ସାଙ୍ଗମାନଙ୍କ ସହ ଗପୁଥିବା ବେଳେ ଆକ୍ରମଣ: ଲୁହାଛଡ଼ ସହ ବାଇକ ଜବତ ପରେ ଅଭିଯୁକ୍ତ… 

ଦିଗପହଣ୍ଡି,୬।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମର କୃଷ୍ଣ ଗୌଡ଼ଙ୍କୁ ପୂର୍ବ ଶତ୍ରୁତାରୁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ବମକେଇ ପଞ୍ଚାୟତ ରାଇଗୁଡ଼ା ଗାଁର ଅଭିଯୁକ୍ତ ଅବିନାଶ ଜାନି ଓରଫ ବାବୁନାଙ୍କୁ ପୋଲିସ ଗିରଫ କରି ଗୁରୁବାର ସାରେ କୋର୍ଟ ଚାଲାଣ କରିଛନ୍ତି। ଥାନାରେ ମାମଲା ନଂ.୪୦୦/୨୫ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି।
ବୁଧବାର ସନ୍ଧ୍ୟାରେ ପ୍ରାୟ ୬ଟାରେ ଗାଁର ତିନିଛକରେ କୃଷ୍ଣ ଠିଆ ହୋଇ ତାଙ୍କ ସାଙ୍ଗମାନଙ୍କ ସହ କଥା ହେଉଥିବା ବେଳେ କେ.ନୂଆଗାଁ ଥାନା ବମକେଇ ପଞ୍ଚାୟତ ରାଇଗୁଡା ଗ୍ରାମର ଅବିନାଶ ଓ ତାଙ୍କ ୨ ସହଯୋଗୀ ବାଇକ ନଂ.( ଓଡ଼ି ୦୭ ଟି -୩୮୦୨) ଯୋଗେ ଆସି କୃଷ୍ଣଙ୍କୁ ଆପତ୍ତିଜନକ ଭାଷାରେ ଗାଳି କରି ଧମକ ଦେଇଥିଲେ। ପ୍ରତିବାଦ କରିବାରୁ ଅବିନାଶ ଏକ ଲୁହାଛଡ଼ରେ କୃଷ୍ଣଙ୍କ ମୁଣ୍ଡ ଓ ହାତ କୁ ମାରିଥିଲେ। ଅବିନାଶ ଓ ତାଙ୍କ ୨ ସହଯୋଗୀ ତାଙ୍କୁ ନିସ୍ତୁକ ମାଡ଼ ମାରିବାରୁ ସେ ତଳେ ପଡି ପାଟି କରିଥିଲେ। କୃଷ୍ଣଙ୍କ ପାଟି ଶୁଣି ଗ୍ରାମର ବହୁସଂଖ୍ୟକ ଯୁବକ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିବା ସହ ଅବିନାଶଙ୍କୁ ଅଟକ ରଖି ଦିଗପହଣ୍ଡି ଥାନାକୁ ଜଣାଇଥିଲେ। ଅନ୍ୟ ୨ ଜଣ କୌଶଳକ୍ରମେ ଘଟଣାସ୍ଥଳରୁ ଦୌଡ଼ି ପଳାଇଥିଲେ। ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ଅବିନାଶଙ୍କୁ ଗ୍ରାମବାସୀଙ୍କ କବଳରୁ ଉଦ୍ଧାର କରି ଥାନାକୁ ଉଠାଇ ନେଇଥିଲେ। କୃଷ୍ଣ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ହେବା ପରେ ଥାନାରେ ଏତଲା ଦେଇଥିଲେ। ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ଏତଲାକୁ ଭିତ୍ତିକରି ଅଭିଯୁକ୍ତଙ୍କ ନାଁରେ ମକଦ୍ଦମା ରୁଜୁ କରି ଏଏସ୍‌ଆଇ ଝୁନୁ ମାଝୀଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ।

ଗତ ୭ ଦିନ ପୂର୍ବେ ଅବିନାଶ ବାଇକ ରେ ଆସି କୃଷ୍ଣଙ୍କୁ ଗାଁରେ ଧମକ ଦେଇଥିଲେ। ୪ ଦିନ ପୂର୍ବେ ଅବିନାଶ ବୋରିପଦର ଗାଁର ଗ୍ୟାରେଜକୁ ଆସିଥିବା ବେଳେ କୃଷ୍ଣ ତାଙ୍କୁ ଗତ ଦିନର ଘଟଣା ନେଇ ପଚାରିଥିଲେ। ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏହାକୁ କେନ୍ଦ୍ରକରି ଅବିନାଶ ପୂର୍ବ ଯୋଜନା ପ୍ରକାରେ ତାଙ୍କ ୨ ସହଯୋଗୀ ଙ୍କୁ ସାଙ୍ଗରେ ଆଣି କୃଷ୍ଣଙ୍କୁ ହତ୍ୟା ଉଦ୍ୟମ କରିଥିବା ଏତଲାରେ ଉଲ୍ଲେଖ ରହିଛି। ତଦନ୍ତକାରୀ ଅଧିକାରୀ ଅଭିଯୁକ୍ତଙ୍କ ନିକଟରୁ ହତ୍ୟା ଉଦ୍ୟମ ରେ ବ୍ୟବହୃତ ଲୁହାଛଡ଼ ଓ ବାଇକକୁ ଜବତ କରିଥିବା ଜଣାପଡିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?