ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ ୭ ଟାରେ ଜଣେ ଅଟୋ ଚାଳକଙ୍କୁ ସଂଘବଦ୍ଧ ଭାବେ ହତ୍ୟା ଉଦ୍ୟମ କରାଯାଇଛି । ମରଣାନ୍ତକ ଆକ୍ରମଣରେ ଗୁରୁତର ଆହାତ ଜଣକ ହେଲେ କଙ୍କୋରଡ଼ା ଗ୍ରାମ ପାଇକ ସାହିର ଅଶୋକ ବିଷୋୟୀ(୨୫)।

ସୂଚନା ଅନୁସାରେ, ଅଶୋକ ମେଡ଼ିକାଲ ଛକ ନିକଟ ତାଙ୍କ ରୁମରେ ବସିଥିଲେ। ଏକ କାର୍ ରେ ଆସିଥିବା ୫ ରୁ ଉର୍ଦ୍ଧ୍ବ ଯୁବକ ବିଭିନ୍ନ ମାରଣାସ୍ତ୍ର ଦ୍ଵାରା ଅଶୋକଙ୍କୁ ଅତର୍କିତ ଆକ୍ରମଣ କରିଥିଲେ । ତାଙ୍କ ବେକ ଓ ମୁଣ୍ଡ କୁ ଲକ୍ଷ୍ୟକରି ଦୁର୍ବୃତ୍ତମାନେ ଖଣ୍ଡାରେ ଚୋଟ ପରେ ଚୋଟ ପକାଉଥିବା ବେଳେ ଅଶୋକ ତାଙ୍କ ୨ ହାତରେ ଖଣ୍ଡାକୁ ଆଗୁଳିି ଚାଲିଥିଲେ ବୋଲି କିଛି ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି । ଅଶୋକ ରକ୍ଷାକର ରକ୍ଷାକର ବୋଲି ଚିତ୍କାର କରିବାରୁ ସ୍ଥାନୀୟ କିଛି ଯୁବକ ଘଟଣାସ୍ଥଳକୁ ଦୌଡ଼ି ଆସିବାରୁ ଦୁର୍ବୃତ୍ତ ମାନେ ଆସିଥିବା କାରରେ ମୁହୂର୍ତ୍ତକ ମଧ୍ୟରେ ଚମ୍ପଟ ମାରିଥିଲେ। ଅଶୋକଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ତାଙ୍କର ଦୁଇଟି ଜାକ ହାତରେ ଗଭୀର ଆଘାତ ଲାଗିଛି।

ଖବରପାଇ ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ବିଭିନ୍ନ ଦୋକାନମାନଙ୍କରେ ଲାଗିଥିବା ସିସିଟିଭି ଫୁଟେଜ ଯାଞ୍ଚ କରି ଫେରିଛନ୍ତି।  କଙ୍କୋରଡ଼ା ସଂଲଗ୍ନ ବିଭିନ୍ନ ରାସ୍ତା ଗୁଡ଼ିକୁ ପୋଲିସ ପକ୍ଷରୁ ବ୍ଲକିଂ କରାଯାଇ ରାସ୍ତାରେ ଯା ଆସ କରୁଥିବା ଗାଡ଼ି ମଟର ଗୁଡ଼ିକୁ ତନଖି କରାଯାଉଥିବା ଜଣାପଡ଼ିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ଘଟଣା ଘଟିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଶନିବାର ବିଳମ୍ବିତ ସନ୍ଧ୍ୟାରେ ଅଶୋକ ବ୍ରହ୍ମପୁରରେ କାମ ସାରି ବାଇକ ଯୋଗେ ଗାଁକୁ ଫେରୁଥିବା ବେଳେ କିଛି ଦୁର୍ବୃତ୍ତ ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମ ନିକରେ ତାଙ୍କୁ ପିଛା କରି ଅଟକାଇଥିଲେ । ସୌଭାଗ୍ୟ କ୍ରମେ ବିପରୀତ ଦିଗରୁ ଏକ ଯାତ୍ରୀବାହୀ ବସ ଆସି ସେଠାରେ ଅଟକିବାରୁ ଅଶୋକ ସେଠାରୁ କୌଶଳକ୍ରମେ ଖସି ଯାଇଥିଲେ ବୋଲି ପରିବାର ଲୋକେ ପୋଲିସକୁ କହିଛନ୍ତି । ଏହି ଘଟଣାର ବିଭିନ୍ନ ଦିଗକୁ ନେଇ ତଦନ୍ତ ଚାଲିଥିବା ଆଇଆଇସି କହିଛନ୍ତି।

ଦୀର୍ଘଦିନର ନୀରବତା ପରେ ପୁଣି ସାନଖେମୁଣ୍ଡି ରକ୍ତରଞ୍ଜିତ ହୋଇଛି। ଆଗାମୀ ପଞ୍ଚାୟତ ନିର୍ବାଚନ ପୂର୍ବରୁ ପୋଲିସ ପ୍ରଶାସନ ଏବେଠାରୁ ଆଇନଶୃଙ୍ଖଳା ପ୍ରତି ଦୃଷ୍ଟି ନଦେଲେ ବଡ଼ ଧରଣର ରାଜନୈତିକ ହିଂସାକାଣ୍ଡ ଘଟିପାରେ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି । ପାଟପୁର ଥାନା ଇଲାକାର ପେଶାଦାର ଅପରାଧିମାନଙ୍କ ପ୍ରତି ପୋଲିସର କୋହଳ ମନୋଭାବ ଯୋଗୁଁ ହିଂସାକାଣ୍ଡ ବଢୁଛି। ପାଟପୁର, କଙ୍କୋରଡ଼ା, ପୋଡ଼ାମାରି, ଡେଙ୍ଗାଓସ୍ତା ଇଲାକାରେ ଦେଶୀ ଓ ନକଲି ବିଦେଶୀ ମଦ ବ୍ୟବସାୟ କୁଟୀର ଶିଳ୍ପରେ ପରିଣତ ହୋଇଛି। ପୋଲିସ ସବୁ ଜାଣି ଚୁପ୍ ରହୁଛି । ଗଜପତି ଜିଲା ମୋହନାରୁ ପାଟପୁର ଥାନା ଡେଙ୍ଗାଓସ୍ତା ଭାୟା ଦିଗପହଣ୍ଡି ଓ ଆସିକା ଭାୟା ପଳାସପୁର ଦେଇ ପୋଲିସର ଜାଣତରେ ଗଞ୍ଜେଇ ଚୋରା ଚାଲାଣ ହେଉଛି। ପେଶାଦାର ଅପରାଧିମାନେ ଏହି କାରବାରରେ ସମ୍ପୃକ୍ତ ରହୁଛନ୍ତି । କଙ୍କୋରଡ଼ା ଗ୍ରାମରେ ଘଟିଥିବା ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣା ମଧ୍ୟ ମଦ ଓ ଗଞ୍ଜେଇ ବ୍ୟବସାୟ କୁ ନେଇ ଘଟିଥିବା ସାଧାରଣରେ ଚର୍ଚ୍ଚା ହେଉଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?