ହତ୍ୟା ଉଦ୍ୟମ ଘଟଣା: ୨ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି,୧୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ବିଜୟ ପଦ୍ମନାଭପୁର ଲାଡିଗାଁର ଭୁକୁଲି ସେଠୀ ଏବଂ ତାଙ୍କ ପ୍ରତିପକ୍ଷ ବି. ତୁରୁବୁଡ଼ିି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ମିଥୁନ ସେଠୀଙ୍କୁ ଦିଗପହଣ୍ଡି ପୋଲିସ ହତ୍ୟା ଉଦ୍ୟମ ଘଟଣାରେ ଗିରଫ କରିଛି। ଏଥିସହ ଗୁରୁବାର ସନ୍ଧ୍ୟାରେ କୋର୍ଟଚାଲାଣ କରିଛି। ଥାନା ମାମଲା ନଂ.୩୪୦/୨୫ ଏବଂ ୩୪୧/୨୫ ଅନୁଯାୟୀ ଉଭୟ ଅଭିଯୁକ୍ତ ଦ୍ବୟ ଙ୍କ ଜାମିନ ଖାରଜ ହେବାରୁ ଉଭୟଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ନରେନ୍ଦ୍ରପୁର ଗ୍ରାମର ସ୍ବର୍ଗତ ଅଭିମନ୍ୟୁ ସେଠୀଙ୍କ ଝିଅ ଲକ୍ଷ୍ମୀ ଲାଡିଗାଁର ଭୁକୁଲିଙ୍କ ପୁଅ ନିରଞ୍ଜନ ସେଠୀଙ୍କୁ ବିବାହ କରିଥିଲେ। ବିବାହର କିଛିବର୍ଷ ଦାମ୍ପତ୍ୟ ଜୀବନ ସୁଖରେ କଟିଥିଲା । ପରବର୍ତ୍ତୀ ସମୟରେ ଲକ୍ଷ୍ମୀଙ୍କ ସ୍ବାମୀ ନିରଞ୍ଜନ ତାଙ୍କ ଚରିତ୍ର ଉପରେ ସନ୍ଦେହ କରି ତାଙ୍କୁ ମାରପିଟ କରିବାରୁ ଲକ୍ଷ୍ମୀ ଗତ ୮ ଦିନ ପୂର୍ବେ ବାପ ଘର ଗାଁ ନରେନ୍ଦ୍ରପୁରକୁ ଚାଲି ଯାଇଥିଲେ। ସ୍ବାମୀ ନିରଞ୍ଜନ ସ୍ତ୍ରୀ ଲକ୍ଷ୍ମୀଙ୍କୁ ବୁଧବାର ସନ୍ଧ୍ୟାରେ ଫୋନ କରି ଗାଁକୁ ଡାକିଥିଲେ। ଲକ୍ଷ୍ମୀ ଏବଂ ତାଙ୍କ ଭାଇ ମିଥୁନ ଲାଡିଗାଁକୁ ଆସିଥିଲେ । ତେବେ ସେଠାରେ କୌଣସି କାରଣରୁ ସେମାନଙ୍କ ମଧ୍ୟରେ ବଚସା ହୋଇଥିଲା । ଏହି ସମୟରେ ଜ୍ବାଇଁ ନିରଞ୍ଜନ ଓ ଶଳା ମିଥୁନଙ୍କ ମଧ୍ୟରେ ମାରପିଟ ହେବା ପରେ ଶଳା ମିଥୁନ ଉତ୍ତେଜିତ ହୋଇ ନିରଞ୍ଜନଙ୍କ ମୁଣ୍ଡକୁ ଏକ ଠେଙ୍ଗାରେ ଘାତକ ଆକ୍ରମଣ କରିଥିଲେ । ଏହାଦେଖି ନିରଞ୍ଜନଙ୍କ ବାପା ଭୁକୁଲି ଏକ ଛୁରୀରେ ମିଥୁନଙ୍କ ଗାଲ ଓ ମୁହଁକୁ ଆକ୍ରମଣ କରିଥିଲେ। ସମସ୍ତ ଆହାତଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ନିରଞ୍ଜନଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଏନେଇ ଉଭୟପକ୍ଷ ଥାନାରେ ଏତଲା ଦେବାପରେ ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର ଅଭିଯୁକ୍ତ ମାନଙ୍କ ନାଁରେ ପୃଥକ ମାମଲା ରୁଜୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬ଟା ଯୁଦ୍ଧ ଜାହାଜ ପଠାଇଲା ଚାଇନା, ଛାନିଆ ହେଲେ ଟ୍ରମ୍ପ!

ବେଜିଂ,୨୨।୩: ତାଇୱାନର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ (MND) ରବିବାର (ସ୍ଥାନୀୟ ସମୟ) ସକାଳ 6:00 ଟାରେ ତାଇୱାନର ଆଞ୍ଚଳିକ ଜଳସୀମା ନିକଟରେ ଛଅଟି ଚାଇନା ନୌସେନା ଜାହାଜ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

‘ ଆପଣମାନଙ୍କ ପାଇଁ ଟ୍ରଫି ୬…’, IPL ପୂର୍ବରୁ ପ୍ରଶଂସକମାନଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୩: ମୁମ୍ବାଇ ଇଣ୍ଡିଆନ୍ସ ୨୯ ମାର୍ଚ୍ଚରେ IPL ୨୦୨୬ ଅଭିଯାନ ଆରମ୍ଭ କରିବ। ଦଳର ପ୍ରଥମ ମ୍ୟାଚ ୱାଙ୍ଖଡେରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ। ସବୁଦିନ ପରି,…

ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ

ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…

ଦୂର ହେବ LPG ସଙ୍କଟ: ଭାରତରେ ପହଞ୍ଚିଲା…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଏସୀୟ ଦେଶଗୁଡ଼ିକ ଗମ୍ଭୀର ଗ୍ୟାସ ଏବଂ ତୈଳ ଅଭାବର ସମ୍ମୁଖୀନ ହେଉଛନ୍ତି। ଭାରତ ମଧ୍ୟ ଏଲପିଜି ସଙ୍କଟ ଅନୁଭବ କରୁଛି।…

ଘରେ କେବେ ବି ରଖନ୍ତୁ ନି ଏପରି ଗଛ, ବଢ଼ିବ ଦୁର୍ଭାଗ୍ୟ

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ସାଙ୍ଗକୁ ପରିବେଶକୁ ଶୁଦ୍ଧି କରିବାରେ ଗଛର ଥାଏ ଅନେକ ଭୂମିକା। କିନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି ବି କିଛି ଗଛ ରହିଛି; ଯାହାକୁ…

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

ଆଲୋଭେରା ଗଛ ଲଗାଇବାରେ କରନ୍ତୁନି ଏପରି ଭୁଲ, ନ ହେଲେ ଘରକୁ ମାଡ଼ିଆସିବ…

ଆଲୋଭେରାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଯଥେଷ୍ଟ ରହିଥିବା ହେତୁ ଅନେକେ ଏହାକୁ ଘରେ ଲଗାଇଥାନ୍ତି। ହେଲେ ଜାଣନ୍ତି କି ବାସ୍ତୁ ଅନୁଯାୟୀ, ଯଦି ଏହି ଗଛକୁ ଠିକ୍‌ ଦିଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri