ବିବାହର ୧୪ ବର୍ଷ ପରେ ବି ଯୌତୁକ ଦାବି, ସ୍ତ୍ରୀଙ୍କୁ କାତିରେ ହାଣି ହତ୍ୟା ଉଦ୍ୟମ, ସ୍ବାମୀଙ୍କ ନାଁରେ…

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ବୁଡୁ ସେଠୀ ତାଙ୍କ ସ୍ତ୍ରୀ ରଶ୍ମୀ ସେଠୀଙ୍କୁ କାତିରେ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ରଶ୍ମୀଙ୍କ ଭାଇ ଲକ୍ଷ୍ମୀ ଚରଣ ସେଠୀ ଏନେଇ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଏହାପରେ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ମାମଲା ନଂ.୧୮୫/୨୫ ଅନୁଯାୟୀ ଅଭିଯୁକ୍ତ ସ୍ବାମୀ ବୁଡୁୁଙ୍କ ବିରୋଧରେ ମାମଲା ରୁଜୁ କରି ତଦନ୍ତ ନିମନ୍ତେ ଏଏସ୍‌ଆଇ ଅଜୟ କୁମାର ନାୟକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାନୁଯାୟୀ, ୧୪ ବର୍ଷ ପୂର୍ବେ ବଡ଼ଡୁମ୍ବୁଳା ଗ୍ରାମର ସୀତାରାମ ସେଠୀଙ୍କ ପୁଅ ବୁଡୁୁଙ୍କୁ ଜରଡା ଥାନା ନାରାୟଣପୁର ଗ୍ରାମର ରାଜେନ୍ଦ୍ର ସେଠୀଙ୍କ କନ୍ୟା ରଶ୍ମୀ ବିବାହ କରିଥିଲେ। ସ୍ବାମୀ ଓ ଶ୍ବଶୁର ଘର ଲୋକଙ୍କ ଦାବି ପ୍ରକାରେ ନଗଦ ୫୦ ହଜାର ଟଙ୍କା,ସୁନା ଗହଣା ଓ ସମସ୍ତ ଆସବାବପତ୍ର ଯୌତୁକ ସ୍ବରୂପ ଦିଆଯାଇଥିଲା। ବିବାହର ୨ ବର୍ଷ ହସ ଖୁସିରେ କଟିବା ପରେ ସ୍ବାମୀ ବୁଡୁ ପୁଣି ୧ ଲକ୍ଷ ଟଙ୍କା ଏବଂ ୨ ଭରି ସୁନା ଅଳଙ୍କାର ବାପଘରୁ ଆଣିବାକୁ ରଶ୍ମୀଙ୍କୁ ବାଧ୍ୟ କରିବା ସହ ସଦାସର୍ବଦା ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିଲେ। ତାଙ୍କର ପୁଅ ଓ ଝିଅ ଅଛନ୍ତି। ବୁଡୁ ଗୁଜୁରାଟର ସୁରତ ସହର ସୂତାକଳରେ କାମ କରୁଥିବା ବେଳେ ଗତ କିଛି ଦିନ ହେଲା ସେ ଗାଁକୁ ଆସିଥିଲେ। ଗତ ଶୁକ୍ରବାର ଅପରାହ୍ନ ପ୍ରାୟ ୨ ଟାରେ ବୁଡୁ ସ୍ତ୍ରୀ ରଶ୍ମୀଙ୍କୁ ଏକ କାତିରେ ମରଣାନ୍ତକ ଆକ୍ରମଣ କରିଥିଲେ। କାତି ଚୋଟରେ ରଶ୍ମୀଙ୍କ ହାତ ଓ ଗୋଡ଼ରୁ ରକ୍ତସ୍ରାବ ହେବାରୁ ଝିଅ ପୁଅ ଦୁଇଜଣ କାନ୍ଦି ଥିଲେ। ଉଭୟଙ୍କୁ ସେ ରାସ୍ତାକୁ ଫୋପାଡି ଦେଇଥିଲେ। ସାହି ଲୋକେ ଦୌଡ଼ି ଆସିବାରୁ ବୁଡୁ ସେଠାରୁ ଧମକ ଦେଇ ପଳାଇଥିଲେ। ରଶ୍ମୀଙ୍କୁ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ସେ ଚିକିତ୍ସାଧୀନ ଥିବା ଏତଲାରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?