ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ କଂସ ଜେନାଙ୍କୁ ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟକୁ ଚାଲାଣ କରିଛି। ଥାନା ମାମଲା ନମ୍ବର ୨୧୯/୨୬ ଅନୁଯାୟୀ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ଦିଗପହଣ୍ଡି ସବ୍ ଜେଲ ହାଜତକୁ ପଠାଇ ଦିଆଯାଇଛି।

ପ୍ରାପ୍ତ ସୂଚନା ଅନୁଯାୟୀ, କାମ କରିବା ପାଇଁ ଗତ ଶୁକ୍ରବାର କଂସ ଜେନା ସୁନୀଲଙ୍କୁ ଡାକିଥିଲେ। କିନ୍ତୁ ସୁନୀଲ କାମ ଅଛି କହି ମନା କରିବାରୁ କଂସ କୌଶଳ କରି ତାଙ୍କୁ ଅନ୍ୟତ୍ର ଡାକି ନେଇଥିଲେ। ଏହାପରେ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍ତେଜିତ ହୋଇ କଂସ ଅପରାହ୍ନ ପ୍ରାୟ ଗୋଟାଏ ସମୟରେ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଠେଙ୍ଗାରେ ମରଣାନ୍ତକ ଆକ୍ରମଣ କରିଥିଲେ। ଠେଙ୍ଗା ମାଡ଼ରେ ସୁନୀଲଙ୍କ ବାମ ହାତ ଭାଙ୍ଗି ଯାଇଥିବା ଜଣାପଡ଼ିଛି।

ଏହି ଘଟଣା ନେଇ ଥାନାରେ ଏତଲା ଦିଆଯିବା ପରେ ପାଟପୁର ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ। ତଦନ୍ତକାରୀ ଅଧିକାରୀ ଏସ୍.ଆଇ. ଶ୍ରୀନିବାସ ଦାସ ଅଭିଯୁକ୍ତଙ୍କୁ କାବୁ କରି ଗିରଫ ପୂର୍ବକ କୋର୍ଟ ଚାଲାଣ କରିଥିବା ନେଇ ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଟ୍ରୋଲିଂ ବେଳେ ମଦବେପାରୀଙ୍କୁ ଧରିଲା ପୋଲିସ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଏଏସ୍‌ଆଇ ଏନ. ତ୍ରିପତୀ ରେଡ୍ଡୀ, କନଷ୍ଟେବଳ ଏସ୍‌.କେ ରାଜେଶ ଉଦ୍ଦିନ, ବଳରାମ ପାତ୍ର ପ୍ରମୁଖ ସଦଳବଳ…

ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ପରଲୋକ; ରାଜ ଶ୍ମଶାନରେ ହେଲା ଅନ୍ତିମ ସଂସ୍କାର, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ଦେହାନ୍ତ ହୋଇଛି । ଗଞ୍ଜାମ ଜିଲାର ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ଶେଷ ସମ୍ରାଟ ରାଜା ରାମଚନ୍ଦ୍ର…

ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲରୁ ଧମକ, ବିକ୍ରମ ପଣ୍ଡାଙ୍କ ନାଁରେ ପୁଣି ମାମଲା

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ ): ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ପୁଣି ବଢ଼ିଲା ଅଡୁଆ । ଜେଲରେ ରହିଥିବା ସମୟରେ ମୃତ ଭାଜପା ନେତା ତଥା ଆଇନଜୀବୀ…

ଆଦର୍ଶ ଆଇନଜୀବୀ ଭାବେ ପରିଚିତ ଥିଲେ ବଂଶୀଧର, ଆଜି ତାଙ୍କୁ ଝୁରୁଛି ଓକିଲ ସଂଘ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଓକିଲ ସଂଘର ବରିଷ୍ଠ ସଦସ୍ୟ ବରିଷ୍ଠ ଆଇନଜୀବୀ ବଂଶୀଧର ପାଳଙ୍କ ଭୁବନେଶରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ…

ସହରର ମୁଖ୍ୟ ରାସ୍ତାରେ ଗଦାହୋଇଛି ବାଲି, ଦୁର୍ଘଟଣାକୁ ଆମନ୍ତ୍ରଣ କରି…

ଗଞ୍ଜାମ,୧୬ା୯(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥଠାରୁ ଗଞ୍ଜାମ ସହରକୁ ସଂଯୋଗ ମୁଖ୍ୟ ରାସ୍ତାରେ ଅଧିକାଂଶ ସମୟରେ ଘର ନିର୍ମାଣ କାର୍ଯ୍ୟ ପାଇଁ ବାଲି ଶୁଖା ଯାଉଥିବା…

ବାଲସି ଗାଁରେ ନୂଆଖାଇ ଜୁହାର, ଏକାଠି ହୋଇ ନବାନ୍ନ ଭକ୍ଷଣ କରିବା ପରେ…

କେସିଙ୍ଗା,୧୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମର ତୈଳିକ ବୈଶ୍ୟ ହଳଦିଆ ସାହୁ ସମାଜର ଷଣା ବଂଶ ପକ୍ଷରୁ ନୂଆଖାଇ ଓ ଜୁହାର କାର୍ଯ୍ୟକ୍ରମ…

ବଜ୍ରପାତରେ ଦୁଇ ପରିବାରର ଚାଲିଗଲା ୨ ଜୀବନ

ବଞ୍ଚୋ/ଆନନ୍ଦପୁର,,୧୬ା୯(ପ୍ରଦୋଷ ବିଶ୍ୱାଳ/ ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବୁଧବାର ବଜ୍ରପାତ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅଚାନକ ବଜ୍ରପାତରେ ଦୁଇଟି…

ମୂର୍ତ୍ତି ବିସର୍ଜନବେଳେ ପୋଖରୀରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା, ଗାଁରେ ଶୋକାକୁଳ ପରିବେଶ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ସିଦ୍ଧଖଣ୍ଡି ଗାଁ ସ୍କୁଲରେ ୮ମ ଶ୍ରେଣୀରେ ପଢୁଥିବା ମରମ ଜେନାଙ୍କ ପୁଅ ସୀତାଂଶୁ (୧୩)ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?