ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ ନିଶାସକ୍ତ ଅବସ୍ଥାରେ ମାଡ଼ ମାରି ମୁଣ୍ଡ ଫଟାଇ ଦେଇଥିଲେ। ଏନେଇ ନବୀନ ପାଟପୁର ଥାନା ରେ ଏତଲା ଦେବାପରେ ଆଇଆଇସି ଦୀପ୍ତି ରଞ୍ଜନ ବେହେରା ମାମଲା ନଂ.୩୨୨/୨୬ ଅନୁଯାୟୀ ଅଭିଯୁକ୍ତ ଙ୍କ ନାଁ ରେ ମକଦ୍ଦମା ରୁଜୁ କରିଥିଲେ। ତଦନ୍ତକାରୀ ଅଧିକାରୀ ପୋଡ଼ାମାରି ଫାଣ୍ଡି ଏଏସଆଇ ପ୍ରଭାତ କୁମାର ବାଲିକାନା ସୋମବାର ଅଭିଯୁକ୍ତ ଙ୍କୁ ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ କୁ ଚାଲାଣ କରିଥିଲେ। ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।