ହତ୍ୟା ଉଦ୍ୟମ ଘଟଣା: ବାପ,ପୁଅ ସମେତ ୩ ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୩ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଓଡ଼ାସିଙ୍ଗି ଗ୍ରାମର ଶ୍ରୀ ଗୋପୀନାଥ ପାଣି ପଞ୍ଚାୟତ କମିଟି ସଭାପତି ଏସ୍‌. ସହଦେବ ରେଡ୍ଡୀଙ୍କୁ ପୂର୍ବ ଶତ୍ରୁତାକୁ ନେଇ ଗୁରୁବାର ଅପରାହ୍ନ ପ୍ରାୟ ସାଢେ ୨ ଟାରେ ହତ୍ୟା ଉଦ୍ୟମ କରାଯାଇଥିଲା। ସହଦେବ ଏନେଇ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଥାନା ମାମଲା ନଂ.୨/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଥିଲେ। ଶୁକ୍ରବାର ଘଟଣାରେ ଅଭିଯୁକ୍ତ ଥିବା ଝାଟିପିଟିଆ ଗ୍ରାମର ରାମଚନ୍ଦ୍ର ପାତ୍ର ସମେତ ତାଙ୍କ ପୁଅ ଶୁଭମ ପାତ୍ର ଏବଂ ସୁରେନ୍ଦ୍ର ମଲ୍ଲିକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତମାନଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି।

ସୂଚନାଯୋଗ୍ୟ, ସହଦେବ ବାଇକ ଯୋଗେ ଘରକୁ ଫେରୁଥିବା ବେଳେ ଅଭିଯୁକ୍ତମାନେ ତାଙ୍କ ବାଇକକୁ ଅଟକାଇ ଥିଲେ। ଏହାପରେ ସେମାନେ ଜିତୁ ନାମକ ଯୁବକ କେଉଁଠାରେ ଅଛି ବୋଲି ପଚାରିଥିଲେ। ସେ ଜାଣି ନ ଥିବା କହିବାରୁ ତାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରି ଫେରାର ହୋଇଯାଇଥିଲେ। ଆହତ ସହଦେବଙ୍କୁ ସ୍ଥାନୀୟ ଲୋକେ ଓ କଇଠଡ଼ା ପଞ୍ଚାୟତ ସରପଞ୍ଚ ପ୍ରତିନିଧି ଦେବହରି ଗୌଡ଼ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ସହଦେବ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?