ଘରେ ପଶି ୨ ମହିଳାଙ୍କୁ ହତ୍ୟା ଉଦ୍ୟମ

ବ୍ରହ୍ମପୁର ଅଫିସ,୨୪ା୧: ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ଫାଷ୍ଟଗେଟ ରଘୁପତିନଗରରେ ଚାଲିଥିବା ଏକ ଟିୟୁସନ ଶିକ୍ଷକଙ୍କ ଘରେ ପଶି ସୋମବାର ଦୁଇ ଜଣ ମହିଳାଙ୍କୁ ହତ୍ୟା ଉଦ୍ୟମ ହୋଇଛି। ଏହି ଘଟଣାରେ ମାଧୁରୀ ପଣ୍ଡା(୩୭) ଗୁରୁତର ହୋଇଥିବା ବେଳେ ଟିଉସନ ଶିକ୍ଷକଙ୍କ ବଡ଼ ଭଉଣୀ ଝିଲି ସାହୁ ଆହତ ହୋଇଛନ୍ତି। ଉଭୟଙ୍କୁ ପୋଲିସ ଉଦ୍ଧାର କରି ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଛି। ଏହି ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଅଟକ ରଖିଥିବା ବ୍ରହ୍ମପୁର ଏସ୍‌.ପି. ଡା. ଶ୍ରବଣା ବିବେକ ଏମ୍‌. ସୂଚନା ଦେଇଛନ୍ତି। ଘଟଣା ବେଳେ ବ୍ୟବହୃତ କାତି ଜବତ ହୋଇଛି।
ଯେ, ରେଡ୍ଡିକା ସାହିର ମାଧୁରୀଙ୍କୁ ଲିଙ୍ଗରାଜ ପଣ୍ଡା ବାହା ହୋଇଛନ୍ତି। ଲିଙ୍ଗରାଜ ସ୍ତ୍ରୀ ଓ ଦୁଇଝିଅଙ୍କୁ ନେଇ ରଘୁପତିନଗର ତୃତୀୟ ଲାଇନ୍‌ରେ ରହୁଛନ୍ତି। ଦୁଇଝିଅ ଉକ୍ତ ସାହିରେ ସ୍ମୃତି ସାହୁଙ୍କ ଘରେ ଟିୟୁସନ ପଢ଼ନ୍ତି। ସୋମବାର ସନ୍ଧ୍ୟା ୭ଟା’ରେ ମାଧୁରୀ ଦୁଇ ଝିଅଙ୍କୁ ଟ୍ୟୁଉସନରୁ ଆଣିବାକୁ ଯାଇ ଉପର ମହଲା ସିଡ଼ି ଘରେ ଅପେକ୍ଷା କରିଥିଲେ। ଏହି ସମୟରେ ଜଣେ ଯୁବକ ହଠାତ ଘର ଭିତରକୁ ପଶି ଆସି ମାଧୁରୀଙ୍କୁ କାତିରେ ଆକ୍ରମଣ କରିଥିଲେ। ମାଧୁରୀ ଚିତ୍କାର କରିବାରୁ ଟିଉସନ ଶିକ୍ଷୟିତ୍ରୀ ସ୍ମୃତିଙ୍କ ବଡ଼ ଭଉଣୀ ଝିଲି ଘଟଣାସ୍ଥଳକୁ ଯାଇଥିଲେ। ସେତେବେଳକୁ ଯୁବକ ଜଣକ ମାଧୁରୀଙ୍କ ହାଣି ରକ୍ତାକ୍ତ କରି ଦେଇଥିଲେ। ଝିଲି ଏହାର ପ୍ରତିବାଦ କରିବାରୁ ତାଙ୍କ ହାତରେ ମଧ୍ୟ କାତି ଚୋଟ ବାଜିିଥିଲା। ଘଟଣା ପରେ ଯୁବକ ଜଣକ ସେଠାରୁ ଫେରାର୍‌ ହୋଇଯାଇଥିଲେ। ଏହା ଜଣାପଡିବା ପରେ ନିକଟରେ ଚାଲିଥିବା ରକ୍ତଦାନ କାର୍ଯ୍ୟକ୍ରମରେ ଥିବା କେତେକ ଜନପ୍ରତିନିଧି ଓ ଯୁବନେତା ସେଠାରେ ପହଞ୍ଚି ମାଧୁରୀଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇଥିଲେ। ମାଧୁରୀଙ୍କ ଶରୀରରୁ ପ୍ରଚୁର ରକ୍ତସ୍ରାବ ହୋଇଛି। ଏଣୁ ତାଙ୍କର ଅବସ୍ଥା ସଙ୍କଟାପନ୍ନ ରହିଥିବା ଡାକ୍ତର କହିଛନ୍ତି। ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ ପ୍ରାୟ ୧୫ଟି କାତି ଚୋଟ ବାଜିିଛି। ପୋଲିସ ଏହି ଘଟଣାରେ କାଳୁପାତ୍ର ସାହିର ଅଭିଯୁକ୍ତ ଯୁବକ ଶୁଭମ୍‌ଙ୍କୁ ଅଟକ ରଖି ପଚରାଉଚରା କରୁଛି। ଖବର ଲେଖିବା ସୁଦ୍ଧା ଆକ୍ରମଣର କାରଣ ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?