବ୍ରହ୍ମପୁର ବାଳସୁଧାର ଗୃହକୁ ପଠାଇ ଦିଆଯାଇଥିଲା। ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ଏହି ଘଟଣା ଘଟିଥିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?