ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ନାବାଳକ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ ତଦନ୍ତ ପରେ ଅଭିଯୁକ୍ତ ନାବାଳକଙ୍କୁ ବ୍ରହ୍ମପୁର ଜୁଭେନାଇଲ ଜଷ୍ଟିସ ବୋର୍ଡ(ଜେଜେବି) ହାଜର କରିବା ପରେ ବ୍ରହ୍ମପୁର ବାଳ ସୁଧାର ଗୃହକୁ ପଠାଇଛି। ଏନେଇ ଥାନା ମାମଲା ଏକ ମାମଲା(ନଂ.୨୯୬/୨୬) ରୁଜୁ ହୋଇଥିବା ମାମଲାର ତଦନ୍ତକାରୀ ଅଧିକାରୀ ତଥା ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ପ୍ରକାଶ କରିଛନ୍ତି।

ନବାଳକ ଜଣକ ତାଙ୍କ ମାମୁଁ ଘରକୁ ବୁଲି ଯାଇଥିଲେ। ଶନିବାର ସାରେ ସେ ଗାଁର ଗଣେଶ ପୂଜା ମଣ୍ଡପ ପାଖରେ ଠିଆ ହୋଇଥିଲେ। ପୂଜା ମଣ୍ଡପରେ ଲଗାଯାଇଥିବା ସାଉଣ୍ଡ ବକ୍ସରେ ଅତ୍ୟଧିକ ସାଉଣ୍ଡରେ ଗୀତ ବାଜୁଥିଲା। ଶଙ୍କର ସାଉଣ୍ଡ କମ୍‌ କରିବାକୁ କହିବାରୁ ସେଠାରେ ଉପସ୍ଥିତ ଥିବା ନାବାଳକ ଜଣକ ମନା କରିଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହେବା ସହ ଧସ୍ତା ଧସ୍ତି ହୋଇଥିଲା। ଏଥିରେ ଉତ୍ତେଜିତ ହୋଇ ନାବାଳକ ଜଣକ ଶଙ୍କରଙ୍କୁ ଏକ ଠେଙ୍ଗାରେ ଆକ୍ରମଣ କରିବାରୁ ତାଙ୍କ ମୁଣ୍ଡ ଫାଟିଯିବା ସହ ବାମ ଗୋଡ଼ ଭାଙ୍ଗି ଯାଇଥିଲା। ଶଙ୍କରଙ୍କୁ ଚିକିତ୍ସା ପରେ ସେ ପାଟପୁର ଥାନାରେ ଏତଲା ଦେଇଥିଲେ। ପୋଲିସ ଅଭିଯୋଗକୁ ଭିତ୍ତି କରି ତଦନ୍ତ ପରେ ଆକ୍ରମଣରେ ବ୍ୟବହୃତ ଠେଙ୍ଗାକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପୋତାଗଡ଼ରେ ନାହିଁ ପାନୀୟ ଜଳ ବ୍ୟବସ୍ଥା, ପର୍ଯ୍ୟଟକ ହନ୍ତସନ୍ତ

ଗଞ୍ଜାମ,୨୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରୁ କିଛି ଦୂରରେ ରହିଛି ଐତିହାସିକ ପୋତାଗଡ଼ । ଏହି ପୁରାତନ ବ୍ରିଟିଶ ଅମଳର ପୋତାଗଡ଼ ଦୁର୍ଗକୁ ଦେଖିବା ପାଇଁ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?